୫ ମହିଳାଙ୍କୁ ଚୁମ୍ବନ ଦେଲେ ଡୁଟେର୍ଟେ

ଟୋକିଓ,୨ା୬(ଆଇଏଏନ୍‌ଏସ୍‌ ): ଫିଲିପାଇନ୍ସ ରାଷ୍ଟ୍ରପତି ରୋଡ୍ରିଗୋ ଡୁଟେର୍ଟେ ଏକ ବିଚିତ୍ର କାରନାମାକୁ ନେଇ ଏବେ ଚର୍ଚ୍ଚାରେ। ସେ ଜାପାନର ରାଜଧାନୀ ଟୋକିଓରେ ଏକ କାର୍ଯ୍ୟକ୍ରମରେ ଭାଷଣ ଦେବାବେଳେ ମଞ୍ଚ ଉପରେ ଲଗାତର ୫ ମହିଳାଙ୍କୁ ଚୁମ୍ବନ ଦେଇଛନ୍ତି। ସେହି ସୁନ୍ଦରୀ ମହିଳାମାନେ ତାଙ୍କୁ ଗେ (ପୁରୁଷ ସମଲିଙ୍ଗୀ) ସମସ୍ୟାରୁ ମୁକ୍ତିପାଇବା ପାଇଁ ସାହାଯ୍ୟ କରିଥିବା ଡୁଟେର୍ଟେ ପ୍ରକାଶ କରିଛନ୍ତି।
୪ ଦିନିଆ ଜାପାନ ଗସ୍ତରେ ଥିବା ୭୪ ବର୍ଷୀୟ ଡୁଟେର୍ଟେ ଗୁରୁବାର ଟୋକିଓରେ ଫିଲିପିନୋ ସମୁଦାୟକୁ ସମ୍ବୋଧିତ କରୁଥିଲେ। ମଞ୍ଚରେ ତାଙ୍କ ସହ ଉପସ୍ଥିତ ଥିଲେ ନିଜ ଦୀର୍ଘକାଳୀନ ସଙ୍ଗିନୀ। କାର୍ଯ୍ୟକ୍ରମ ଶେଷରେ ଡୁଟେର୍ଟେ ମଞ୍ଚ ନିକଟରେ ବସିଥିବା ମହିଳା ‘ସ୍ବେଚ୍ଛାସେବୀମାନଙ୍କୁ’ ଚୁମ୍ବନର ପ୍ରସ୍ତାବ ଦେଇଥିଲେ। ପ୍ରଥମ ମହିଳା ତାଙ୍କୁ ଓଠରେ ଚୁମ୍ବନ ଦେବା ପାଇଁ କୁଣ୍ଠାବୋଧ କରିଥିଲେ। ଗାଲରେ ଚୁମ୍ବନ ଦେବା ପରେ ସେ ମଞ୍ଚ ଛାଡ଼ି ଚାଲିଯାଇଥିଲେ। ଡାଭାଓ ବାସିନ୍ଦା ଦ୍ୱିତୀୟ ମହିଳା ଏଭଳି ବିରଳ ସୁଯୋଗ ପାଇଥିବାରୁ ତାଙ୍କ ଆଖି ଛଳଛଳ ହୋଇଯାଇଥିଲା। ସେ ଡୁଟେର୍ଟେଙ୍କ ଥୋଡିରେ ଚୁମା ଦେଇଥିଲେ। ଏହା ପରେ ଜଣ ଜଣ କରି ଆଉ ୩ ମହିଳା ତାଙ୍କୁ ଚୁମ୍ବନ ଦେଇଥିଲେ। ଡୁଟେର୍ଟେ ମଧ୍ୟ ସେହି ୫ ମହିଳାଙ୍କୁ ଚୁମ୍ବନ ଦେଇଥିଲେ। ଏହି ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଖିଆଲି ସ୍ବଭାବର ଏହି ରାଷ୍ଟ୍ରପତି କହିଥିଲେ, ସୁନ୍ଦରୀ ମହିଳାମାନେ ତାଙ୍କୁ ସମଲିଙ୍ଗୀ ହେବାରୁ ରକ୍ଷା କରିଛନ୍ତି। ପ୍ରକାଶ ଯେ, ୨୦୧୮ ଜୁନ୍‌ରେ ଡୁଟେର୍ଟେ ଦକ୍ଷିଣ କୋରିଆ ରାଜଧାନୀ ସିଓଲରେ ଫିଲିପାଇନ୍ସର ଜଣେ ବିବାହିତାଙ୍କୁ ଚୁମ୍ବନ ଦେଇ ବିବାଦୀୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ପରେ MI ଛାଡି ଏହି ଟିମ୍‌କୁ ଯିବେ ପାଣ୍ଡ୍ୟା! ଏହି ଖେଳାଳିଙ୍କ ବଡ଼ ସଙ୍କେତ ପରେ କ୍ରିକେଟଜଗତରେ ହଇଚଇ

ନୂଆଦିଲ୍ଲୀ, ୨୬।୫: ଆଇପିଏଲ (IPL) ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଭଲ ରହିନାହିଁ ଏବଂ ଏହା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବାରେ…

ଏହି ବଡ଼ ସହରରେ ଆଜିଠୁ ୧୪ ଦିନିଆ ‘କର୍ଫ୍ୟୁ’: କଣ ଖୋଲା, କଣ ବନ୍ଦ? ଲାଗିଲା କଡ଼ା କଟକଣା

ନୂଆଦିଲ୍ଲୀ,୨୬।୫: ମହାରାଷ୍ଟ୍ରର ପୁଣେ ସହରରେ ୧୪ ଦିନ ପାଇଁ କର୍ଫ୍ୟୁ ଲାଗୁ କରାଯାଉଛି। ଏହି ସମୟ ମଧ୍ୟରେ ଅନେକ କଟକଣା ବଳବତ୍ତର ରହିବ। ମେ ୨୬ ତାରିଖ…

କ୍ୱାଲିଫାୟର-୧: ହୋଇପାରେ ହାଇସ୍କୋରିଂ ମ୍ୟାଚ୍‌

ଧର୍ମଶାଳା,୨୬ା୫; ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ ଧର୍ମଶାଳାରେ ମଙ୍ଗଳବାର କ୍ୱାଲିଫାୟର-୧ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା

କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା…

ଗୋଟିଏ ଦିନରେ କେତେ ତେଲ ବିକ୍ରି କରିପାରିବ ପେଟ୍ରୋଲ ପମ୍ପ? ଜାଣନ୍ତୁ କଣ ରହିଛି କୋଟା ଓ ସରକାରୀ ନିୟମ

ନୂଆଦିଲ୍ଲୀ,୨୬।୫: ଦେଶରେ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦର ମଧ୍ୟରେ ପେଟ୍ରୋଲ ପମ୍ପଗୁଡ଼ିକର ବିକ୍ରି କ୍ଷମତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତୁ ଜାଣିବା ଜଣେ ପେଟ୍ରୋଲ…

ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?

ନୂଆଦିଲ୍‌ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…

ଆରମ୍ଭ ହୋଇଗଲା ଦ୍ୱିତୀୟ ବିଶ୍ୱଯୁଦ୍ଧ ୨.୦! ଆମେରିକା ଆକ୍ରମଣର ଜବାବ ଦେଲା ଇରାନ, ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ, ୨୬।୫: ଗଲ୍ଫ ଅଞ୍ଚଳରେ ଚାଲିଥିବା ବିବାଦ ଶେଷ ହେବାର ଆଶା ଦେଖାଯାଉଥିବା ବେଳେ ହଠାତ୍‌ ଆମେରିକା ପକ୍ଷରୁ ହୋଇଥିବା ଆକ୍ରମଣ ପୁଣି ଥରେ ସେଠାରେ ଗୋଳା-ବାରୁଦର…

ବିଇଓ ଶୁଭମ ପତିଙ୍କ ବଦଳି ବାତିଲ ଦାବି: ଉପଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…

ପଦ୍ମପୁର,୨୬।୫ (ପ୍ରଦୀପ୍ତ ଦାଶ): ପାଇକମାଳ ବ୍ଲକର ଅତିରିକ୍ତ ଦାୟିତ୍ୱରେ ଥିବା ବ୍ଲକ ଶିକ୍ଷା ଅଧିକାରୀ ଶୁଭମ ପତିଙ୍କ ବଦଳି ନିର୍ଦ୍ଦେଶକୁ ବାତିଲ କରିବା ଦାବି ଏବେ ଜୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri