୫ ଲକ୍ଷ କୋଟି ଡଲାର ଅର୍ଥନୀତି ପାଇଁ ବୁଝିବିଚାରି ରଣନୀତି ଆପଣାଇବାକୁ ହେବ: ମନମୋହନ

ଜୟପୁର,୮-୯: ମୋଦି ସରକାର ୨୦୨୪-୨୫ ସୁଦ୍ଧା ଦେଶକୁ ୫ ଲକ୍ଷ କୋଟି ଡଲାର ଅର୍ଥନୀତିରେ ପରିଣତ କରିବା ଲାଗି ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ଏହା ଉପରେ ପ୍ରତିକ୍ରିୟା ପ୍ରକାଶ କରି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବିଶିଷ୍ଟ ଅର୍ଥନୀତିଜ୍ଞ ଡ.ମନମୋହନ ସିଂହ ଶନିବାର କହିଛନ୍ତି ଯେ, ଉକ୍ତ ଲକ୍ଷ୍ୟ ହାସଲ କରିବାକୁ ହେଲେ ଦେଶକୁ ବୁଝିବିଚାରି ରଣନୀତି ଆପଣାଇବାକୁ ହେବ। ଉଦାରୀକରଣ ନୀତି ଉପରେ ପର୍ଯ୍ୟବସିତ ଆର୍ଥିକ ସଂସ୍କାର କାର୍ଯ୍ୟକୁ ଜାରି ରଖିବାକୁ ହେବ ବୋଲି ସେ କହିଛନ୍ତି।
ଏଠାରେ ଏକ ଘରୋଇ ବିଶ୍ୱବିଦ୍ୟାଳୟର କାର୍ଯ୍ୟକ୍ରମରେ ଯୋଗ ଦେଇ ମନମୋହନ କହିଛନ୍ତି ଯେ, ଦାରିଦ୍ର୍ୟ, ସାମାଜିକ ଅସମାନତା, ସାମ୍ପ୍ରଦାୟିକତାବାଦ ଏବଂ ଧାର୍ମିକ କଠୋରପନ୍ଥୀ ମନୋଭାବ ଏବଂ ଦୁର୍ନୀତି ଏବେ ଗଣତନ୍ତ୍ର ପ୍ରତି ଆହ୍ବାନ ହୋଇଛି। ବର୍ତ୍ତମାନ ଦେଶର ଅର୍ଥନୀତି ଧିମା ହୋଇଥିବାର ମନେ ହେଉଛି। ଚାଷୀକୂଳ ସଙ୍କଟରେ ରହିଛନ୍ତି। ବ୍ୟାଙ୍କିଙ୍ଗ୍‌ କ୍ଷେତ୍ର ସଙ୍କଟର ସାମ୍ନା କରୁଥିବା ବେଳେ ବେକାରି ବଢ଼ିବାରେ ଲାଗିଛି ଏବଂ ନିବେଶ ସ୍ଥିର ହୋଇଗଲାଣି। କେନ୍ଦ୍ର ସରକାର ଆତଙ୍କବାଦକୁ ରୋକିବା ସହ ଭିନ୍ନ ମତ ରଖୁଥିବା ସ୍ବରକୁ ସମ୍ମାନ କରିବାକୁ ହେବ ବୋଲି ସେ ପରାମର୍ଶ ଦେଇଛନ୍ତି। ଏଥିସହ ସରକାରଙ୍କୁ ପ୍ରତି ସ୍ତରରେ ସନ୍ତୁଳନ ବଜାୟ ରଖିବାକୁ ହେବ ବୋଲି ଉଲ୍ଲେଖ କରି ମନମୋହନ କହିଛନ୍ତି ଯେ, ଉଦାରୀକରଣ ନୀତି ଆଧାରରେ ଦଣ୍ଡାୟମାନ ଆର୍ଥିକ ସଂସ୍କାରକୁ ବଜାୟ ରଖିବା ବର୍ତ୍ତମାନ ସମୟର ଆବଶ୍ୟକତା ରହିଛି। ରାଜସ୍ଥାନ ରାଜ୍ୟସଭା ସାଂସଦ ଡ.ସିଂହ କହିଛନ୍ତି ଯେ, ଆଗାମୀ ଦିନରେ ଗଣତନ୍ତ୍ରକୁ ଶକ୍ତିଶାଳୀ କରିବା ଲାଗି ଦେଶକୁ ଜ୍ଞାନୀ, ସିଦ୍ଧାନ୍ତବାଦୀ ଓ ଦୂରଦର୍ଶୀ ନେତାଙ୍କର ଆବଶ୍ୟକତା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ବାଲାନ୍ସ ଆକାଉଣ୍ଟରୁ ଉଠାଇପାରିବେ ୧୦ହଜାର ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୧।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ କାର୍ଯ୍ୟକାଳର ସବୁଠାରୁ ଲୋକପ୍ରିୟ ଯୋଜନାଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଜନ ଧନ (ପ୍ରଧାନମନ୍ତ୍ରୀ ଜନ ଧନ) ଆକାଉଣ୍ଟ। ଏହି ଯୋଜନା…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri