୪୩୦ କି.ମି.ଚାଲି ପାଇକମାଳରେ ପହଞ୍ଚିଲେ ୨୦ ଶ୍ରମିକଙ୍କ ପରିବାର

ପାଇକମାଲ, ୧୯।୪ (ଡି.ଏନ.ଏ.)-ଗଞ୍ଜାମ ଜିଲା ଆସିକାର ଏକ ଇଟାଭାଟିରେ କାମ କରୁଥିବା ୨୦ ଦାଦନ ଶ୍ରମିକଙ୍କ ପରିବାରର ମୋଟ ୨୮ ସଦସ୍ୟ ଶନିବାର ପାଇକମାଲ ବ୍ଲକ କାଂସଡା ପଞ୍ଚାୟତରେ ପହଞ୍ଚିଛନ୍ତି । ଲକ୍‌ ଡାଉନ କଟକଣା ସତ୍ତ୍ବେ ସେମାନେ ୪୩୦ କିମି ରାସ୍ତା ଚାଲି ଚାଲି ଆସିଛନ୍ତି ା ସେହି ଶ୍ରମିକଙ୍କ କହିବା ଅନୁଯାୟୀ, ଆମେ କିଛି ବାଟ ଚାଲି ଚାଲି ଆସିଛୁ । ଆଉ କିଛି ବାଟ ଲିଫ୍ଟ ମାଗି ଟ୍ରକ ଓ ଟେମ୍ପୁରେ ଆସିଛୁ । ସରକାରଙ୍କ ତରଫରୁ ରାଜ୍ୟର ସମସ୍ତ ପଞ୍ଚାୟତରେ ଆଶ୍ରୟସ୍ଥଳୀ କରାଯାଇ ସେଠାରେ ଶ୍ରମିକ ଶ୍ରେଣୀର ଲୋକଙ୍କୁ ଖାଦ୍ୟ ଯୋଗାଣର ବ୍ୟବସ୍ଥା କରାଯାଇଛି । ହେଲେ ଏହି ଶ୍ରମିକ ପରିବାର ସେହି ଘୋଷଣା ସଂକ୍ରାନ୍ତରେ ଜାଣି ପାରି ନ ଥିଲେ । ସଚେତନତା ଅଭାବରୁ ସେମାନେ ଗାଁକୁ ପଳାଇ ଆସିଥିବା ଜଣାପଡିଛି । ଉକ୍ତ ଶ୍ରମିକ ପରିବାର ସଦସ୍ୟମାନେ କାଂସଡରେ ପହଞ୍ଚତ୍ବା ପରେ ସରପଞ୍ଚ ସୁଷମା ସାହ, ଇଓ ସାନନ୍ଦ ମେହେର, ଯୁଧିଷ୍ଠିର ସାହୁ ସେମାନଙ୍କୁ ପଞ୍ଚାୟତ ଦ୍ୱାରା କରାଯାଇଥିବା କ୍ବାରାଣ୍ଟାଇନରେ ରହିବାକୁ କହିଥିଲେ । ସେମାନେ ପ୍ରଥମେ ରାଜି ହୋଇ ନ ଥିଲେ । ଏ ନେଇ ପ୍ରଶାସନକୁ ଖବର ଦିଆଯାଇଥିଲା । ପଦ୍ମପୁର ଉପଜିଲାପାଳ ତନ୍ମୟ କୁମାର ଦରୱାନ, ପାଇକମାଲ ତହସିଲଦାର ମନୋଜ କୁମାର ମେହେର ରାତିରେ କାଂସଡାରେ ପହଞ୍ଚତ୍ ଦାଦନ ଶ୍ରମିକମାନଙ୍କୁ ବୁଝାସୁଝା କରିବା ପରେ ସମସ୍ତେ ରାଜି ହୋଇଥିଲେ। ପୂର୍ବରୁ ଉକ୍ତ ପଞ୍ଚାୟତରେ ଥିବା କ୍ୱାରାଣ୍ଟାଇନରେ ୩ ଜଣ ରହୁଥିବା ବେଳେ ଏହି ୨୮ ଜଣ ସେମାନଙ୍କ ସହ ସାମିଲ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ଘର ଭାଙ୍ଗୁଥିବା ମହିଳାଙ୍କୁ ପ୍ରଶ୍ରୟ ଦିଅନ୍ତୁ ନାହିଁ’: ପ୍ରେମିକାଙ୍କୁ ଧରି ବୁଲୁଥିବା ମାମୁ ଶ୍ୱଶୁର ଗୋବିନ୍ଦାଙ୍କ ବିରୋଧରେ ଏମିତି କହିଲେ…

ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ଅଭିନେତା ଗୋବିନ୍ଦା, ତାଙ୍କ ପତ୍ନୀ ସୁନୀତା ଆହୁଜା ଏବଂ ଅଭିନେତ୍ରୀ କୋମଲ ରାନୀଙ୍କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଏବେ ଗୋବିନ୍ଦାଙ୍କ ଭାଣେଜୀ-ବୋହୂ…

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

ସମ୍ବଲପୁର DRUCC ସଦସ୍ୟ ଭାବେ ମନୋନୀତ ହେଲେ ରମଣୀ ରଞ୍ଜନ ବେହେରା

ବରଗଡ଼, ୨୩।୯ (ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ରେଳପଥ ମଣ୍ଡଳ (ଡିଭିଜନ୍)ର ‘ଡିଭିଜନାଲ୍ ରେଲୱେ ୟୁଜର୍ସ କନସଲଟେଟିଭ୍ କମିଟି’ (DRUCC) ର ନୂତନ ସଦସ୍ୟ ଭାବେ ବରଗଡ଼ର ଜଣାଶୁଣା…

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?