୪୬.୩ ଡିଗ୍ରୀରେ ରେକର୍ଡ ଭାଙ୍ଗିଲା ତାଳଚେର : ୪୦ ଡିଗ୍ରୀ ଟପିଲା ୧୪ ଜିଲା, ୫ ଜିଲାକୁ ହିଟ୍‌ ଓ୍ବେଭ୍‌ ଜାରି

ଭୁବନେଶ୍ୱର,୨୯।୪(ବ୍ୟୁରୋ)-ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ଉପକୂଳ ହେଉ କି ପଶ୍ଚିମ ଓଡ଼ିଶା, ସବୁଠି ତାତି ଅସହ୍ୟ ହେଉଛି। କ୍ରମାଗତ ଭାବେ ତାପମାତ୍ରା ବଢ଼ୁଛି। ରବିବାର ତାଳଚେରରେ ତାତି ରେକର୍ଡ ଭାଙ୍ଗିଛି। ଏଠାରେ ତାପମାତ୍ରା ୪୬.୩ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ରବିବାର ରାଜ୍ୟର ୧୪ ସହରର ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି। ଟିଟିଲାଗଡ଼ରେ ୪୪.୫, ଝାରସୁଗୁଡ଼ା ୪୩.୨, ଅନୁଗୋଳ ୪୩.୧, ସମ୍ବଲପୁର ଓ ବଲାଙ୍ଗୀର ୪୩, ଭବାନୀପାଟଣା ୪୨.୫, ହୀରାକୁଦ ୪୧.୯, ଫୁଲବାଣୀ ୪୧.୮, ସୋନପୁର ୪୧.୬, ମାଲକାନଗିରି ୪୧.୫, ସୁନ୍ଦରଗଡ଼ ୪୧, କେନ୍ଦୁଝର ୪୦.୬ ଓ ଚାନ୍ଦବାଲିରେ ୪୦.୫ ଡିଗ୍ରୀ ସେଲ୍‌ସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଛି। ସେହିଭଳି ଭୁବନେଶ୍ୱରର ତାପମାତ୍ରା ୩୮.୮ ଡିଗ୍ରୀ ରହିଥିବା ବେଳେ କଟକର ୩୯ ଡିଗ୍ରୀ ରେକର୍ଡ କରାଯାଇଥିଲା। ଆହୁରି ୩ଦିନ ଯାଏ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ପୂର୍ବ, ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ମେ ୨ ଯାଏ ତାତିର ପ୍ରକୋପ ଅନୁଭୂତ ହେବ। ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ପରେ ପରେ ପାଗ ମେଘୁଆ ରହିବା ସହିତ ତାତି କମିବା ସମ୍ଭାବନା ରହିଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଫନୀ’ ଯୋଗୁ ରାଜ୍ୟରେ ଆର୍ଦ୍ରତା ବଢ଼ିଯାଇଛି। ଫଳରେ ତାତି ସହ ଗୁଳୁଗୁଳିରେ ଲୋକେ ସିଝୁଛନ୍ତି। ପାଣିପାଗ କେନ୍ଦ୍ର ପକ୍ଷରୁ ୫ ଜିଲାକୁ ହିଟ୍‌ ଓ୍ବେଭ୍‌ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ନବରଙ୍ଗପୁର, ବଲାଙ୍ଗୀର, ବୌଦ୍ଧ, ସୁବର୍ଣ୍ଣପୁର ଓ ବରଗଡ଼ ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର…

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର

ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି।…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri