୪୬ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି ଓଡ଼ିଶାର ୨ୟ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଦିନକୁ ଦିନ ବଢ଼ୁଛି ମହାମାରୀ କରୋନା ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା। ଗୁରୁବାର ପର୍ଯ୍ୟନ୍ତ ୧୭୬ ଦେଶରେ କରୋନା ଚିହ୍ନଟ ହୋଇଥିବା ବେଳେ ଶୁକ୍ରବାର ଏହା ୧୮୨ରେ ପହଞ୍ଚିଛି। ଏଥିରେ ୨ ଲକ୍ଷ ୧୯ ହଜାର ୩୫୧ଜଣ ଆକ୍ରାନ୍ତ ଥିବା ବେଳେ ଆଜି ଏହି ସଂଖ୍ୟା ୨ଲକ୍ଷ ୪୬ ହଜାର ୫୨୨ରେ ପହଞ୍ଚିଛି। ଆକ୍ରାନ୍ତ ୧ଲକ୍ଷ ୪୦ ହଜାର ୫୯୭ଜଣଙ୍କଠାରେ କରୋନାର ସାମାନ୍ୟ ଲକ୍ଷଣ ରହିଛି। ସେହିଭଳି ୭୩୯୦ଜଣଙ୍କ ସ୍ବାସ୍ଥାବସ୍ଥା ସମ୍ବେଦନଶୀଳ ରହିଛି। ଗୁରୁତ୍ୱପୂର୍ଣ୍ଣ କଥା ହେଲା ଆକ୍ରାନ୍ତଙ୍କ ମଧ୍ୟରୁ ୮୮ହଜାର ୪୮୬ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି। ହେଲେ ୧୦ହଜାର ୪୯ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଯେଉଁମାନଙ୍କ ଦେହରେ ସାମାନ୍ୟ ଲକ୍ଷଣ ରହିଛି ସେମାନେ ନିଜର ଯତ୍ନ ନେଲେ ଠିକ୍‌ ହୋଇଯିବେ ବୋଲି ଶୁକ୍ରବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।

ବିଶେଷ ଭାବେ କରୋନା ପ୍ରଭାବିତ ଦେଶ ମଧ୍ୟରେ ଚାଇନା, ଇଟାଲୀ, ଇରାନ୍‌, ସ୍ପେନ୍‌, ଜର୍ମାନୀ, ଯୁକ୍ତରାଷ୍ଟ୍ର ଆମେରିକା ରହିଛନ୍ତି। ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୪ରୁ ୨୦୬ରେ ପହଞ୍ଚିଛି। ମୃତକଙ୍କ ସଂଖ୍ୟା ୫ ହୋଇଛି। ଓଡ଼ିଶାର ୨ୟ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ୧୯ ବର୍ଷୀୟ ଏହି ଯୁବକ ୟୁକେରୁ ଫେରିଥିଲେ। ୧୮ତାରିଖରେ ଓଡ଼ିଶାରେ ପହଞ୍ଚିଥିବା ପରେ ୧୯ରେ ତାଙ୍କୁ ଆଇସୋଲେଶନରେ ରଖାଯାଇଥିଲା। ତାଙ୍କୁ ପରିବାରଲୋକଙ୍କୁ ହୋମ୍‌ କ୍ୱାରେଣ୍ଟାଇନରେ ରଖାଯାଇଛି। ଆଜି ପର୍ଯ୍ୟନ୍ତ ୬୬ଟି ନମୂନା ପଠାଯାଇଥିଲା। ସେଥିରୁ ୬୨ଜଣଙ୍କର ରିପୋର୍ଟ ଆସିଛି। ୨ଜଣଙ୍କ ନମୂନା ପଜିଟିଭ ଆସିଥିବା ବେଳେ ୪ଜଣଙ୍କ ରିପୋର୍ଟ ଆସିନାହିଁ। ଉକ୍ତ ଯୁବକ ୪୬ଜଣ ସଂସ୍ପର୍ଶରେ ଆସିଥିଲେ। ସେମାନଙ୍କମଧ୍ୟରୁ ୪୩ଜଣଙ୍କ ସହ ଯୋଗାଯୋଗ କରାଯାଇଛି। ଅନ୍ୟ ୩ଜଣଙ୍କୁ ଟ୍ରେସ୍‌ କରିବା ଲାଗି ଯୁଦ୍ଧକାଳୀନ ଭିତ୍ତିରେ ୮ଟି ମନିଟରିଂ ଟିମ୍‌ ଗଠନ କରାଯାଇଛି। ସମସ୍ତଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ପରେ ଆଇସୋଲେଶନ ବ୍ୟବସ୍ଥା କରାଯିବ ବୋଲି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri