୪୦୦ ଜିଲାରେ ଆୟୋଜିତ ହେବ ଋଣ ମେଳା;୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଏନ୍‌ପିଏ ଘୋଷିତ ହେବନି ଏମ୍‌ଏସ୍‌ଏମ୍‌ଇ ଋଣ

ନୂଆଦିଲ୍ଲୀ,୨୦-୯: ସୁକ୍ଷ୍ମ, ଲଘୁ ଓ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ) ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥାକୁ ଦୂରକରିବା ଲକ୍ଷ୍ୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଛନ୍ତି। ବ୍ୟାଙ୍କଗୁଡ଼ିକ ୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଏମ୍‌ଏସ୍‌ଏମ୍‌ଇଙ୍କ ଋଣକୁ ଅନାଦାୟ ଋଣ ବା ଏନ୍‌ପିଏ ଘୋଷଣା କରିବେ ନାହିଁ। ଏ ନେଇ ବ୍ୟାଙ୍କଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସୀତାରାମନ୍‌ ଏଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ କହିଛନ୍ତି। ଏଠାରେ ବ୍ୟାଙ୍କ ମୁଖ୍ୟମାନଙ୍କ ସହ ଆଲୋଚନା ପରେ ସେ କହିଛନ୍ତି ଯେ, ଋଣ ପ୍ରଦାନ ପାଇଁ ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଦେଶର ୪୦୦ ଜିଲାରେ ଋଣ ମେଳା ଆୟୋଜନ କରାଯିବ। ଏମ୍‌ଏସ୍‌ଏମ୍‌ଇ ଋଣକୁ ଏନ୍‌ପିଏ ଘୋଷଣା କରା ନ ଗଲେ ସେମାନଙ୍କୁ ସହାୟତା ମିଳିବ। ସେ କହିଛନ୍ତି ଯେ, କେତେକ ଅଣବ୍ୟାଙ୍କିଙ୍ଗ୍‌ କ୍ଷେତ୍ରକୁ ଚିହ୍ନଟ କରାଯାଇଛି ଯେଉଁମାନଙ୍କୁ ଋଣ ଉପଲବ୍‌ଧ କରାଯାଇପାରିବ। ଫଳରେ ଋଣ ନେବାକୁ ଇଚ୍ଛୁକ ବ୍ୟକ୍ତିବିଶେଷଙ୍କୁ ନଗଦ ଉପଲବ୍ଧ ହୋଇପାରିବ। ବ୍ୟାଙ୍କଗୁଡ଼ିକ ଆସନ୍ତା ୨୯ରୁ ପ୍ରଥମେ ୨୦୦ ଜିଲାରେ ଏନ୍‌ବିଏଫ୍‌ସି ଓ ଖୁଚୁରା ଋଣଗ୍ରହୀତାଙ୍କ ସହ ବୈଠକ କରିବ। ଅକ୍ଟୋବର ୧୦ରୁ ୧୫ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ଅନ୍ୟ ୨୦୦ ଜିଲାରେ ଏଭଳି ବୈଠକ ଆୟୋଜନ କରାଯିବ। ଏହାଦ୍ୱାରା ପାର୍ବଣ ଋତୁ ସମୟରେ ଅଧିକରୁ ଅଧିକ ଋଣ ପ୍ରଦାନ କରିବା ନିଶ୍ଚିତ ହୋଇପାରିବ ବୋଲି ମନେ କରାଯାଉଥିବା ସୀତାରାମନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri