୫ ଗବେଷକଙ୍କୁ ଆର୍ଥିକ ପ୍ରୋତ୍ସାହନ

ଭୁବନେଶ୍ୱର,  ୧୧-୯(ବ୍ୟୁରୋ):ଉଚ୍ଚତର ଗବେଷଣା ପାଇଁ ରାଜ୍ୟର ୫ଜଣ ଗବେଷକଙ୍କୁ ଆର୍ଥିକ ପ୍ରୋତ୍ସାହନ ପ୍ରଦାନ କରିବ ବିଜ୍ଞାନ ଓ କାରିଗରି ବିଭାଗ। ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଅଧିକତର ଗବେଷଣା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ୩ ବର୍ଷ ପାଇଁ ଏହି ସହାୟତା ପ୍ରଦାନ କରାଯିବ। ବିଭାଗ ପକ୍ଷରୁ ପ୍ରଦତ୍ତ ପ୍ରସ୍ତାବକୁ ମଙ୍ଗଳବାର ବିଜ୍ଞାନ କାରିଗରି, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଅନୁମୋଦନ କରିଛନ୍ତି। ବାୟୋଟେକ୍ନୋଲୋଜିରେ ଗବେଷଣା ଓ ବିକାଶକୁ ଦୃଷ୍ଟିରେ ରଖି ଏକ ଉପସମିତିର ସୁପାରିସକ୍ରମେ ୫ଜଣ ଗବେଷକ ଏହି ସହାୟତା ପାଇବା ପାଇଁ ମନୋନୀତ ହୋଇଛନ୍ତି। ଏହି ୫ଜଣ ଗବେଷକଙ୍କ ମଧ୍ୟରେ ରହିଛନ୍ତି ବାଲେଶ୍ୱରସ୍ଥିତ ଫକୀରମୋହନ ବିଶ୍ୱବିଦ୍ୟାଳୟର ପରିବେଶ ବିଜ୍ଞାନ ସ୍ନାତକୋତ୍ତର ବିଭାଗର ପ୍ରେଫେସର ଡ. ପ୍ରକାଶ ଚନ୍ଦ୍ର ମିଶ୍ର, ରାଉରକେଲାସ୍ଥିତ ଏନ୍‌ଆଇଟିର ଜୀବବିଜ୍ଞାନ ବିଭାଗୀୟ ସହକାରୀ ପ୍ରଫେସର ଡ. ସୁମନ ଝା, ନିଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍‌ସ) ଭୁବନେଶ୍ୱରର ସ୍ନାୟୁ ବିଭାଗ ଆସୋସିଏଟ୍‌ ପ୍ରଫେସର ଡ. ସଂଜୀବ କୁମାର ଭୋଇ ଏବଂ ଆସୋସିଏଟ୍‌ ପ୍ରଫେସର ଡ. ସୁଚିତ୍ରା କୁମାରୀ, ଭୁବନେଶ୍ୱରସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମିନେରାଲ୍‌ସ ଏବଂ ମ୍ୟାଟେରିଆଲ୍ସ ଟେକ୍ନୋଲୋଜିର ବରିଷ୍ଠ ବୈଜ୍ଞାନିକ ଡ. ସୋନୀ ପାଣ୍ଡେ। ପ୍ରତି ଗବେଷକଙ୍କୁ ୩ ବର୍ଷ ନିମନ୍ତେ ସରକାରଙ୍କ ପକ୍ଷରୁ ସର୍ବାଧିକ ୧୦ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ମୋଟ ଭାବେ ୫ଜଣ ଗବେଷକଙ୍କୁ ସହାୟତା ବାବଦରେ ୪୯.୪୮ଲକ୍ଷ ଟଙ୍କା ପ୍ରଦାନ କରିବାକୁ ପ୍ରସ୍ତାବ ଅନୁମୋଦିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri