୫ ଜିଲାର ୮.୩୦ ଲକ୍ଷ ଲୋକଙ୍କୁ ମିଳିବ ବିଶୁଦ୍ଧ ପାନୀୟ ଜଳ

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ବସୁଧା, ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭ୍‌ଲପମେଣ୍ଟ କର୍ପୋରେଶନ(ଓମ୍ବାଡାକ) ଏବଂ ଜାତୀୟ ଗ୍ରାମ୍ୟ ପାନୀୟ ଜଳଯୋଗାଣ ଯୋଜନାରେ ୫ ଜିଲାର ଗ୍ରାମାଞ୍ଚଳରେ ବସବାସ କରୁଥିବା ୮,୩୦, ୩୯୧ ଲୋକଙ୍କୁ ରାଜ୍ୟ ସରକାର ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ପାଇଁ ଚୂଡାନ୍ତ ହୋଇଥିବା ୧୩୨୪.୮୩ କୋଟି ଟଙ୍କାର ଟେଣ୍ଡରକୁ ସୋମବାର ରାଜ୍ୟ କ୍ୟାବିନେଟ୍‌ ମୋହର ମାରିଛି। ଭୂତଳ ଜଳ ଖଣି ଦ୍ୱାରା ପ୍ରଭାବିତ ହେଉଥିବା ଯାଜପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ୩ଟି ବ୍ଲକ ଅନ୍ତର୍ଗତ ୩୮୪ଟି ଗ୍ରାମକୁ ୪ଟି ପାନୀୟ ଜଳ ପ୍ରକଳ୍ପ ମାଧ୍ୟମରେ ପାନୀୟ ଜଳ ଯୋଗାଇ ଦିଆଯିବ। ୩ଟି ବ୍ଲକ ଅଧୀନରେ ଥିବା ୬୩ଟି ପଞ୍ଚାୟତର ୩୮୪ଟି ଗ୍ରାମରେ ବାସ କରୁଥିବା ୩,୨୦,୫୮୪ ଜଣଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ। ଏହା ଦ୍ୱାରା ଯାଜପୁର ଜିଲାର ସୁକିନ୍ଦା ବ୍ଲକ ଅଧୀନରେ ଥିବା ୨୦ଟି ପଞ୍ଚାୟତର ୭୧ଟି ଗ୍ରାମର ୧,୦୧,୦୬୮, କେନ୍ଦୁଝର ଜିଲାର ହାଟଡିହି ବ୍ଲକ ଅନ୍ତର୍ଗତ ୨୯ଟି ପଞ୍ଚାୟତ ଅଧୀନରେ ଥିବା ୨୦୦ ଗ୍ରାମର ୧,୨୬,୬୩୩ ଓ ମୟୂରଭଞ୍ଜ ଜିଲାର କୁସୁମି ବ୍ଲକ ଅନ୍ତର୍ଗତ ୧୪ ପଞ୍ଚାୟତର ୧୧୩ ଗ୍ରାମର ୯୨,୮୮୩ ଜନସାଧାରଣ ଉପକୃତ ହୋଇପାରିବେ। ଉକ୍ତ ୪ଟି ପ୍ରକଳ୍ପ ପାଇଁ ୬୪୧ କୋଟି ୫୭ ଲକ୍ଷ ଟଙ୍କାର ଟେଣ୍ଡରକୁ ଅନୁମୋଦନ କରାଯାଇଛି। ଉକ୍ତ ପ୍ରକଳ୍ପ କାର୍ଯ୍ୟ ୨ ବର୍ଷ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି।
ସେହିପରି ବସୁଧା ଯୋଜନାରେ ଢେଙ୍କାନାଳ ଜିଲାର ୨ଟି ଜଳ ଯୋଗାଣ ପ୍ରକଳ୍ପ ପାଇଁ ଡକାଯାଇଥିବା ଟେଣ୍ଡରକୁ କ୍ୟାବିନେଟ୍‌ ଅନୁମୋଦନ କରିଛି। ଏହି ଦୁଇଟି ପ୍ରକଳ୍ପ ଦ୍ୱାରା ଜିଲାର ୨ଟି ବ୍ଲକ ଅଧୀନରେ ଥିବା ୬୩ଟି ପଞ୍ଚାୟତ ଅନ୍ତର୍ଗତ ୩୧୭ଟି ଗ୍ରାମର ୩,୧୭,୯୧୪ ଲୋକଙ୍କୁ ନିରାପଦ ପାନୀୟ ଜଳ ଯୋଗାଇ ଦିଆଯିବ। ଏଥିପାଇଁ ୩୪୯.୩୮ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି।
ସେହିପରି ଜାତୀୟ ଗ୍ରାମୀଣ ପାନୀୟ ଜଳ ଯୋଗାଣ ପ୍ରକଳ୍ପ (ଏନ୍‌ଆର୍‌ଡିଡବ୍ଲ୍ୟୁପି) ଯୋଜନାରେ ଦେବଗଡ଼ ଜିଲାର ଦୁଇଟି ବ୍ଲକ ଅଧୀନରେ ଥିବା ୩୮ ଗ୍ରାମପଞ୍ଚାୟତର ୪୩୨ଟି ଗ୍ରାମରେ ରହୁଥିବା ୧,୯୧,୮୯୩ ଜଣଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ। ବାରକୋଟ ବ୍ଲକ ଅନ୍ତର୍ଗତ ୨୧୬ ଗ୍ରାମର ୧,୦୦,୨୨୫ ଏବଂ ରିଆମାଳ ବ୍ଲକ୍‌ ଅନ୍ତର୍ଗତ ୨୧୬ ଗ୍ରାମର ୯୧,୬୬୮ ଜଣ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ। ଏଥିପାଇଁ ୩୩୩ କୋଟି ୮୮ଲକ୍ଷ ଟଙ୍କାର ଟେଣ୍ଡର ପ୍ରସ୍ତାବକୁ କ୍ୟାବିନେଟ୍‌ ଅନୁମୋଦନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri