୫ ବର୍ଷ ହେଲାଣି ବାରଣ୍ଡାରେ ଚାଲିଛି ପାଠପଢ଼ା : ବିଭାଗୀୟ ଅଧିକାରୀଙ୍କ ଆନ୍ତରିକତା ଅଭାବ

ଝରିଗାଁ,୨୫।୭(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ପଞ୍ଚାୟତ ବେଲଝରୀ ପ୍ରାଥମିକ ବିଦ୍ୟାଳୟରେ ବିଭାଗୀୟ ଅଧିକାରୀଙ୍କ ଆନ୍ତରିକତା ଅଭାବ ରହିଥିବା ଅଭିଯୋଗ ହେଉଛି। ଗ୍ରାମାଞ୍ଚଳରେ ଶିକ୍ଷାର ବିକାଶ ନେଇ ରାଜ୍ୟ ସରକାର ୧୯୭୨ ମସିହାରେ ବେଲଝରୀ ଗ୍ରାମଠାରେ ଉକ୍ତ ବିଦ୍ୟାଳୟ ସ୍ଥାପନ କରିଥିଲେ। କ୍ରମଶଃ ସେହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲାଯାଇ ପିଲାଙ୍କୁ ନିୟମିତ ପାଠପଢ଼ା ଯାଉଥିଲା। ଧୀରେଧୀରେ ବିଦ୍ୟାଳୟରେ ରହିଥିବା ପୁରୁଣା ଶ୍ରେଣୀଗୃହ ଭାଙ୍ଗିଯିବାରେ ଲାଗିଲା। ଏହାପରେ ବେଲଝରୀ ପ୍ରାଥମିକ ବିଦ୍ୟାଳୟରେ ଗୋଟିଏ ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣ କରାଯାଇଥିଲା। ବିଦ୍ୟାଳୟରେ ୭୪ ଜଣ ଛାତ୍ରୀଛାତ୍ର ପାଠ ପଢୁଥିବା ବେଳେ ଅତିରିକ୍ତ ଶ୍ରେଣୀଗୃହରେ ପ୍ରଥମ, ଚତୁର୍ଥ ଏବଂ ପଞ୍ଚମ ଶ୍ରେଣୀର ପିଲାଙ୍କୁ ଜଣେ ଶିକ୍ଷକ ରହି ପାଠ ପଢ଼ାଉଛନ୍ତି। ପୁରୁୁଣା ବିଦ୍ୟାଳୟ ଗୃହ ବାରଣ୍ଡାରେ ପ୍ରାୟ ୫ ବର୍ଷ ହେଲାଣି ଦ୍ୱିତୀୟ ଏବଂ ତୃତୀୟ ଶ୍ରେଣୀର ପିଲାଙ୍କୁ ପାଠପଢ଼ା ଯାଉଥିବାବେଳେ ବାରଣ୍ଡା ତଳେ ଅନ୍ୟ ଜଣେ ଶିକ୍ଷକ ଚଉକି ପକାଇ ପାଠ ପଢ଼ାନ୍ତି। ଏନେଇ ସଂପୃକ୍ତ ସିଆରସିସିଙ୍କୁ ବାରମ୍ବାର ବିଦ୍ୟାଳୟ ପ୍ରଧାନଶିକ୍ଷକ ଘନ ନାୟକ ଜଣାଇଛନ୍ତି। ସେହିପରି ସିଆରସିସି ପ୍ରିତମ ପନକା ଏ ନେଇ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଅବଗତ କରାଇଥିଲେ ମଧ୍ୟ ଆଜିପର୍ଯ୍ୟନ୍ତ ସମସ୍ୟାର ସମାଧାନ ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri