୫ ଆଦିବାସୀ ଗ୍ରାମକୁ ପକ୍କାରାସ୍ତା ନାହିଁ

ଚିକିଟିି,୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଆଦିବାସୀ ଗ୍ରାମ ରହିଛି। ଏ ପର୍ଯ୍ୟନ୍ତ ସେହି ଗ୍ରାମଗୁଡିକୁ ଭଲ ପକ୍କା ରାସ୍ତାଟିଏ ନିର୍ମାଣ ହୋଇପାରିନାହିଁ। ଫଳରେ ଗମନାଗମନ କ୍ଷେତ୍ରରେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତିିା ଚିକିଟି ବ୍ଲକ ଚାନ୍ଦପୁର ପଞ୍ଚାୟତରେ ୬ ଆଦିବାସୀ ଗ୍ରାମ ମଧ୍ୟରୁ କେବଳ ବଳରାମପୁରକୁ ରାସ୍ତା ଥିବା ବେଳେ ଅନ୍ୟ ୫ ଗ୍ରାମ ଦେବୀପୁର, ବାଦୁଆ, ଖଜୁରିପଦା, ହରିପୁରପଲ୍ଲୀ, ବାତରଡାପଲ୍ଲୀ ଗ୍ରାମକୁ ପକ୍କା ରାସ୍ତା ନାହିଁ ା ଫଳରେ ଗର୍ଭବତୀ ଓ ରୋଗୀମାନେ ହଇରାଣ ହେଉଛନ୍ତି। ଏହି ସମସ୍ତ ଗ୍ରାମଗୁଡିକର ଲୋକେ ଚାନ୍ଦପୁର ବଜାର ଉପରେ ନିର୍ଭର କରନ୍ତିିା ଏହି ଗ୍ରାମଗୁଡିକୁ ବର୍ଷା ଦିନେ ଯାତାୟାତ ପାଇଁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତିା ଉକ୍ତ ଗ୍ରାମଗୁଡିକୁ ଚାରିଚକିଆ ତ ଦୂରର କଥା, ଦୁଇଚକିଆ ଯାନ ମଧ୍ୟ ଯିବା ଆସିବା କଷ୍ଟକର ହୋଇପଡୁଛି ା ବର୍ଷାଦିନେ ଉକ୍ତ ରାସ୍ତାଗୁଡିକରେ ଯିବା ଆସିବା ବନ୍ଦ ହୋଇଯାଉଛି ା ପକ୍କା ରାସ୍ତାଟିଏ ନ ଥିବା ଯୋଗୁ ଗ୍ରାମରେ ଆମ୍ବୁଲାନ୍ସ ପହଞ୍ଚି ପାରୁନାହିଁା ଗୁରୁତର ରୋଗୀ ଏବଂ ଗର୍ଭବତୀମାନେ ବେଳେବେଳେ ମୃତ୍ୟୁମୁଖରେ ପଡୁଛନ୍ତିି। ଚିକିଟି ତହସିଲ୍‌ ପକ୍ଷରୁ ଏହି ଗ୍ରାମଗୁଡିକର ଜନସାଧାରଣଙ୍କଠାରୁ ରାଜସ୍ବ ଆଦାୟ କରାଯାଉଥିବା ବେଳେ ଲୋକଙ୍କ ଗମନାଗମନ ପାଇଁ ପକ୍କା ରାସ୍ତା ଆଜି ପର୍ଯ୍ୟନ୍ତ ନିର୍ମାଣ ହୋଇପାରିନାହିଁ ବୋଲି ଗ୍ରାମବାସୀଙ୍କ ପକ୍ଷରୁ ଅଭିଯୋଗ ହୋଇଛିା ଉକ୍ତ ଗ୍ରାମବାସୀଙ୍କ ପକ୍ଷରୁ ସ୍ଥାନୀୟ ସରପଞ୍ଚ, ବ୍ଲକ ଓ ଜିଲା ପ୍ରଶାସନ ନିକଟରେ ବାରମ୍ବାର ଅବଗତ କରାଯାଇଥିଲେ ସୁଦ୍ଧା କୌଣସି ସୁଫଳ ମିଳୁନାହିଁ ା ଉକ୍ତ ଗ୍ରାମବାସୀ ଯିବାଆସିବାରେ ଅସୁବିଧାର ସମ୍ମୁଖୀନ ହେଉଥିଲେ ସୁଦ୍ଧା ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନ ଥିବା ଅଭିଯୋଗ ହେଉଛି। ଏଣୁ ଉକ୍ତ ଗ୍ରାମଗୁଡିକୁ ଯିବାଆସିବା ସୁବିଧା ଲାଗି ପକ୍କାରାସ୍ତାଟିଏ ନିର୍ମାଣ କରିବା ପାଇଁ ଗ୍ରାମବାସୀଙ୍କ ପକ୍ଷରୁ ଦାବି ହେଉଛି। ଏ ସମ୍ପର୍କରେ ଚାନ୍ଦପୁର ସରପଞ୍ଚ ମନୋଜ କୁମାର ସାହୁଙ୍କୁ ପଚାରିବାରୁ ଏ ସମ୍ପର୍କରେ ବ୍ଲକ ପ୍ରଶାସନକୁ ଜଣାଯାଇଛିା ଏମ୍‌ଜିଏନ୍‌ଆରଇଜିଏସ୍‌ ମାଧ୍ୟମରେ ରାସ୍ତା ନିର୍ମାଣ କରାଯିବ ବୋଲି କହିଛନ୍ତିିା ବର୍ତ୍ତମାନ ଚାନ୍ଦପୁର ଛକଠାରୁ ବାଦୁଆ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ଚାଲିଥିବା କହିଛନ୍ତି ା ଚିକିଟି ବିଡିଓ ଫାଲୁଗନୀ ମାଝିଙ୍କ ସହ ଯୋଗାଯୋଗ ବେଳେ ମୁଁ ଏଠାରେ ନିୟୋଜିତ ହେବା ଦିନଠାରୁ ଏ ସମ୍ପର୍କରେ କୌଣସି ଅଭିଯୋଗ ଆସିନାହିଁ ା ଏଣୁ ଏହାକୁ ତଦନ୍ତ କରି ଯଥାଶୀଘ୍ର ଏହି ସମସ୍ୟାର ସମାଧାନ କରାଯିବ ବୋଲି କହିଛନ୍ତିି ା


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri