୫ ଶ୍ରେଣୀକୁ ୮୦ ଛାତ୍ରୀଛାତ୍ର, ୨ ଶିକ୍ଷକ

ଜଳେଶ୍ୱର,୨୩।୧(ସ୍ବ.ପ୍ର.)-ସରକାର ଶିକ୍ଷାର ମାନ ବଢ଼ାଇବା ପାଇଁ ବିଭିନ୍ନ ଯୋଜନା କରୁଥିବା ବେଳେ ବାସ୍ତବ କ୍ଷେତ୍ରରେ ତାହା ଦେଖିବାକୁ ମିଳୁନାହିଁ। ବାଲେଶ୍ୱର ଜିଲାର ଜଳେଶ୍ୱର ଗୋଷ୍ଠୀ ଶିକ୍ଷା ଅଧୀନ ଖୁଆଡ଼ ପଞ୍ଚାୟତ ନୂଆଗାଁ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଯୋଗୁ ଗ୍ରାମବାସୀ ଓ ଅଭିଭାବକମାନେ ଅସନ୍ତୋଷ ପ୍ରକାଶ କରି ବୁଧବାର ଗେଟ୍‌ରେ ତାଲା ପକାଇଥିଲେ। ଏ ସମ୍ପର୍କରେ ଖବରପାଇ ଏବିଇଓ ଲଲାଟେନ୍ଦୁ ଜେନାଙ୍କ ନିର୍ଦ୍ଦେଶରେ ସିଆର୍‌ସିସି ରଞ୍ଜନ କୁମାର ବେହେରା ଘଟଣାସ୍ଥଳରେ ପହଞ୍ଚତ୍ ସମସ୍ୟା ସମ୍ପର୍କରେ ଅବଗତ ହୋଇଥିଲେ। ଅଦ୍ୟାବଧି ଶିକ୍ଷକଙ୍କ କ୍ୟାଡର ଲିଷ୍ଟ ପ୍ରକାଶ ପାଇ ନ ଥିବାରୁ ସେଠାରେ ପ୍ରଧାନ ଶିକ୍ଷକ ନିଯୁକ୍ତ ହୋଇପାରିନାହିଁ ଓ ପରିସ୍ଥିତିକୁ ଲକ୍ଷ୍ୟ କରି ଅବିଳମ୍ବେ ଶିକ୍ଷକ ନିଯୁକ୍ତ କରାଯିବାକୁ ପ୍ରତିଶ୍ରୁତି ଦେବା ପରେ ଫାଟକରୁ ତାଲା ଖୋଲାଯାଇଥିଲା।
ନୂଆଗାଁ ପ୍ରାଥମିକ ବିଦ୍ୟାଳୟରେ ୫ଟି ଶ୍ରେଣୀରେ ୮୦ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରି ଆସୁଛନ୍ତି ା ୨ ବର୍ଷ ପୂର୍ବରୁ ପ୍ରଧାନ ଶିକ୍ଷକଙ୍କ ମୃତ୍ୟୁ ହୋଇଯାଇଥିବା ବେଳେ ଅଦ୍ୟାବଧି କାହାରିକୁ ନିଯୁକ୍ତି ମିଳିନାହିଁ। ଏବେ ୨ଜଣ ଶିକ୍ଷକ ଦ୍ୱାରା ୫ଟି ଶ୍ରେଣୀ ଚାଲିବା ସମ୍ଭବ ହୋଇପାରୁ ନ ଥିବାରୁ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ଗ୍ରାମବାସୀ ବିଇଓ, ଡିଇଓ ଓ ଜିଲାପାଳଙ୍କୁ ବାରମ୍ବାର ଆବେଦନ, ନିବେଦନ କରିଥିଲେ ସୁଦ୍ଧା ଅଦ୍ୟାବଧି ଶିକ୍ଷକ ନିଯୁକ୍ତ ହୋଇ ନ ଥିବାରୁ ବୁଧବାର ଫାଟକରେ ତାଲା ପକାଇ ଦେଇଥିଲେ। ଛାତ୍ରୀଛାତ୍ର ଓ ୨ଜଣ ଶିକ୍ଷକ ବିଦ୍ୟାଳୟ ଆସି ଗେଟ୍‌ରେ ତାଲା ପଡ଼ିଥିବା ଦେଖି ସ୍କୁଲ ବାହାରେ ପାଠ ପଢାଇଥିଲେ। ଗ୍ରାମର ପୂର୍ଣ୍ଣଚନ୍ଦ୍ର ସେଠୀ, ରଣଜିତ୍‌ ଜେନା, ସୁଶାନ୍ତ ବାରିକ, ସଂଜୟ ବାରିକ, ସପନ ଦେ ଓ ସୁଦର୍ଶନ ବେହେରାଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri