୪୩ ୟୁନିଟ୍‌ ରକ୍ତ ସଂଗୃହୀତ

ଆନନ୍ଦପୁର,୨୬। ୪(ସ୍ବ.ପ୍ର.)- ଘସିପୁରା ନିର୍ବାଚନମଣ୍ଡଳୀ ବୀରଗୋବିନ୍ଦପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଜେଡି ପକ୍ଷରୁ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ୪୩ ୟୁନିଟ୍‌ ରକ୍ତ ସଂଗ୍ରହ ହୋଇଥିଲା। ଗୋହିରା ପଞ୍ଚାୟତ ପୂର୍ବତନ ସରପଞ୍ଚ ପ୍ରସନ୍ନ ପାତ୍ରଙ୍କ ସଂଯୋଜନାରେ ଏହି କାର୍ଯ୍ୟକ୍ରମ ହୋଇଥିବାବେଳେ ବିଜେଡି ରାଜ୍ୟ ସମ୍ପାଦକ ତଥା ଜିଲା ଜୀବନ ବିନ୍ଦୁ ସଂଯୋଜକ ଆଶିଷ ଚକ୍ରବର୍ତ୍ତୀ, ଯୁବ ନେତା ଦେବପ୍ରିୟ ପାତ୍ର, ରାଜ୍ୟ ବିଜେଡି ଯୁବ ଉପସଭାପତି ରାକେଶ ରାମ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟ ଡାକ୍ତର ଉଦୟ ଭାସ୍କର ପଣ୍ଡା, ଜିଲା ବ୍ଲଡ ବ୍ୟାଙ୍କ ପିଆରଓ ଅକ୍ଷୟ ସାହୁ, ଏଲ ଟି ଗୌରିଶଙ୍କର ମଲ୍ଲିକ, ଲ୍ୟାବ ସହକାରୀ ଅଶୋକ ସୁର, ହେମରଞ୍ଜନ ମହାନ୍ତ ପ୍ରମୁଖ ବ୍ଲଡ ସଂଗ୍ରହ ଦାୟିତ୍ୱରେ ଥିଲେ। କୋଭିଡ-୧୯ ପରିପ୍ରେକ୍ଷୀରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମରେ ସାମାଜିକ ଦୂରତାକୁ ଗୁରୁତ୍ୱ ଦିଆଯିବା ସହିତ ସ୍ବେଚ୍ଛାସେବୀ ମାନଙ୍କୁ ମାସ୍କ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗେଶ ସିଂହଙ୍କ ନିର୍ବାଚନୀ ପ୍ରଚାର

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ବିଧାୟକ ପ୍ରାର୍ଥୀ ଯୋଗେଶ କୁମାର ସିଂହ ବୁଧବାର ଲେଫ୍ରିପଡ଼ା ବ୍ଲକ ଅନ୍ତର୍ଗତ ବଡ଼ବଙ୍ଗା...

ଅତାବିରା ଆସନ ପାଇଁ ଜୟକ୍ରିଷ୍ଣାଙ୍କ ନାମାଙ୍କନପତ୍ର ଦାଖଲ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ଜୟକ୍ରିଷ୍ଣା ଛୁରିଆ ବୁଧବାର...

ଯୁବକଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ-୧) ଡ. ଇନ୍ଦୁ ଶର୍ମା ବୁଧବାର ଏକ ହତ୍ୟା ମାମଲାର ୧୯ ବର୍ଷ ପରେ ଚୂଡ଼ାନ୍ତ...

ଗାଡ଼ି ଚଳାଉଥିବା ବେଳେ ରାସ୍ତାରେ ହେଲା ହାର୍ଟ ଆଟାକ୍‌, ଚାଲିଗଲା ଜୀବନ

ବୁଗୁଡ଼ା,୧ା୫(କାଳିଚରଣ ଦାଶ): ଗାଡ଼ି ଚଳାଇ ଆସୁଥିବା ବେଳେ ଅଧା ରାସ୍ତାରେ ହୋଇଗଲା ହାର୍ଟ ଆଟାକ୍‌। ଆଉ ଗାଡ଼ି ଭିତରେ ହିଁ ଚାଲିଗଲା ଜୀବନ ଏମିତି ଏକ...

ଭଟଲି ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ମହମ୍ମଦ ଶାହାରୁଖ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ମହମ୍ମଦ ଶାହାରୁଖ ଲୋଧିଆ...

ଡବଲ ଇଞ୍ଜିନ୍‌ ଭୋଟ୍‌ ପାଇଁ କାମ କରେ, କାହିଁକି ଏମିତି କହିଲେ ପାଣ୍ଡିଆନ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଛତ୍ରପୁରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର। ସାଧାରଣ ସଭାରେ କାର୍ତ୍ତିକ ପାଣ୍ଡିଆନଙ୍କ ଉଦ୍‌ବୋଧନ ଦେଇ କହିଛନ୍ତି, ଡବଲ ଇଞ୍ଜିନ୍‌ ବୋଲି କିଛି ଲୋକ...

ବ୍ରିଜ୍‌ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ଅଠରବାଙ୍କି ଓଭରବ୍ରିଜ୍‌ ଉପରୁ ବୁଧବାର ଖରାବେଳେ ଜଣେ ଦଶମ ଶ୍ରେଣୀ ଛାତ୍ର ନାହିଁ କାଉଡ଼ିଆ ନଦୀରେ ପଡ଼ି ଯାଇ...

ପ୍ରାର୍ଥିପତ୍ର ଦାଖଲ କଲେ ଇରାସିସ ଆଚାର୍ଯ୍ୟ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ଇରାସିସ ଆଚାର୍ଯ୍ୟ ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri