୪୮ ଘଣ୍ଟାର ସଂଘର୍ଷ ପରେ ଜୀବନ ହାରିଲା ହାତୀ: ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ

ଖୋର୍ଦ୍ଧା ଅଫିସ,୨୦।୩: ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଟାଙ୍ଗୀ ବନ ବିଭାଗ ରମ୍ଭାବିଲି ନିକଟ ବଘେଇପୁଟ ମୌଜାରୁ ବୁଧବାର ଅସୁସ୍ଥ ଅବସ୍ଥାରେ ଏକ ମାଈହାତୀକୁ ଉଦ୍ଧାର କରାଯାଇଥିଲା। ପ୍ରାୟ ୪୮ ଘଣ୍ଟାର ସଂଘର୍ଷ ପରେ ଗୁରୁବାର ବିଳମ୍ବିତ ରାତିରେ ତା’ର ମୃତ୍ୟୁ ଘଟିଛି ।
ପ୍ରକାଶ ଯେ, ଗତ ବୁଧବାର ହାତୀକୁ ଅସୁସ୍ଥ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ନିକଟରେ ଏକ ଦନ୍ତାହାତୀ ତାକୁ ଜଗି ରହିଥିଲା। କିଛି ସମୟ ବାଦ୍‌ ହାତୀ ଜଙ୍ଗଲକୁ ଯିବାପରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ହାତୀ ଉପରକୁ ପାଣି ଛିଞ୍ଚନ କରିଥିଲେ। ପରେ ବନ ବିଭାଗ ଓ ଟାଙ୍ଗୀ ପ୍ରାଣୀଧନ ଚିକିତ୍ସାଳୟ ଟିମ୍‌ ପ୍ରାଥମିକ ଚିକିତ୍ସା କରିଥିଲେ। ପରେ ହାତୀ ଠିଆହୋଇ ୨ଶହ ମିଟର ଆଗକୁ ଯିବା ପରେ ତଳେ ପଡ଼ିଯାଇଥିଲା। ବନ ବିଭାଗ ଓ ସ୍ଥାନୀୟ ବାସିନ୍ଦା ହାତୀକୁ ଜଗି ରହିଥିଲେ। ଗୁରୁବାର ରାତିରେ ତା’ର ପ୍ରାଣ ଚାଲିଯାଇଥିବା ଟାଙ୍ଗୀ ବନ ଅଧିକାରୀ ଅଜୟ ଜଗଦ୍ଦେବ ସୂଚନା ଦେଇଛନ୍ତି।
ବିଷଯୁକ୍ତ ପରିବା ଖାଇବା ପରେ ହାତୀର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ବନ ଅଧିକାରୀ ଜଗଦ୍ଦେବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

୪ରେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ପଦଯାତ୍ରାରେ ଯିବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨ା୮(ପି.ଟି.): ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

ସମୟର ସଙ୍କେତ

ମଦର ଅଫ୍‌ ଡେମୋକ୍ରାସି ବା ଗଣତନ୍ତ୍ରର ଜନନୀ ହେଉଛି ଭାରତ। ଏହା ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଏକ ଅସ୍ଥାୟୀ ନିର୍ବାଚିତ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri