୫-ଟି ସଚିବଙ୍କ ବାରିପଦା ମେଡିକାଲ କଲେଜ ପରିଦର୍ଶନ : ‘୪ ମାସ ମଧ୍ୟରେ ଉନ୍ନତ ଭିତ୍ତିଭୂମି ଗଢ’

ବାରିପଦା ଅଫିସ,୧୪ା୧୦- ମୟୂରଭଞ୍ଜ ଜିଲା ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ରବିବାର ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ ପରିଦର୍ଶନ କରିଛନ୍ତି। ହସ୍ପିଟାଲ ପରିଦର୍ଶନ ବେଳେ ୱାର୍ଡକୁ ଯାଇ ରୋଗୀମାନଙ୍କ ସହିତ ବ୍ୟକ୍ତିଗତ ଭାବେ ଆଲୋଚନା କରିଥିଲେ। ମେଡିକାଲ କଲେଜର ରୋଗୀମାନେ କିଭଳି ସେବା ପାଉଛନ୍ତିି ସେ ନେଇ ପଚାରି ବୁଝିଥିଲେ। ପରେ ମେଡିକାଲ କଲେଜର ସମସ୍ତ ବିଭାଗର ମୁଖ୍ୟମାନଙ୍କ ସହିତ ଆଲୋଚନା କରି ଆସନ୍ତା ୪ ମାସ ମଧ୍ୟରେ ମେଡିକାଲ କଲେଜର ଭିତ୍ତିଭୂମିକୁ ଆହୁରି ବୃଦ୍ଧି କରି ରାଜ୍ୟରେ ଭଲ ର଼୍ୟାଙ୍କ ଆଣିବାକୁ କହିଥିଲେ। ଏହି ଅବସରରେ ଏଠାରେ ଖାଲି ପଡିଥିବା ପଦବୀ ପୂରଣ କରିବା ପାଇଁ ଡାକ୍ତରମାନେ ଜଣାଇଥିଲେ। ମେଡିକାଲ କଲେଜରେ ଯେକୌଣସି ଆବଶ୍ୟକତା ସମ୍ପର୍କରେ ଜିଲାପାଳଙ୍କ ଜରିଆରେ ତାଙ୍କୁ ଅବଗତ କରାଗଲେ ସେ ସମାଧାନ କରିବେ ବୋଲି ପ୍ରକାଶ କରିିଥିଲେ।
୫-ଟି ସଚିବ ମେଡିକାଲ କଲେଜ ପରିଦର୍ଶନ କରିବା ପରେ ସ୍ଥିତି ପରଖି ସନ୍ତୁଷ୍ଟ ହୋଇଛନ୍ତି ବୋଲି ଜିଲାପାଳ ବିନିତ ଭରଦ୍ୱାଜ ସୂଚନା ଦେଇଛନ୍ତିି। ୫-ଟି ସଚିବଙ୍କ ସହିତ ରାଜ୍ୟ ସରକାରଙ୍କ ଉନ୍ନୟନ ସଚିବ ସୁରେଶ ମହାପାତ୍ର ଓ ଜାତୀୟ ସ୍ବାସ୍ଥ୍ୟ ମିଶନର ନିର୍ଦ୍ଦେଶକ ଶାଳିନୀ ପଣ୍ଡିତ ପ୍ରମୁଖ ଆସିଥିଲେ। ଅପରାହ୍ନ ୩ଟା୫୦ରେ ହେଲିକପ୍ଟର ଯୋଗେ ଆସି ସେ ବାରିପଦା ଛଉ ପଡ଼ିିଆଠାରେ ଓହ୍ଲାଇଥିଲେ। ୪ଟା ୫ରେ ମେଡିକାଲ କଲେଜରେ ପହଞ୍ଚି ୨୦ ମିନିଟ ରହିଥିଲେ। ସେଠାରେ ବୈଠକ ସାରି ମେଡିକାଲ କଲେଜରୁ ଛଉ ପଡ଼ିଆସ୍ଥିତ ହ୍ୟାଲିପ୍ୟାଡକୁ ଫେରିଥିଲେ। ପରେ ୪ଟା୪୦ରେ ସେ ଭୁବନେଶ୍ୱର ଫେରିଯାଇଥିଲେ। ୫-ଟି ସଚିବଙ୍କ ଏହି ଗସ୍ତ ବେଳେ ଜିଲାପାଳ ବିନୀତ ଭରଦ୍ୱାଜ, ଉପଜିଲାପାଳ ଦିବ୍ୟଜ୍ୟୋତି ପରିଡା, ମେଡିକାଲ କଲେଜ ସୁପରିଟେଣ୍ଡଣ୍ଟ ଡା. ବିଏନ ମହାପାତ୍ର, ସିଡିଏମଓ ଡା.ପ୍ରଦୀପ କୁମାର ମହାପାତ୍ର, ଜାତୀୟ ସ୍ବାସ୍ଥ୍ୟ ମିଶନର ଜିଲା ପ୍ରୋଗ୍ରାମ ମ୍ୟାନେଜର ଅନୀଲ ମହାନ୍ତି, ହସ୍ପିଟାଲ ମ୍ୟାନେଜର ଡା.ବିନୋଦିନୀ ଦାଶ, ଡା.ସମୀର ମହାପାତ୍ର, ବିଭିନ୍ନ ବିଭାଗର ମୁଖ୍ୟ ପ୍ରମୁଖ ଉପସ୍ଥିତ ଥିଲେ। ଏସପି ପରମାର ସ୍ମିଥ ପୁରୁଷୋତ୍ତମଦାସ ଉପସ୍ଥିତ ରହି ସୁରକ୍ଷା ବ୍ୟବସ୍ଥା ତଦାରଖ କରିଥିଲେ। ଛଉ ପଡ଼ିିଆରୁ ମେଡିକାଲ କଲେଜ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା କଡ଼ା କଡ଼ି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର, ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ: ଗ୍ରାମୀଣ ରୋଜଗାର ନୂଆ ଗ୍ୟାରେଣ୍ଟି

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଜନସମ୍ମିଳନୀ ଓ ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ଛାଡିଲେ ସରକାରୀ ସୁରକ୍ଷା, ୧୬ ସୁରକ୍ଷାକର୍ମୀ, ୩ଟି ଗାଡ଼ି ଫେରାଇ ଦେଲେ

ରାଞ୍ଚି,୩।୭: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri