୪୫ ବର୍ଷରେ ଅକ୍ଷୟ ଖାନ୍ନା: ଚାହୁଁଥିଲେ କରିଶ୍ମା କପୁରଙ୍କୁ ବିବାହ କରିବାକୁ;ବାଧା ଦେଇଥିଲେ ବବିତା

ମୁମ୍ବାଇ: ବଲିଉଡ୍‌ର ରୋମାଣ୍ଟିକ୍‌ ଅଭିନେତା ଅକ୍ଷୟ ଖାନ୍ନା ଶନିବାର ୪୫ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୫ ମାର୍ଚ୍ଚ ୨୮ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ପିତା ବିନୋଦ ଖାନ୍ନା ବଲିଉଡ୍‌ରେ ଥିବାରୁ ଅକ୍ଷୟଙ୍କର ମଧ୍ୟ ଫିଲ୍ମରେ ଅଭିନୟ କରିବାକୁ ଆଗ୍ରହଥିଲା। ୧୯୯୭ରେ ସେ ହିମାଳୟ ପୁତ୍ର ଫିଲ୍‌ରେ ଅଭିନୟ କରି ବଲିଉଡ୍‌ରେ ଏଣ୍ଟ୍ରି କରିଥିଲେ। ଏହାପରେ ତାଙ୍କର ବର୍ଡର ଫିଲ୍ମ ମଧ୍ୟ ଆସିଥିଲା। ଅଭିନେତା ରଣଧୀର କପୁରଙ୍କ ପୁତ୍ରୀ କରିଶ୍ମା କପୁରଙ୍କ ସହିତ ଅକ୍ଷୟଙ୍କର ବିବାହ କରିବା ପାଇଁ ଯୋଜନା ହୋଇଥିଲା। ଏନେଇ ରଣଧୀର ଏବଂ ବିନୋଦ ଖାନ୍ନା ସାକ୍ଷାତ୍‌ ହୋଇ ଆଲୋଚନା କରିଥିଲେ। ତେବେ ଏଥିରେ କରିଶ୍ମାଙ୍କ ମାତା ବବିତା ବାଧା ଦେଇଥିଲେ। ବିବାହ ଅପେକ୍ଷା କରିଶ୍ମାଙ୍କ କ୍ୟାରିଅରକୁ ସେ ଅଧିକ ଗୁରୁତ୍ୱ ଦେଇଥିଲେ॥ ଫଳରେ ବିବାହ ଭାଙ୍ଗି ଯାଇଥିଲା। ପରବର୍ତ୍ତୀ ସମୟରେ କରିଶ୍ମା ଅନ୍ୟତ୍ର ବିବାହ କରିଥିଲେ ଏବଂ ତାଙ୍କର ଛାଡ଼ପତ୍ର ହୋଇଯାଇଥିଲା। ଅକ୍ଷୟ ଏପର୍ଯ୍ୟନ୍ତ ବିବାହ ନ କରି ଏକା ଏକା ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri