୫ ବର୍ଷ ହେଲା ପାଦରେ ପଡିଛି ବେଡି

ଆନନ୍ଦପୁର,୨୯। ୧୧(ସ୍ବ.ପ୍ର.)- ମାନସିକ ରୋଗରେ ଆକ୍ରାନ୍ତ ୨୫ ବର୍ଷର ଜଣେ ବିବାହିତ ଝିଅଙ୍କୁ ତାଙ୍କ ଗରିବ ବାପା ଉପଯୁକ୍ତ ଚିକିତ୍ସା କରାଇ ନ ପାରି ପ୍ରାୟ ୫ ବର୍ଷ ହେଲାଗୋଡରେ ଏକ ବେଡି ପକାଇ ଘରେ ଅଟକାଇ ରଖିଛନ୍ତି। ଏଭଳି ଘଟଣା କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ୧୪ ନଂ ଓାର୍ଡ଼ ହରିଜନ ସାହିରେ ଦେଖିବାକୁ ମିଳିଛି। ଟ୍ରଲି ଚଳାଇ ପରିବାର ପୋଷୁ୍‌ତ୍ଥିବା ଏହି ସାହିର କାଠିଆ ପାତ୍ର ୭ ବର୍ଷ ତଳେ ତାଙ୍କ ଝିଅ ଲିଲିଙ୍କୁ ଯାଜପୁର ଜିଲାର ରାଛିପୁର ଅଞ୍ଚଳରେ ବିବାହ କରାଇ ଦେଇଥିଲେ। ପରେ ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ସନ୍ତାନ ଜନ୍ମ ପରେ ସେ ମାନସିକରୋଗର ଶିକାର ହେବାରୁ ତାଙ୍କ ସ୍ବାମୀ ଆଉ ଆଗଭଳି ଭଲ ନ ପାଇ ଅଣଦେଖା କରିଥିଲେ। ଏଭଳି ସ୍ଥିତିରେ ବାପା କାଠିଆ ତାଙ୍କୁ ଆଣି ଘରେ ରଖିଥିଲେ। ଝିଅର ଚିକିତ୍ସା ପାଇଁ ସେ ଯଥା ସମ୍ଭବ ଅର୍ଥ ଖର୍ଚ୍ଚ କରିଥିଲେ ସୁଦ୍ଧା କିଛି ଉପକାର ମିଳି ନ ଥିଲା। ବିଭିନ୍ନ ସମୟରେ ଝିଅ ଲିଲି ଅସ୍ବାଭାବିକ ଆଚରଣ କରୁଥିବାରୁ ନିରାଶ ବାପା ତାଙ୍କ ଗୋଡରେ ବେଡି ପକାଇ ଅଟକାଇ ରଖୁଛନ୍ତି। ଅର୍ଥାଭାବ କାରଣରୁ ସେ ଝିଅଙ୍କର ଉନ୍ନତ ଚିକିତ୍ସା କରାଇ ପାରି ନ ଥିବା କହିଛନ୍ତି। ଏହି ଅସହାୟ ପରିବାର ପ୍ରତି ପ୍ରଶାସନ ଦୃଷ୍ଟି ଦେଇ ବେଡ଼ିରେ ବନ୍ଧା ହୋଇ ରହୁଥିବା ଲିଲିଙ୍କ ଚିକତ୍ସା କରାଇବାକୁ ସ୍ଥାନୀୟ ସମାଜସେବୀ ଦେବରାଜ ସାହୁ ଓ ବୁଲୁ ପଟ୍ଟନାୟକ ଦାବି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?