୫ ଟି କ୍ଷେତ୍ରରେ ଆତ୍ମନିର୍ଭର ହେବ ଭାରତ: ଏମ୍‌ଏସ୍‌ଏମ୍‌ଇ ସୁଧାର ପାଇଁ ୬ ପଦକ୍ଷେପ

ନୂଆଦିଲ୍ଲୀ,୧୩।୫: ଭାରତରେ କରୋନା ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶବ୍ୟାପୀ ଲକ୍‌ଡାଉନ୍‌ ମଧ୍ୟ ଜାରି ରହିଛି। ଫଳରେ ଦିନକୁ ଦିନ ଅର୍ଥନୀତି ଖରାପ ହେବାରେ ଲାଗିଛି। ଏପରିସ୍ଥଳେ ଦେଶର ଅର୍ଥନୀତିରେ ସୁଧାର ଆଣିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୨୦ ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କରିଥିଲେ। ଏହି ପ୍ୟାକେଜ ସମ୍ପର୍କରେ ବୁଧବାର ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏକ ଗଣମାଧ୍ୟମ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରକୁ ୩ ଲକ୍ଷ କୋଟିର ବିନା ଗ୍ୟାରେଣ୍ଟି ଋଣ ସୁବିଧା ଦିଆଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ଏହି କ୍ଷେତ୍ରର ବିକାଶ ପାଇଁ ୬ଟି ପଦକ୍ଷେପ ଗ୍ରହଣ କରାଯାଇଛି। ୫ ଟି କ୍ଷେତ୍ରରେ ଭାରତକୁ ଆତ୍ମନିର୍ଭର କରାଯିବ। ସ୍ବଦେଶୀ ଉତ୍ପାଦକୁ ଅଗ୍ରାଧୀକାର ଦିଆଯିବ। ସୁଧାର ଦ୍ୱାରା ନୂଆ ଭାରତ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ଏମ୍‌ଏସ୍‌ଏମ୍‌ଇକୁ ୧ ବର୍ଷ ପର୍ଯ୍ୟନ୍ତ ଋଣ ଛାଡ୍‌ କରାଯିବ। ଫଳରେ ୪୫ ଲକ୍ଷ ଏମ୍‌ଏସ୍‌ଏମ୍‌ଇ ଊପକୃତ ହୋଇପାରିବେ। ସେହିପରି ୧୫ ହଜାରରୁ କମ୍‌ ଦରମା ପାଉଥିବା କର୍ମଚାରୀଙ୍କୁ ସରକାରୀ ସହାୟତା ମିଳିବ। ୨୪ ପ୍ରତିଶତ ଦରମା ପିଏଫ୍‌ରେ ଜମା କରାଯିବ। ଏମ୍‌ଏସ୍‌ଏମ୍‌ଇ ପାଇଁ ୧୦ ହଜାର କୋଟିର ଫଣ୍ଡସ୍‌ ଅଫ୍‌ ଫଣ୍ଡ୍‌ ଘୋଷଣା କରାଯାଇଛି। ସେହିପରି ଏହି କ୍ଷେତ୍ରରେ କାରବାର ବିସ୍ତାର ପାଇଁ ୫୦ ହଜାର କୋଟିର ପ୍ୟାକେଜ ଦେବାକୁ ସରକାର ଯୋଜନା କରିଛନ୍ତି। ସମ୍ମିଳନୀରେ ଅର୍ଥମନ୍ତ୍ରୀ ସୂଚନା ଦେଇଥିଲେ ଯେ, କରୋନା ସଙ୍କଟ ସମୟରେ ୮ କୋଟି ପରିବାରକୁ ୩ ମାସ ପର୍ଯ୍ୟନ୍ତ ଗ୍ୟାସ୍‌ ସିଲଣ୍ଡର ଯୋଗାଇ ଦିଆଯାଇଛି। ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଘୋଷଣା କରାଯିବାର କିଛି ଘଣ୍ଟା ମଧ୍ୟରେ ଗରିବଙ୍କ ପାଇଁ ୪୧ କୋଟିର ସହାୟତା ପ୍ୟାକେଜ୍‌ ସିଧାସଳଖ ସେମାନଙ୍କ ସଞ୍ଚୟ ଖାତାକୁ ଯୋଗାଇ ଦିଆଯାଇଛି। ସେହିପରି ଖାଦ୍ୟ ମଧ୍ୟ ବଣ୍ଟନ କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri