୪୨ ବର୍ଷରେ ପଦାର୍ପଣ କଲେ ଶ୍ରୁତି: ଅର୍ଜୁନଙ୍କ ସହିତ ଅନ୍ତରଙ୍ଗ ସିନ୍‌ରେ ଶୁଟିଂସେଟ୍‌ରେ ହରାଇଥିଲେ ନିୟନ୍ତ୍ରଣ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଶ୍ରୁତି ସେଠ୍‌ ବୁଧବାର ୪୨ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୭ ଡିସେମ୍ବର ୧୮ରେ ସେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ୨୦୦୩ଠାରୁ ୨୬ ବୟସରେ ସେ ଅଭିନୟ କରିବା ଆରମ୍ଭ କରିଥିଲେ। ଛୋଟପରଦାରେ ସରାରତ୍‌ ତାଙ୍କୁ ନୂଆ ପରିଚୟ ଦେଇଥିଲା। ଏହାପରେ ସେ କ୍ୟୁଁ ପ୍ୟାର ହୋତା ହୈ, ଦେଶ୍‌ ମେଁ ନିକଲା ହୋଗା ଚାନ୍ଦ୍‌ ଆଦି ସିରିଏଲ୍‌ରେ ଭଲ ଅଭିନୟ କରିଥିଲେ। ଶ୍ରୁତି ନିର୍ଦ୍ଦେଶକ ଦାନିଶ୍‌ ଅସଲମ୍‌ଙ୍କୁ ବିବାହ କରିଛନ୍ତି। ଆଲିନା ଅସଲମ୍‌ ନାମକ ତାଙ୍କର କନ୍ୟା ସନ୍ତାନ ଅଛନ୍ତି। ଏବେ ନିଜ ପାରିବାରିକ ଜୀବନରେ ବେଶ୍‌ ଖୁସି ଅଛନ୍ତି ଶ୍ରୁତି। ତାଙ୍କୁ ନେଇ ବଲିଉଡ୍‌ରେ ବହୁ ସମୟରେ ଚର୍ଚ୍ଚା ହୋଇଥାଏ। ହିନ୍ଦୀ ଫିଲ୍ମ ରାଜନୀତିରେ ସେ ଅର୍ଜୁନ ରାମପାଳଙ୍କ ସହିତ ଅଭିନୟ କରିଥିଲେ। ଅର୍ଜୁନଙ୍କ ସହିତ ଏକ ଅନ୍ତରଙ୍ଗ ସିନ୍‌ରେ ଶ୍ରୁତି ନିଜର ନିୟନ୍ତ୍ରଣ ହରାଇଥିଲେ ବୋଲି କୁହାଯାଏ। ଶଟ୍‌ ଶେଷ ପରେ ଶୁଟିଂ ସେଟ୍‌ର ଅନ୍ୟ ସଦସ୍ୟଙ୍କ ସହାୟତାରେ ତାଙ୍କୁ ସ୍ବାଭାବିକ କରାଯାଇଥିଲା। ଏହି ବିଷୟ ସେତେବେଳେ ବେଶ୍‌ ଚର୍ଚ୍ଚାରେ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁ ଛାତ୍ରଙ୍କୁ କଲମା ପଢ଼ାଇଲେ ଶିକ୍ଷକ, ଅଭିଭାବକ ସ୍କୁଲରେ ପଶି କଲେ….

ହାଇଦ୍ରାବାଦ,୧୬ା୭: ହାଇଦ୍ରାବାଦର ସଇଦାବାଦ ଅଞ୍ଚଳର ଏକ ଘରୋଇ ସ୍କୁଲରେ ବିବାଦ ଦେଖାଦେଇଛି । ଦ୍ୱିତୀୟ ଶ୍ରେଣୀରେ ପଢ଼ୁଥିବା ଜଣେ ହିନ୍ଦୁ ଛାତ୍ରଙ୍କ ଅଭିଭାବକ ଅଭିଯୋଗ କରିଛନ୍ତି ଯେ…

ତାଜମହଲ ସାମ୍ନାରେ ଖୋଲିଗଲା ବିଦେଶୀ ମହିଳାଙ୍କ ଶାଢ଼ି, ଏମିତି କାମ କଲେ ମହିଳା କନଷ୍ଟେବଳ, ଭିଡିଓ ଦେଖିଲେ…

ତାଜମହଲ ବିଶ୍ୱର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳ ମଧ୍ୟରୁ ଗୋଟିଏ। ପ୍ରତିବର୍ଷ କେବଳ ଭାରତ ନୁହେଁ ବରଂ ବିଶ୍ୱର ବିଭିନ୍ନ ସ୍ଥାନରୁ ଲକ୍ଷଲକ୍ଷ ପର୍ଯ୍ୟଟକ ପରିଦର୍ଶନ କରିବାକୁ ଆସିଥାନ୍ତି।…

ବିନାଶ କରିଦେବୁ…ଟ୍ରମ୍ପଙ୍କୁ ସିଧା ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ,୧୬।୭: ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ସାମରିକ ଉତ୍ତେଜନା ମଧ୍ୟରେ ତେହରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଦୃଢ଼ ମନୋଭାବ ଗ୍ରହଣ କରିଛି। ଇରାନର…

ପ୍ରବଳ ବର୍ଷା ସତ୍ତ୍ୱେ କେଏସୟୁବି କଲେଜରେ ଚାରାରୋପଣ: ସହଯୋଗ କଲେ…

ଭଞ୍ଜନଗର,୧୬।୭(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଗୁରୁବାର ପ୍ରବଳ ବର୍ଷା ସତ୍ତ୍ୱେ ଚାରାରୋପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ଡ. ଗଗନ ବିହାରୀ…

ନିଜ ଦରମାରୁ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଦେଲେ ସମିତି ସଭ୍ୟ ଧ୍ରୁବ, ବୁଦ୍ଧିଜୀବୀ ମହଲରେ ଉଚ୍ଚ ପ୍ରଶଂସା

ଗଞ୍ଜାମ,୧୬।୭ (ବିଦ୍ୟାଧର ସାହୁ ): ଝିଅ ବିବାହ ଏବଂ ମୃତ ବ୍ୟକ୍ତିଙ୍କ ପରିବାରକୁ ଆର୍ଥିକ ସହାୟତା କରି ଚର୍ଚ୍ଚାରେ ସମିତି ସଭ୍ୟ ଧ୍ରୁବ ଚରଣ ପଲାଇ। ଗଞ୍ଜାମ…

ଜାରି ରହିଛି ଲଗାଣ ବର୍ଷା: କୁଲାଡ ରଥଯାତ୍ରା ବର୍ଷା ପାଇଁ ନାହିଁ ଶ୍ରଦ୍ଧାଳୁଙ୍କ ଭିଡ଼

ଭଞ୍ଜନଗର,୧୬।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବୁଧବାର ରାତିରୁ ଗୁରୁବାର ଖବର ଲେଖା ହେବା ପର୍ଯ୍ୟନ୍ତ ଲଗାଣ ବର୍ଷା ଲାଗି ରହିଛି। ଏହାଦ୍ୱାରା ଜନଜୀବନ ଅସ୍ତବ୍ୟସ୍ତ…

ବିଦ୍ୟୁତ ବୋର୍ଡ ମରାମତି କରୁଥିବା ବେଳେ ମାରିଲା କରେଣ୍ଟ, ତାପରେ….

ପାଟଣା,୧୬ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ବଡ଼ବିଲ ପଞ୍ଚାୟତ ଅନ୍ତର୍ଗତ ବାର ତୁଣିଆ ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ବିପଦପୂର୍ଣ୍ଣ ଅବସ୍ଥାରେ ବୃଦ୍ଧାଙ୍କ ଘର: ସହାୟତାର ହାତ ବଢ଼ାଇଲେ ସମାଜସେବୀ

କର୍ଲାମୁଣ୍ଡା:୧୬।୭(ପ୍ରଦୀପ କୁମାର ସାହୁ)କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ଗ୍ରାମ ପଞ୍ଚାୟତ କୁଶୁର୍ଲା ହଜାରିପଡ଼ାର ଜଣେ ଅସହାୟ ବୃଦ୍ଧା ଫୁଲତୁଲା ସାହୁ( ୭୫)ଙ୍କ ଘର ଲଗାତାର ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri