Posted inରାଜ୍ୟ

୫-ଟି ସଚିବ ଭି.କେ.ପାଣ୍ଡିଆନଙ୍କୁ ଏକାମ୍ରଶ୍ରୀ ସମ୍ମାନ

ପୁରୁଣା ଭୁବନେଶ୍ୱର,୧୮।୨(ଡି.ଏନ୍‌.ଏ.):ମହାଶିବରାତ୍ରିରେ ଶ୍ରୀଲିଙ୍ଗରାଜ ମନ୍ଦିର ନିକଟରେ ପ୍ରତିବର୍ଷ ଭଳି ଚଳିତବର୍ଷ ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଅହରାତ୍ର ଭଜନ ସମାରୋହ ଓ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ଜାତୀୟ ସ୍ତରୀୟ କଳାକାରଙ୍କ ସହ ରାଜ୍ୟର ୨୫ରୁ ଊର୍ଦ୍ଧ୍ୱ ଖ୍ୟାତନାମା କଳାକାର ଭଜନ ପରିବେଶଣ କରିବେ। ଭୋର ୪ଟା ରୁ ଶଙ୍ଖଧ୍ୱନୀ, ବେଦପାଠ, ଶିବ ସହସ୍ରନାମ, ଭାଗବତଗୀତା ପାଠ, ଶିବ ଚେତନା, ହରିହରି ଭଜନ, ରାମଚରିତ୍ର ମାନସ ପରାୟଣ ପ୍ରବଚନ ପରେ ସନ୍ଧ୍ୟା ୭ଟାରୁ ଭୋର ୫ଟା ପର୍ଯ୍ୟନ୍ତ ଜାତୀୟ ସ୍ତରୀୟ ଭଜନ ପରିବେଶଣ ହେବ। ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ପ୍ରକାଶନୀର ସଭାପତି ତଥା ବିଧାୟକ ସୁରେଶ କୁମାର ରାଉତରାୟ କହିଛନ୍ତି। ଚଳିତବର୍ଷ ୫-ଟି ସଚିବ ଭି.କେ.ପାଣ୍ଡିଆନଙ୍କୁ ଏକାମଶ୍ରୀ ସମ୍ମାନରେ ସମ୍ମାନିତ କରାଯିବ ବୋଲି ସୋମବାର ଲିଙ୍ଗରାଜ ନିୟୁ ମାର୍କେଟ କମ୍ଲେକ୍ସ ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦିଆଯାଇଛି। ବିଏମ୍‌ସି କମିଶନର ପ୍ରେମଚାନ୍ଦ ଚୌଧାରୀ, ପୂର୍ତ୍ତ ବିଭାଗର କିଶନ କୁମାର, ବିଧାୟକ ପ୍ରଣବ ପ୍ରକାଶ ଦାସ, ବିଶିଷ୍ଟ ସଙ୍ଗୀତଜ୍ଞ ବାପି ଲାହାରି, ଅନୁରାଧା ପଡଓ୍ବାଲଙ୍କ ସମେତ ୧୦ଜଣଙ୍କୁ ମଧ୍ୟ ସମ୍ମାନିତ କରାଯିବ ବୋଲି ଅନୁଷ୍ଠାନର ସମ୍ପାଦକ ସନତ ମିଶ୍ର କହିଛନ୍ତି। ଉକ୍ତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସଙ୍ଗୀତଜ୍ଞ ମନ୍ମଥ ମିଶ୍ର, ବିଶ୍ୱନାଥ ମହାପାତ୍ର, ରତିକାନ୍ତ ମହାସୁଆର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?