Posted inଜାତୀୟ

୪୪ ବର୍ଷ ତଳର ଜରୁରୀକାଳୀନ ପରିସ୍ଥିତି: ୨୧ ମାସର କଳା ଇତିହାସ

ନୂଆଦିଲ୍ଲୀ,୨୪।୬: ଆଜିକୁ ୪୪ ବର୍ଷ ତଳେ ୧୯୭୫ ଜୁନ୍‌ ୨୪ରେ ସୁପ୍ରିମ୍‌କୋର୍ଟଙ୍କ ରାୟ ପରେ ଦେଶରେ ଜରୁରୀକାଳୀନ ପରିସ୍ଥିତି ଜାରି ହେବାର ପାଇଁ ପରିଷ୍କାର ହୋଇଥିଲା। ଏହାପରେ ଜୁନ୍‌ ୨୫ ମଧ୍ୟରାତ୍ରରୁ ରାଷ୍ଟ୍ରପତି ଫକରୁଦ୍ଦିନ୍‌ ଅଲ୍ଲୀ ଅହମ୍ମଦ୍‌ ସାମ୍ବିଧାନିକ ଧାରା ୩୫୨ ଅନୁସାରେ ଦେଶରେ ଜରୁରୀକାଳୀନ ପରିସ୍ଥିତି ଜାରି କରିଥିଲେ। ୧୯୭୫ ଜୁନ୍‌ ୧୨ରେ ଆହ୍ଲାବାଦ୍‌ ହାଇକୋର୍ଟ ବିଚାରପତି ଜଗମୋହନ ଲାଲ୍‌ ସିହ୍ନା ଏକ ମାମଲାର ବିଚାର କରି ରାୟବରେଲୀ ଲୋକ ସଭା ଆସନରୁ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ବିଜୟକୁ ଅବୈଧ ଘୋଷିତ କରିଥିଲେ। ରାୟ ପ୍ରକାଶର ୧୧ ଦିନ ପରେ ଜୁନ୍‌ ୨୩ରେ ଇନ୍ଦିରା ସୁପ୍ରିମ୍‌କୋର୍ଟରେ ଏହାକୁ ଚ୍ୟାଲେଞ୍ଜ୍‌ କରିଥିଲେ। ଏହାର ବିଚାର କରି ସୁପ୍ରିମ୍‌କୋର୍ଟ ବିଚାରପତି ବି.ଆର୍‌. କୃଷ୍ଣ ଆୟାର ପ୍ରଧାନମନ୍ତ୍ରୀ ପଦରେ ଇନ୍ଦିରାଙ୍କୁ ରହିବାକୁ ପରାମର୍ଶ ଦେଇଥିଲେ ମଧ୍ୟ ହାଇକୋର୍ଟଙ୍କ ରାୟକୁ ଖାରଜ କରି ନ ଥିଲେ। ଅପରପକ୍ଷରେ ଜୟ ପ୍ରକାଶ ନାରାୟଣଙ୍କ ସୁଦୃଢ଼ ରାଜନୈତିକ ସ୍ଥିତି, ବିହାର ଓ ଗୁଜରାଟରେ ଜାରି ରହିଥିବା ଛାତ୍ର ଆନ୍ଦୋଳନକୁ ଦୃଷ୍ଟିରେ ରଖି ନିଜର ପଦବୀ ସୁରକ୍ଷିତ ରଖିବା ପାଇଁ ଜରୁରୀକାଳୀନ ପରିସ୍ଥିତି ଜାରି ପାଇଁ ରାଷ୍ଟ୍ରପତିଙ୍କୁ ସୁପାରିଶ୍‌ କରିଥିଲେ। ତେବେ ରାଷ୍ଟ୍ରପତି ଭାବେ ଫକରୁଦ୍ଦୀନ୍‌ ଏଭଳି ନିଷ୍ପତ୍ତି ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ ବୋଲି ବିରୋଧୀ ଅଭିଯୋଗ କରିଥିଲେ। ଦେଶରେ ୧୯୭୫ ଜୁନ୍‌ ୨୫ଠାରୁ ୧୯୭୭ ମାର୍ଚ୍ଚ ୨୧ ପର୍ଯ୍ୟନ୍ତ ୨୧ ମାସ ଧରି ଜରୁରୀକାଳୀନ ପରିସ୍ଥିତି ଜାରି ହୋଇଥିଲା। ୧୯୭୧ରେ ଇନ୍ଦିରା ଗରିବ ହଟାଅ ସ୍ଲୋଗାନ୍‌ ଦେଇ ଲୋକ ସଭା ନିର୍ବାଚନରେ ୫୧୮ ଆସନ ମଧ୍ୟରୁ ୩୫୨ ଆସନ ହାତେଇବାକୁ ସକ୍ଷମ ହୋଇଥିଲେ। ତେବେ ପରବର୍ତ୍ତୀ ସମୟରେ ରାୟବରେଲୀ ଆସନରୁ ତାଙ୍କ ବିଜୟକୁ ଜୟ ପ୍ରକାଶ ନାରାୟଣ ବିରୋଧ କରିବାରୁ ଭଳି ସ୍ଥିତି ସୃଷ୍ଟି ହୋଇଥିଲା। ଜୁନ୍‌ ୨୫ରେ ରାମଲୀଳା ମଇଦାନରେ ଜୟ ପ୍ରକାଶ ଏକ ସଭାରେ ଇନ୍ଦିରାଙ୍କ ଇସ୍ତଫା ଦାବି କରିଥିଲେ। ଏହାକୁ ଉପସ୍ଥିତ ଜନତା ମଧ୍ୟ ସମର୍ଥନ କରିଥିଲେ। ରାଜନୈତିକ ସ୍ଥିତି ନିଜ ସପକ୍ଷରେ ନ ଥିବା ଦେଖି ଇନ୍ଦିରା ଜରୁରୀକାଳୀନ ସ୍ଥିତି ଜାରି ଲାଗି ନିଷ୍ପତ୍ତି ନେଇଥିଲେ। ଜରୁରୀକାଳୀନ ସ୍ଥିତି ଜାରି ପରେ ଜୟପ୍ରକାଶ, ଲାଲ୍‌କୃଷ୍ଣ ଆଡଓ୍ବାଣୀ, ଅଟଳବିହାରୀ ବାଜପେୟୀ, ଅଶୋକ ମେହେଟ୍ଟା, ମୋରାରଜୀ ଦେଶାଇ ଆଦି ନେତାଙ୍କୁ ଗିରଫ କରାଯାଇଥିଲା। ଏହି ସମୟ ମଧ୍ୟରେ ସଞ୍ଜୟ ଗାନ୍ଧୀଙ୍କ କେତେକ ପଦକ୍ଷେପ ନେଇ ବିରୋଧୀ ଅଭିଯୋଗ କରିଥିଲେ। ଏହାକୁ ଦେଶର ରାଜନୈତିକ କ୍ଷେତ୍ରରେ କଳା ଇତିହାସ ଭାବେ କେତେକ ଅଭିହିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri