Posted inଫୁରସତ

୪୪୪ କିଲୋ ଓଜନର ଯୁବକ ଖୋଜୁଛନ୍ତି ୧୦୦ କିଲୋ ଓଜନ କନିଆ…

ଇସଲାମାବାଦ୍‌,୨୨।୧: ବିବାହ ନେଇ ପ୍ରତି ଯୁବତୀ ଯୁବକଙ୍କ ମଧ୍ୟରେ ବହୁ ସ୍ବପ୍ନ ଥାଏ। ନିଜ ମନ ପସନ୍ଦର ଜୀବନ ସାଥୀ ପାଇବା ପାଇଁ ସଭିଙ୍କ ମନରେ ଇଛା ରହିଥାଏ। ପାକିସ୍ତାନର ଜଣେ ୪୪୪କିଲୋ ଓଜନ ଯୁବକ ୧୦୦ କିଲୋ ଓଜନର କନିଆ ଖୋଜୁଛନ୍ତି। ଏହି ଯୁବକ ଜଣକ ହେଉଛନ୍ତି ୨୭ ବର୍ଷ ବୟସ୍କ ଅରବାବ୍‌ ଖବିଜର ହୟାତ୍‌। ସେ ଇତିମଧ୍ୟରେ ୩୦୦ କନିଆଙ୍କୁ ନା ପସନ୍ଦ କରିସାରିଛନ୍ତି। ଅରବାବ୍‌ ପସ୍ତୁନଖ୍ବା ଜିଲାର ମରଦାନର ବାସିନ୍ଦା। ଅରବାବ୍‌ଙ୍କ ଉଚ୍ଚତା ଏବଂ ଓଜନ ଅନୁସାରେ କନିଆ ଖୋଜା ଚାଲିଛି। ଯାହାଦ୍ୱାରା ଯୋଡ଼ା ସୁନ୍ଦର ଦେଖାଯିବ। କନିଆଙ୍କ ଉଚ୍ଚତା ୬ଫୁଟ ୪ ଇଞ୍ଚ ହୋଇଥିବା ଆବଶ୍ୟକ ବୋଲି ଅରବାବ୍‌ଙ୍କ ପରିବାର ପକ୍ଷରୁ ସର୍ତ୍ତ ରଖାଯାଇଛି। ପ୍ରତିଦିନ ଅରବାବ୍‌ ଏକ ହଜାର କିଲୋ କ୍ୟାଲୋରୀର ଖାଦ୍ୟ ଖାଇଥାନ୍ତି। ସକାଳ ଜଳଖିଆରେ ସେ ୩୬ଟି ଅଣ୍ଡା ଖାଆନ୍ତି। ଏହା ସହିତ ୪ଟି କୁକୁଡା, ୫ ଲିଟର କ୍ଷୀର ମଧ୍ୟ ତାଙ୍କ ଖାଦ୍ୟରେ ସାମିଲ୍‌ କରାଯାଇଥାଏ। ସେ ଏକ ଟ୍ରାକ୍ଟରକୁ ହାତରେ ଟାଣି ଚର୍ଚ୍ଚାକୁ ଆସିଥିଲେ। ୨୦୧୨ରେ ଜାପାନରେ ସେ ୫ ହଜାର କିଲୋ ଓଜନ ଉଠାଇ ରେକର୍ଡ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେଡିସିନ୍‌ ଖାଇ ୭ କଏଦୀ ଅସୁସ୍ଥ! ଝାରପଡ଼ା ଜେଲ୍‌ରେ ଚାଲିଛି ତଦନ୍ତ

ଭୁବନେଶ୍ୱର,୨୪।୬: ରାଜଧାନୀର ଝାରପଡ଼ା ସ୍ପେଶାଲ୍‌ ଜେଲ୍‌ରେ ୭ ଜଣ କଏଦୀ ହଠାତ୍ ଅସୁସ୍ଥ ହୋଇପଡ଼ିବା ଘଟଣାକୁ ନେଇ ଚିନ୍ତା ବଢ଼ିଛି। ଅସୁସ୍ଥ କଏଦୀମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ…

ହ୍ରାସ ପାଉଛି ଜମିର ଉର୍ବରତା: ଜୈବିକ ପଦ୍ଧତିରେ ଚାଷ କରିବାକୁ ଆହ୍ବାନ

ଦାରିଙ୍ଗବାଡ଼ି,୨୪ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମର ଶେଷ ଦିବସ ଅବସରରେ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ଅବସରର ସପ୍ତାହେ ପୂର୍ବରୁ ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ: ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ିବସିଲା ଭିଜିଲାନ୍ସ

ରାୟଗଡା,୨୪।୬: ରାୟଗଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରସନ୍ନ ପଟ୍ଟନାୟକ ଗିରଫ କରିଛି। ଭିଜିଲାନ୍ସ। ୨ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଥିଲେ ପ୍ରସନ୍ନ। କାର୍ଯ୍ୟ…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା, ତେଜିଲା ଅସନ୍ତୋଷ

ବରଗଡ଼,୨୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ୧୯ରୁ କାରଖାନା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଗତ ୧୯ ତାରିଖ ଭାରତ…

ଅର୍ଥ ବିଭାଗର ସ୍ବୀକୃତିପ୍ରାପ୍ତ ବ୍ୟାଙ୍କ ତାଲିକାରେ ଏବେ ୧୪

ଭୁବନେଶ୍ୱର,୨୪।୬(ରବିନାରାୟଣ ଜେନା): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ କାର୍ଯ୍ୟାନ୍ବୟନ କରିବାରେ ଅବହେଳା ପ୍ରଦର୍ଶନ କରିବା ଏବେ ୮ଟି ବ୍ୟାଙ୍କକୁ ମହଙ୍ଗା ସାବ୍ୟସ୍ତ…

ସଂଶୋଧିତ ତାଲିକାରେ ବି ବଢ଼ିଲା ତ୍ରୁଟି: ଦକ୍ଷତାକୁ ନେଇ ବଡ଼ ପ୍ରଶ୍ନବାଚୀ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ବଢ଼ୁଛି ବିବାଦ। ପ୍ରତିଦିନ ପାଠ୍ୟପୁସ୍ତକରେ ତ୍ରୁଟି ନେଇ ନୂଆ ନୂଆ ତଥ୍ୟ ପଦାକୁ ଆସୁଛି। ପାଠ୍ୟପୁସ୍ତକରେ ତ୍ରୁଟି…

ଭାଜପା ବୁଥ୍‌ ସଭାପତିଙ୍କୁ ବିଚ୍‌ ରାସ୍ତାରେ ନିର୍ମମ ହତ୍ୟା: କାଠ ଫାଳିଆରେ ବାଡେଇ ବାଡେଇ ମାରିଦେଲେ…

ମହାକାଳପଡ଼ା,୨୪।୬( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ ରାମନଗର ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ…

ଗୁରୁ-ଶିଷ୍ୟ ସମ୍ପର୍କରେ କଳଙ୍କ: ଟ୍ୟୁସନ ବାହାନାରେ ନାବାଳକଙ୍କୁ ବଳାତ୍କାର କରି ଫସିଲେ ଶିକ୍ଷକ, ପୂରା ଘଟଣା ଜାଣିଲେ…

କଟକ,୨୪।୬(ପ୍ରଭୁ କଲ୍ୟାଣ ପାଲ): ଅପ୍ରାକୃତିକ ଯୌନ ଲାଳସା ହେଲା କାଳ। ନାବାଳକଙ୍କୁ ବଳାତ୍କାର କରି ଫସିଲେ ଉର୍ଦ୍ଦୁ ଶିକ୍ଷକ। ଟ୍ୟୁସନ ବାହାନାରେ ନାବାଳକକୁ ବାରମ୍ବାର ପକାଉଥିଲେ ଲୋଲୁପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri