୪୦ତମ ପ୍ରତିଷ୍ଠା ଦିବସରେ କାର୍ଯ୍ୟକର୍ତ୍ତାଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ବ୍ୟାପୁଥିବାରୁ ସମସ୍ତ କାର୍ଯ୍ୟକର୍ତ୍ତା ସାମାଜିକ ଦୂରତା ବଜାୟ ରଖି ନିଜ ଘରେ ଦଳୀୟ ପତାକା ଉତ୍ତୋଳନ କରିବାକୁ ସୋମବାର ଭାଜପାର ୪୦ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି। ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଭାଜପା ପ୍ରତିଷ୍ଠା ଦିବସରେ ଦଳୀୟ ପତାକା ଉତ୍ତୋଳନ ସହ ଶ୍ୟାମାପ୍ରସାଦ ମୁଖାର୍ଜୀ ଏବଂ ଦୀନ୍‌ଦୟାଲ ଉପାଧ୍ୟାୟଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରାଯାଇଥିଲା। ସମୀର ମହାନ୍ତି କାର୍ଯ୍ୟକର୍ତ୍ତାମାନଙ୍କୁ ଅଭିନନ୍ଦନ ଜଣାଇବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ସମସ୍ତଙ୍କୁ ଏକତ୍ରିତ ହୋଇ କରୋନା ବିରୋଧରେ ଲଢ଼େଇ କରିବାକୁ ଆହ୍ବାନ ଦେଇଛନ୍ତି। ସେ ଆହୁରି କହିଛନ୍ତି ଯେ, ସମସ୍ତେ ନିଜର ଗୋଟିଏ ପ୍ରହର ଭୋଜନ ତ୍ୟାଗକରି ଏହି ସମୟରେ କଷ୍ଟ ପାଉଥିବା ଅସହାୟଙ୍କୁ ସାହାଯ୍ୟ କରନ୍ତୁ। ସେମାନଙ୍କ ପ୍ରତି ସହାନୁଭୂତି ଦେଖାଇ ଖାଦ୍ୟ ସାମଗ୍ରୀ ନିଃସ୍ବ ଗରିବ ଅସହାୟ ଲୋକଙ୍କୁ ପ୍ରଦାନ କରନ୍ତୁ। ଏହାସହ ଆସନ୍ତା ସପ୍ତାହ ମଧ୍ୟରେ ଦଳର ସମସ୍ତ କାର୍ଯ୍ୟକର୍ତ୍ତା ପ୍ରତି ବୁଥ୍‌ର ଲୋକଙ୍କୁ ଘରେ ତିଆରି ମାସ୍କ ବଣ୍ଟନ କରିବା ପାଇଁ ବ୍ୟବସ୍ଥା କରିବେ ଏବଂ ମାସ୍କ ତିଆରି କରିବା ଓ ବାଣ୍ଟିବାର ଭିଡିଓକୁ ସାମାଜିକ ଗଣମାଧ୍ୟମ ଜରିଆରେ ପ୍ରଚାର ପ୍ରସାର କରିବେ ବୋଲି ସମୀର କହିଛନ୍ତି। ସେ ଆହୁରି କହିଛନ୍ତି ଯେ, ଦଳ ପ୍ରତିଷ୍ଠା ଦିବସ ପାଳନ କରୁଥିବା ଯୋଗୁ ସମସ୍ତ କାର୍ଯ୍ୟକର୍ତ୍ତା ୪୦ଜଣ ଲୋକଙ୍କୁ ସମ୍ପର୍କ କରି ଶହେ ଟଙ୍କା ଲେଖାଏ ପିଏମ୍‌ କେୟାର୍ସ ଫଣ୍ଡକୁ ଅନୁଦାନ ଦେବା ପାଇଁ ପ୍ରବର୍ତ୍ତାନ୍ତୁ। ବୁଥ୍‌ କାର୍ଯ୍ୟକର୍ତ୍ତାମାନେ ୪୦ଜଣ ପରିବାରକୁ ସମ୍ପର୍କ କରି ୫ଟି ଧନ୍ୟବାଦ ପତ୍ରର ହସ୍ତାକ୍ଷର ସଂଗ୍ରହ କରି ଏହାକୁ ପୋଲିସ, ସଫେଇ, ଡାକ୍ତର, ନର୍ସ, ବ୍ୟାଙ୍କ ଏବଂ ପୋଷ୍ଟାଲ ଏବଂ ସରକାରୀ କର୍ମଚାରୀଙ୍କୁ ପ୍ରଦାନ କରି ଧନ୍ୟବାଦ ଜଣାଇବେ। ଦଳର ବରିଷ୍ଠ ନେତାମାନଙ୍କ ସମ୍ବନ୍ଧରେ ଜାଣିବା ପାଇଁ ନିଜ ଘରେ ଥିବା ପୁସ୍ତକକୁ ଅଧ୍ୟୟନ କରିବାକୁ ମହାନ୍ତି ନିବେଦନ କରିଛନ୍ତି। କ୍ୱାରାଣ୍ଟାଇନରେ ରହୁଥିବା ଲୋକଙ୍କୁ ଫୋନକରି ସେମାନଙ୍କ ମନୋବଳକୁ ବୃଦ୍ଧି କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?