୪୮ ବସ୍ତା ଗୁଟ୍‌ଖା ଜବତ, ଏଜେଣ୍ଟ ଗିରଫ, ୨ ମାଲିକ ଫେରାର

ବ୍ରହ୍ମପୁର ଅଫିସ,୧୦ା୮-ବ୍ରହ୍ମପୁର ସହର ଓ ସହରତଳି ଅଞ୍ଚଳରେ ଗଢି ଉଠିଥିବା ଗୁଟ୍‌ଖା କାରଖାନାଗୁଡିକରେ ପୋଲିସ ନିୟମିତ ଚଢାଉ କରି ବହୁ କୋଟି ଟଙ୍କାର ଗୁଟ୍‌ଖା ଜବତ କରୁଛି। ତଥାପି ଏହି ବେଆଇନ କାରବାର ବନ୍ଦ ହେଉନି। ଶୁକ୍ରବାର ବୈଦ୍ୟନାଥପୁର ଥାନା ପୋଲିସ କୌଣସି ସୂତ୍ରରୁ ଖବରପାଇ ନୂଆ ବସଷ୍ଟାଣ୍ଡରେ ଥିବା ୪୮ ବସ୍ତା ଗୁଟଖା ଜବତ କରିଛି। ସେଠାରୁ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ପ୍ରେମନଗର ୪ର୍ଥ ସାରଣୀର ରଞ୍ଜନ କୁମାର ଦାସ ଓ ସେ ଜଣେ ଏଜେଣ୍ଟ ବୋଲି ପୋଲିସ କହିଛି। ମାମଲା ନଂ.୧୫୫/୧୯ରେ ରଞ୍ଜନଙ୍କୁ ଶୁକ୍ରବାର କୋର୍ଟଚାଲାଣ କରାଯାଇଥିବା ତଦନ୍ତକାରୀ ଅଧିକାରୀ ସତ୍ୟ ନାରାୟଣ ପାଢୀ ସୂଚନା ଦେଇଛନ୍ତି। ଗୁଟ୍‌ଖା ସବୁ ବସ ଯୋଗେ କୋଲକତା ଚାଲାଣ ପାଇଁ ବସଷ୍ଟାଣ୍ଡରେ ରଖାଯାଇଥିବା ଜେରା ବେଳେ ଅଭିଯୁକ୍ତ ଜଣକ ସ୍ବୀକାର କରିଛନ୍ତି। ବାଉଁଶିଆପଲ୍ଲୀରେ ଥିବା କାରଖାନାରୁ ଏହି ଗୁଟ୍‌ଖା ଆସିଥିଲା ବୋଲି ପୋଲିସ ଜାଣିବା ପରେ ସେଠାରେ ମଧ୍ୟ ଚଢାଉ କରିଥିଲା। ଚଢାଉ ବେଳେ ମାଲିକ ଏବଂ ତାଙ୍କ ଭାଗୁଆଳି ଫେରାର ଥିବା ପୋଲିସ କହିଛି। ଖୁବଶୀଘ୍ର ସେମାନଙ୍କୁ ଗିରଫ କରାଯିବ ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

ମହିଳାଙ୍କୁ ଫସାଇ ଏକାଧିକ ଥର ବଳାତ୍କାର, ଅନ୍ତରଙ୍ଗ ମୁହୁର୍ତ୍ତ ଫଟୋ ଭିଡିଓ ଭାଇରାଲ: ଅବସରପ୍ରାପ୍ତ ସାମରିକ କର୍ମଚାରୀ ଗିରଫ

ଦିଗପହଣ୍ଡି,୧|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ବିବାହିତା ମହିଳାଙ୍କୁ ପ୍ରେମଜାଲରେ ଫସାଇ ଏକାଧିକ ଥର ବଳାତ୍କାର କରିବା ସହ…

ଘୁମୁସର ବନଖଣ୍ଡରେ ୯୪ ହାତୀ: ଧାନ ଫସଲ ନଷ୍ଟ କରୁଛନ୍ତି ହାତୀପଲ, ଚିନ୍ତାରେ ଚାଷୀ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଘୁମୁସର ଉତ୍ତର ଓ ଘୁମୁସର ଦକ୍ଷିଣ ବନଖଣ୍ଡରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ସୋମବାର ସୁଦ୍ଧା ଦୁଇ ବନଖଣ୍ଡର ବିଭିନ୍ନ…

ଭଞ୍ଜନଗର ସ୍ବତନ୍ତ୍ର କାରାଗାରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: କର୍ମଚାରୀ ଅଭାବ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ବେସରକାରୀ ପରିଦର୍ଶକମାନେ ଗଞ୍ଜାମ ଜିଲା ଭଞ୍ଜନଗର ସ୍ବତନ୍ତ୍ର କାରାଗାରକୁ ଯାଇ ସେମାନଙ୍କ ଖାଦ୍ୟ, ସ୍ବାସ୍ଥ୍ୟସେବା, ସର୍ବୋପରି ଜେଲ ପରିସର ପରିଷ୍କାର ଓ ପରିଚ୍ଛନ୍ନତା ଉପରେ…

ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବେ ଗଞ୍ଜାମ ଜିଲା କଳାକାର, ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲା ସାଂସ୍କୃତିକ କଳା

ଛତ୍ରପୁର,୧।୯(ଦିଲ୍ଲୀପ ସାମଲ) : ଜିଲା ଏବଂ ସମଗ୍ର ରାଜ୍ୟର ଗୌରବମୟ ଇତିହାସର ଆଦିବାସୀ ଏବଂ ଲୋକନୃତ୍ୟ ଉପସ୍ଥାପନାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲେ ଗଞ୍ଜାମ ଜିଲାର…

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri