୪୮ ଘଣ୍ଟାରେ ନିର୍ଦ୍ଧାରିତ ସ୍ଥାନରେ ରିପୋର୍ଟ କରିବେ ବଦଳି ସରକାରୀ କର୍ମଚାରୀ, ନଚେତ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ମଙ୍ଗଳବାର ମଧ୍ୟରାତ୍ରରୁ ସାରା ଓଡ଼ିଶା ଲକ୍‌ଡାଉନ୍‌ କରିବାକୁ ଘୋଷଣା କରାଯାଇଛି। ୨୯ ମାର୍ଚ୍ଚ ରାତି ୧୨ ଯାଏ ସମସ୍ତ ଜିଲାରେ ଏହା ଜାରି ରହିବ। ଏହି ଅବସରରେ ରାଜ୍ୟ ପୋଲିସ, ବିଦ୍ୟୁତ୍‌ ବିଭାଗର ସମସ୍ତ କର୍ମଚାରୀମାନେ ନିରବିଚ୍ଛିନ୍ନ ଭାବେ କାମ କରିଚାଲିଛନ୍ତି। ସେମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଧନ୍ୟବାଦ ଜଣାଇଛନ୍ତି। ସେହିଭଳି ଏହି ସମୟରେ ବଦଳି ନିର୍ଦ୍ଦେଶ ପାଇଥିବା ଯେକୌଣସି ସରକାରୀ କର୍ମଚାରୀ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ନିର୍ଦ୍ଧାରିତ ସ୍ଥାନରେ ରିପୋର୍ଟ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଯଦି ନ କରନ୍ତି ତେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମଙ୍ଗଳବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି। ଓଡ଼ିଶା ସରକାର ରାଜ୍ୟରେ ସମସ୍ତ ନିର୍ମାଣ କାର୍ଯ୍ୟ ବନ୍ଦ କରିଛନ୍ତି। ଏବେ କେବଳ ସ୍ବାସ୍ଥ୍ୟ ସେବା ସମ୍ପୃକ୍ତ ନିର୍ମାଣ ଚାଲୁ ରହିବ। ସେହିଭଳି ପିଡିଏସ୍‌ ଓ ପେନସନକୁ ଘରେ ପହଞ୍ଚାଇବାକୁ ସରକାର ନିଷ୍ପତ୍ତି ନେଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri