Posted inଫୁରସତ

୫ ଲକ୍ଷ ୭୦ ହଜାର ବର୍ଷ ପୁରୁଣା ହ୍ରଦର ରହସ୍ୟ ଏବେ ବି ଅଜଣା !

ମୁମ୍ବାଇ,୪।୩: ଭାରତର କେତେକ ସ୍ଥାନରେ ଏଭଳି ରହସ୍ୟ ରହିଛି ଯାହା ଏବେ ବି ବୈଜ୍ଞାନିକଙ୍କୁ ଅଜଣା। ଏପରି ଏକ ହ୍ରଦ ମହାରାଷ୍ଟ୍ରରେ ରହିଛି। ଏହାର ଉତ୍ପତ୍ତି ୫ ଲକ୍ଷ ୭୦ ହଜାର ବର୍ଷ ତଳେ ଉଲ୍‌କା ପିଣ୍ଡ ଯୋଗୁ ସୃଷ୍ଟି ହୋଇଥିବାର ଅନୁମାନ କରାଯାଉଛି। ଏହାର ପାର୍ଶ୍ୱରେ ଥିବା ପଥର ଚଟାଣର ପରୀକ୍ଷା ନିରୀକ୍ଷା କରାଯାଇ ଏହା ଆକଳନ କରାଯାଉଛି। ଏହି ହ୍ରଦ ରାମାୟଣ ମହାଭାରତ ଯୁଗରେ ମଧ୍ୟ ରହିଥିଲା ବୋଲି କୁହାଯାଇଛି। ୨୦୧୦ ପୂର୍ବରୁ ଏହା ୫୨ ହଜାର ବର୍ଷ ପୁରୁଣା ବୋଲି ଅନୁମାନ କରାଯାଉଥିଲା। ଏଭଳି ହ୍ରଦ ମଙ୍ଗଳ ଗ୍ରହରେ ମଧ୍ୟ ରହିଛି ବୋଲି ନାସାର ବୈଜ୍ଞାନିକ କହିଛନ୍ତି। ଏହି ହ୍ରଦ ପାଣିର ରାସାୟନିକ ଗୁଣ ମଙ୍ଗଳଗ୍ରହର ହ୍ରଦର ଗୁଣ ସହିତ ମେଳ ଖାଇବ ବୋଲି ନାସା କହିଛି। ଏହା ଆଗ୍ନେୟଗିରି ଯୋଗୁ ସୃଷ୍ଟି ହୋଇଥିବାର ଅନୁମଧ୍ୟ କରାଯାଉଥିଲା। ତେବେ ଏହାର ଗଭୀରତା ୧୫୦ ମିଟର ହୋଇଥିବାରୁ ହ୍ରଦଟି ଉଲ୍‌କା ପିଣ୍ଡ ଯୋଗୁ ସୃଷ୍ଟି ହୋଇଥିବା ବୈଜ୍ଞାନିକମାନେ ମତ ଦେଇଥିଲେ। ମାତ୍ର ଉଲ୍‌କା ପିଣ୍ଡର ସନ୍ଧାନ ବର୍ତ୍ତମାନ ସୁଦ୍ଧା ମିଳି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ସମୁଦ୍ରରେ ବଡ଼ ଦୁର୍ଘଟଣା! ଜଳିଗଲା ଯାତ୍ରୀବାହୀ ଜାହାଜ, ୪୧ ଯାତ୍ରୀ….

ଜାକାର୍ତ୍ତା,୨।୮:ଇଣ୍ଡୋନେସିଆର ମଦୁରା ଦ୍ୱୀପ ନିକଟରେ ଏକ ଯାତ୍ରୀବାହୀ ଜାହାଜରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି । ଏହି ଅଗ୍ନିକାଣ୍ଡରେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri