୪୪ ଛାତ୍ରାବାସରୁ ଘରକୁ ଯିବେ ୬୮୫୯ ପିଲା

ଅନୁଗୋଳ ଅଫିସ୍‌, ୨୧।୩

କରୋନା ଭୂତାଣୁ ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ସମସ୍ତ ଛାତ୍ରାବାସକୁ ଆସନ୍ତା ୨୫ ତାରିଖଠାରୁ ଜୁନ ୧୫ ପର୍ଯ୍ୟନ୍ତ ବନ୍ଦ କରାଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ, ଶିକ୍ଷକ ମାତାପିତା କିମ୍ବା ଅଭିଭାବକଙ୍କୁ ଡକାଇ ସେମାନଙ୍କ ସହ ପିଲାମାନଙ୍କୁ ପଠାଯିବ। ଏଥିସହ ଏକକାଳୀନ ୩ମାସର ପ୍ରି-ମାଟ୍ରିକ ସ୍କଲାରଶିପ୍‌ ପ୍ରଦାନ କରାଯିବ ବୋଲି ଜିଲାପାଳ ମନୋଜ କୁମାର ମହାନ୍ତି ନିର୍ଦ୍ଦେଶ ଦେଇଛନ୍ତି।
ରାଜ୍ୟ ସରକାରଙ୍କ ଦ୍ୱାରା ଜାରି ହୋଇଥିବା ଏହି ନିର୍ଦ୍ଦେଶନାମା ଅନୁଯାୟୀ ପ୍ରତ୍ୟେକ ମାତାପିତା କିମ୍ବା ଅଭିଭାବକ ସେମାନଙ୍କ ପିଲାଙ୍କୁ ୨୫ ଓ ୨୬ ତାରିଖ ସୁଦ୍ଧା ସମ୍ପୃକ୍ତ ବିଦ୍ୟାଳୟରୁ ଘରକୁ ନେଇଆସିବେ। ଏଥିସହ ଛାତ୍ରୀଛାତ୍ରଙ୍କୁ ପ୍ରଦାନ କରାଯାଉଥିବା ପ୍ରି-ମାଟ୍ରିକ ସ୍କଲାରଶିପ୍‌ର ଆଗୁଆ ୩ ମାସର ଅର୍ଥ ସମ୍ପୃକ୍ତ ପ୍ରଧାନ ଶିକ୍ଷକଙ୍କଠାରୁ ଗ୍ରହଣ କରିବେ। ତେବେ ଛାତ୍ରାବାସ ପରିସରରେ ପିଲା ଓ ସେମାନଙ୍କ ମାତାପିତା ତଥା ଅଭିଭାବକଙ୍କ ଭିଡ଼ ଯେପରି ନ ହୁଏ ତାହାର ସୁପରିଚାଳନା ପାଇଁ ସମ୍ପୃକ୍ତ ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀମାନଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିୟୋଜିତ କରାଯାଇଛି। ସେମାନେ ଏହି କାର୍ଯ୍ୟ ତଦାରଖ ପାଇଁ ପ୍ରତ୍ୟେକ ବିଦ୍ୟାଳୟ ନିମନ୍ତେ ଜଣେ ଲେଖାଏ ନୋଡାଲ ଅଫିସର ନିୟୋଜିତ କରିବେ। ସମସ୍ତ କାର୍ଯ୍ୟକୁ ସୂଚାରୁରୂପେ ପରିଚାଳନା କରିବାକୁ ଜିଲାପାଳ ମନୋଜ କୁମାର ମହାନ୍ତି ଜିଲା ମଙ୍ଗଳ ଅଧିକାରୀ ଚାରୁଲତା ମଲ୍ଲିକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅନୁଗୋଳ ଜିଲାର ୪୪ଟି ଛାତ୍ରାବାସର ୬ ହଜାର ୮୫୯ ଜଣ ପିଲାଙ୍କୁ ଛାତ୍ରାବାସ ଛାଡ଼ିବା ପୂର୍ବରୁ ସମୁଦାୟ ୧ କୋଟି ୬୧ ଲକ୍ଷ ୨୯ ହଜାର ୫ ଶହ ଟଙ୍କା ପ୍ରି-ମାଟ୍ରିକ୍‌ ସ୍କଲାରଶିପ୍‌ ଭାବେ ପ୍ରଦାନ କରାଯିବ। ଏହି ଅର୍ଥ ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଆକାଉଣ୍ଟରେ ସିଧାସଳଖ ଭାବେ ପ୍ରଦାନ କରାଯିବ ବୋଲି ଜିଲାପାଳ ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା…

କେନ୍ଦ୍ରାପଡା କଲେଜର ଯୁକ୍ତ–୩ ଫଳ ପ୍ରକାଶିତ: ଅର୍ଚ୍ଚିତା, ଲକ୍ଷ୍ମୀପ୍ରିୟା ,ଶାନ୍ତନୁ ବିଭାଗୀୟ ଟପ୍ପର

କେନ୍ଦ୍ରାପଡା, ୩୦।୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁକ୍ତ–୩ ପରୀକ୍ଷାର ଫଳ ଶନିବାର ପ୍ରକାଶ ପାଇଛି। ଏଥର ଛାତ୍ରମାନଙ୍କ ତୁଳନାରେ ଛାତ୍ରୀମାନେ ଉତ୍କୃଷ୍ଟ ଫଳାଫଳ କରି…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

ଆୟୁଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ରୋଗୀ ଆଡ୍‌ମିଟ୍‌ ହେବାର ୩ ଦିନ ପୂର୍ବରୁ ହେବ ସବୁ..

.ଭୁବନେଶ୍ୱର,୩୦ା୫: ଆୟୂଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ଆଡମିଟ ପୂର୍ବରୁ ଆୟୂଷ୍ମାନ କାର୍ଡରେ ସବୁ ମେଡିକାଲ ପରୀକ୍ଷା କରାଯିବ। ରୋଗୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri