Posted inରାଜ୍ୟ

୫-ଟି ସଚିବ ଭି.କେ.ପାଣ୍ଡିଆନଙ୍କୁ ଏକାମ୍ରଶ୍ରୀ ସମ୍ମାନ

ପୁରୁଣା ଭୁବନେଶ୍ୱର,୧୮।୨(ଡି.ଏନ୍‌.ଏ.):ମହାଶିବରାତ୍ରିରେ ଶ୍ରୀଲିଙ୍ଗରାଜ ମନ୍ଦିର ନିକଟରେ ପ୍ରତିବର୍ଷ ଭଳି ଚଳିତବର୍ଷ ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଅହରାତ୍ର ଭଜନ ସମାରୋହ ଓ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ଜାତୀୟ ସ୍ତରୀୟ କଳାକାରଙ୍କ ସହ ରାଜ୍ୟର ୨୫ରୁ ଊର୍ଦ୍ଧ୍ୱ ଖ୍ୟାତନାମା କଳାକାର ଭଜନ ପରିବେଶଣ କରିବେ। ଭୋର ୪ଟା ରୁ ଶଙ୍ଖଧ୍ୱନୀ, ବେଦପାଠ, ଶିବ ସହସ୍ରନାମ, ଭାଗବତଗୀତା ପାଠ, ଶିବ ଚେତନା, ହରିହରି ଭଜନ, ରାମଚରିତ୍ର ମାନସ ପରାୟଣ ପ୍ରବଚନ ପରେ ସନ୍ଧ୍ୟା ୭ଟାରୁ ଭୋର ୫ଟା ପର୍ଯ୍ୟନ୍ତ ଜାତୀୟ ସ୍ତରୀୟ ଭଜନ ପରିବେଶଣ ହେବ। ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ପ୍ରକାଶନୀର ସଭାପତି ତଥା ବିଧାୟକ ସୁରେଶ କୁମାର ରାଉତରାୟ କହିଛନ୍ତି। ଚଳିତବର୍ଷ ୫-ଟି ସଚିବ ଭି.କେ.ପାଣ୍ଡିଆନଙ୍କୁ ଏକାମଶ୍ରୀ ସମ୍ମାନରେ ସମ୍ମାନିତ କରାଯିବ ବୋଲି ସୋମବାର ଲିଙ୍ଗରାଜ ନିୟୁ ମାର୍କେଟ କମ୍ଲେକ୍ସ ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦିଆଯାଇଛି। ବିଏମ୍‌ସି କମିଶନର ପ୍ରେମଚାନ୍ଦ ଚୌଧାରୀ, ପୂର୍ତ୍ତ ବିଭାଗର କିଶନ କୁମାର, ବିଧାୟକ ପ୍ରଣବ ପ୍ରକାଶ ଦାସ, ବିଶିଷ୍ଟ ସଙ୍ଗୀତଜ୍ଞ ବାପି ଲାହାରି, ଅନୁରାଧା ପଡଓ୍ବାଲଙ୍କ ସମେତ ୧୦ଜଣଙ୍କୁ ମଧ୍ୟ ସମ୍ମାନିତ କରାଯିବ ବୋଲି ଅନୁଷ୍ଠାନର ସମ୍ପାଦକ ସନତ ମିଶ୍ର କହିଛନ୍ତି। ଉକ୍ତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସଙ୍ଗୀତଜ୍ଞ ମନ୍ମଥ ମିଶ୍ର, ବିଶ୍ୱନାଥ ମହାପାତ୍ର, ରତିକାନ୍ତ ମହାସୁଆର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri