୫ ପ୍ରତିଶତ ଲୋକ ଲକ୍‌ଡାଉନ୍‌ ନିୟମ ମାନୁନାହାନ୍ତି

ଭୁବନେଶ୍ୱର,୩।୪(ବ୍ୟୁରୋ): ଶୃଙ୍ଖଳିତ ଓ ବ୍ୟବସ୍ଥିତ ରହି ଲକ୍‌ଡାଉନ୍‌ର ଅବଶିଷ୍ଟ ସମୟକୁ ସଫଳ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଲକ୍‌ଡାଉନ୍‌ର ପ୍ରଥମ ସପ୍ତାହରେ ହୋଇଥିବା ଭୁଲ୍‌ର ପୁନରାବୃତ୍ତି ନ କରି ଆସନ୍ତା ୨ ସପ୍ତାହ ପର୍ଯ୍ୟନ୍ତ ଘରେ ରହି ଲକ୍‌ଡାଉନ୍‌କୁ ଶତପ୍ରତିଶତ ସଫଳ କରିବାକୁ ସେ ନିବେଦନ କରିଛନ୍ତି। ଏକ ଭିଡିଓ ବାର୍ତ୍ତା ଜରିଆରେ ଧର୍ମେନ୍ଦ୍ର କହିଛନ୍ତି ଯେ, ମାର୍ଚ୍ଚ ୨୫ରୁ ଆରମ୍ଭ ହୋଇଥିବା ଲକ୍‌ଡାଉନକୁ ପାଖାପାଖି ଏକସପ୍ତାହ ପୂରିଥିବା ବେଳେ ଏହା ଦ୍ୱିତୀୟ ସପ୍ତାହକୁ ପ୍ରବେଶ କରିଛି। ଦେଶର ସମସ୍ତ ନାଗରିକ, ସବୁ ରାଜ୍ୟ ସରକାର ତଥା ଜିଲା ପ୍ରଶାସନ ସବୁ ପ୍ରକାର ଭେଦଭାବକୁ ଭୁଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏହି ଲକ୍‌ଡାଉନ୍‌ ଆହ୍ବାନକୁ ସଫଳ କରିବାରେ ଲାଗିଛନ୍ତି। ସମସ୍ତେ କରୋନାକୁ ହରାଇବା ପାଇଁ ଏକଜୁଟ ହୋଇଛନ୍ତି। ସମସ୍ତେ ଭେଦଭାବକୁ ଭୁଲି କରୋନା ବିରୋଧରେ ଏକାଠି ହେବା ଭଳି ଦେଶରେ ଗୋଟିଏ ବଡ଼ ଜନ ଆନ୍ଦୋଳନ ତିଆରି ହୋଇଛି, ହେଲେ କିଛି ଛୋଟ ବିସଙ୍ଗତି ବା ଅବ୍ୟବସ୍ଥା ଦୃଷ୍ଟିକୁ ଆସିଛି। ସାରା ଦେଶ ଲକ୍‌ଡାଉନ୍‌ ସତ୍ତ୍ୱେ କିଛି ଜାଗାରେ ଲୋକମାନେ ଘରୁ ବାହାରକୁ ବାହାରୁଛନ୍ତି। ଦେଶର ପ୍ରାୟ ୯୦ରୁ ୯୫ ପ୍ରତିଶତ ଲୋକ ଏହାକୁ ଶୃଙ୍ଖଳିତ ଭାବେ ପାଳନ କରୁଥିବାବେଳେ ୫ ପ୍ରତିଶତ ଲୋକ ଏହାର ବ୍ୟତିକ୍ରମ କରିବାକୁ ଚେଷ୍ଟା କରୁଛନ୍ତି। ଲକ୍‌ଡାଉନକୁ ଶୃଙ୍ଖଳିତଭାବେ ପାଳନ କରୁ ନ ଥିବା ଲୋକଙ୍କୁ ବୁଝାଇ ଶତପ୍ରତିଶତ ସଫଳ କରିବାକୁ ପଡିବ। ଆମେରିକା, ଇଟାଲୀ, ଚାଇନା ସମେତ ଅନେକ ଧନୀ ରାଷ୍ଟ୍ର କରୋନା ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ମାତ୍ର ବିଶ୍ୱର କିଛି ଛୋଟ ଦେଶ ଲକ୍‌ଡାଉନକୁ ସୀମିତ ରଖି ସଙ୍କଟକୁ ବାନ୍ଧି ରଖିବାରେ ସଫଳ ହୋଇଛନ୍ତି। ବର୍ତ୍ତମାନ ଅଜାଣତରେ ଛୋଟ ଭୁଲ୍‌ ହେଲେ ଏହାର ବଡ଼ ମୂଲ୍ୟ ଦେବାକୁ ପଡ଼ିପାରେ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri