୫-ଟି ପାଇଁ ଆନୁଷଙ୍ଗିକ ଭିତ୍ତିଭୂମି ପ୍ରସ୍ତୁତ କର

ଅନୁଗୋଳ ଅଫିସ, ୨୩।୨ – ଅନୁଗୋଳ ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶନିବାର ପୂର୍ବାହ୍ନରେ ‘୫-ଟି’ର ସମୀକ୍ଷା ବୈଠକ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ସମସ୍ତଙ୍କୁ ସ୍ବାଗତ କରିବା ସହ ମୋ ସରକାରରେ ୫-ଟିର କାର୍ଯ୍ୟକାରିତା ଉପରେ ଆଲୋକପାତ କରିଥିଲେ। ଏହାପରେ ଜିଲାପାଳ କହିଥିଲେ ଯେ, ମୋ ସରକାର କାର୍ଯ୍ୟକ୍ରମରେ ଲୋକମାନଙ୍କୁ ସରକାରଙ୍କ ବିଭିନ୍ନ ଯୋଜନାର ସେବା ଉପଲବ୍ଧ କରାଇବା ଉଦ୍ଦେଶ୍ୟରେ ‘୫-ଟି’ ବିଭିନ୍ନ ବିଭାଗରେ କାର୍ଯ୍ୟକାରୀ ହେଉଛି। ଆସନ୍ତା ମାସ ମାର୍ଚ୍ଚ ୫ ତାରିଖରେ ମୋ ସରକାର କାର୍ଯ୍ୟକ୍ରମରେ ଏହା ଅନ୍ତର୍ଭୁକ୍ତ କରାଯିବ। ତେଣୁ ବିଭାଗୀୟ ଅଧିକାରୀମାନେ ନିଜ ବିଭାଗ ପକ୍ଷରୁ ଯୋଗାଇ ଦେଉଥିବା ସେବାକୁ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ଶେଷ କରିବା ସହ ଆନୁସଙ୍ଗିକ ଭିତ୍ତିଭୂମି ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଥିଲେ।
ଜିଲା ମୁଖ୍ୟ ଚିକିତ୍ସାଳୟରେ ଉପଲବ୍ଧ ସେବା ଓ ଆନୁସଙ୍ଗିକ ବ୍ୟବସ୍ଥା ସମ୍ପର୍କରେ ଜିଲାପାଳ ସମୀକ୍ଷା କରିଥିଲେ। ଟ୍ରମାସେଣ୍ଟର ପ୍ରତିଷ୍ଠା ଓ ୩ ଶହ ଶଯ୍ୟାର ପ୍ରସ୍ତାବ ସମ୍ପର୍କରେ ପଦକ୍ଷେପ ନେବାକୁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦିଆଯାଇଥିବା ଜିଲାପାଳ କହିଥିଲେ। ସେହିପରି ଜାତୀୟ ସ୍ବାସ୍ଥ୍ୟ ମିଶନ ଓ ଜିଲା ଖଣିଜ ପାଣ୍ଠିରେ ଚାଲୁଥିବା ପ୍ରକଳ୍ପ ଗୁଡ଼ିକର ଅଗ୍ରଗତି ଏବଂ ଅସମ୍ପୂର୍ଣ୍ଣ ପ୍ରକଳ୍ପ ସମ୍ପର୍କରେ ଜିଲାପାଳ ସମୀକ୍ଷା କରିଥିଲେ। ବିଳମ୍ବିତ ରାତିରେ ପ୍ରସବ ପାଇଁ ଆବଶ୍ୟକ ପଡ଼ୁଥିବା ନିଶ୍ଚେତକ ବିଶେଷଜ୍ଞ ଓ ଡାକ୍ତରଙ୍କ ଉପସ୍ଥିତି ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ବିଜୁ ସେତୁ ଯୋଜନାରେ ଚଳିତ ଆର୍ଥିକ ବର୍ଷରେ ୧୧ଟି ସେତୁ ମଧ୍ୟରୁ ୪ଟିର ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବାବେଳେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ଓ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାର ୧୩ଟି ରାସ୍ତାର ୯୬ କିଲୋମିଟର ନିର୍ମାଣ କାର୍ଯ୍ୟ ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା ସାରିବାକୁ ଜିଲାପାଳ ବିଭାଗୀୟ ନିର୍ବାହୀ ଯନ୍ତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ପୂର୍ତ୍ତ ବିଭାଗ ଦ୍ୱାରା ଷ୍ଟାଡିୟମ ଗ୍ୟାଲେରୀ ଓ ଆଧୁନିକୀକରଣ କାର୍ଯ୍ୟ, ସଭାଘର ନିର୍ମାଣ ସମ୍ପର୍କରେ ଜିଲାପାଳ ସମୀକ୍ଷା କରିଥିଲେ। କୃଷି ବିଭାଗ ଦ୍ୱାରା ମାସକୁ ୨ ଥର ବିଭିନ୍ନ ପଞ୍ଚାୟତକୁ ଯାଇ ସମସ୍ୟା ସମ୍ପର୍କରେ ଅବଗତ ହେବା ସହ ଚାଷୀମାନଙ୍କ ମତାମତ ସଂଗ୍ରହ କରିବାକୁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ସେହିପରି ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ପାନୀୟ ଜଳଯୋଗାଣ ସମ୍ପର୍କରେ ଜିଲାପାଳ ସମୀକ୍ଷା କରିଥିଲେ। ଜିଲା ଖଣିଜ ପାଣ୍ଠିରେ ଖଣି ପ୍ରଭାବିତ ୩ଟି ବ୍ଲକରେ ଜୀବିକା ଉପରେ ଗୋଷ୍ଠୀଭିତ୍ତିକ କାର୍ଯ୍ୟକ୍ରମ ପ୍ରସ୍ତୁତ କରି ଏହାକୁ ବିଭିନ୍ନ ପୁନର୍ବାସ ଓ ଥଇଥାନ କଲୋନୀରେ କାର୍ଯ୍ୟକାରୀ କରିବା ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ଜିଲା ସମାଜ ମଙ୍ଗଳ ବିଭାଗ ଦ୍ୱାରା ବିଭିନ୍ନ ଯୋଜନାରେ ଭତ୍ତା ପ୍ରଦାନ କରାଯାଉଥିବା ୧ ଲକ୍ଷ ୨୭ ହଜାର ହିତାଧିକାରୀଙ୍କ ଟେଲିଫୋନ ନମ୍ବର ସହ ଆବଶ୍ୟକ ତଥ୍ୟକୁ ପୋର୍ଟାଲରେ ଭରିବା ଓ ସମସ୍ତ ହିତାଧିକାରୀଙ୍କୁ ପରିଚୟପତ୍ର ପ୍ରଦାନ କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ବସ୍ତିବାସିନ୍ଦାମାନଙ୍କୁ ଆସନ୍ତା ମାସ ୫ ତାରିଖରେ ଜମି ହକଦାର ପ୍ରମାଣପତ୍ର ପ୍ରଦାନ କରାଯିବ। ଏହି ବୈଠକରେ ପ୍ରାଣୀ ସମ୍ପଦ ବିଭାଗ, ଜିଲା ଯୋଗାଣ ବିଭାଗ, ଉଦ୍ୟାନ ବିଭାଗ ଓ ୩ଟି ପୌରାଞ୍ଚଳର ବିଭିନ୍ନ କାର୍ଯ୍ୟକ୍ରମର କାର୍ଯ୍ୟକାରିତା ସମ୍ପର୍କରେ ସମୀକ୍ଷା କରାଯାଇଥିଲା। ବିଦ୍ୟୁତ ବିଭାଗ ଦ୍ୱାରା ଭୂମିଠାରୁ ଅନୂ୍ୟନ ୨୦ ଫୁଟ ଉଚ୍ଚରେ ତାର ଟାଣିବା, ଜନଗହଳି ସ୍ଥାନରେ ଅସୁରକ୍ଷିତ ଟ୍ରାନ୍ସଫର୍ମର ଓ ଖୁଣ୍ଟ ପୋତିବା ସମ୍ପର୍କରେ ସେସୁ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ନିଆଯିବା ସହ ଜନସାଧାରଣଙ୍କ ମଧ୍ୟରେ ଏନେଇ ବ୍ୟାପକ ଜନସଚେତନତା ଉପରେ ଜିଲାପାଳ ପରାମର୍ଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ, ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ, ତାଳଚେର ଉପଜିଲାପାଳ ପରେଶ ଚନ୍ଦ୍ର ନାୟକ, ଡେପୁଟି କଲେକ୍ଟର ବଇତୁରା ଦୀପ୍‌, ସୁବ୍ରତ ବେହେରାଙ୍କ ସମେତ ଜିଲାସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri