୫ ହଜାର ରେଳ ଷ୍ଟେଶନ ଛୁଇଁଲା ମାଗଣା ଓ୍ବାଇଫାଇ ସେବା

ଭୁବନେଶ୍ୱର,୩୦ା୯(ବ୍ୟୁରୋ) : ଭାରତୀୟ ରେଳପଥ ଦେଶର ୫ ହଜାର ଷ୍ଟେଶନରେ ମାଗଣା ଓ୍ବାଇଫାଇ ସେବାକୁ ଉପଲବ୍ଧ କରାଇଛି। ଶନିବାର ଦକ୍ଷିଣ-ପୂର୍ବ ରେଳପଥ ଅନ୍ତର୍ଗତ ପଶ୍ଚିମବଙ୍ଗର ମିଦନାପୁର ରେଳଷ୍ଟେଶନରେ ମାଗଣା ଓ୍ବାଇଫାଇ ବ୍ୟବସ୍ଥା ହେବା ପରେ ଏହା ତାଲିକାର ଶେଷତମ ସ୍ଥାନରେ ରହିଛି। ଏ ସମ୍ପର୍କରେ ରେଳ ମନ୍ତ୍ରୀ ପୀୟୂଷ ଗୋୟଲ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି। ୨୦୧୬ ଜାନୁୟାରୀରେ ଆରମ୍ଭ ହୋଇଥିବା ଏହି ଯୋଜନା ତିନିବର୍ଷ ଭିତରେ ଦେଶର ୫ ହଜାର ଷ୍ଟେଶନକୁ ଛୁଇଁପାରିଛି ବୋଲି ରେଳ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ମୁମ୍ବାଇ ସେଣ୍ଟ୍ରାଲ ରେଲ୍‌ଓ୍ବେ ଷ୍ଟେଶନରୁ ଶୁଭାରମ୍ଭ ହୋଇଥିଲା ମାଗଣା ଓ୍ବାଇଫାଇ ସେବା। ରେଲ୍‌ଓ୍ବେ ସୂତ୍ରରୁ ମିଳିଥିବା ସୂଚନାନୁସାରେ, ଓଡ଼ିଶାର ୧୬୩ରୁ ଊର୍ଦ୍ଧ୍ୱ ଷ୍ଟେଶନରେ ମାଗଣା ଓ୍ବାଇଫାଇ ସୁବିଧା ଉପଲବ୍ଧ କରାଯାଇଛି। ଏଥିରେ କାଟେଗୋରି-ବି, ସି, ଡି, ଇ ଷ୍ଟେଶନଗୁଡିକ ମଧ୍ୟ ଅନ୍ତର୍ଭୁକ୍ତ ହୋଇଛି। ଯାତ୍ରୀମାନେ ଷ୍ଟେଶନରେ ଅଧଘଣ୍ଟା ପର୍ଯ୍ୟନ୍ତ ଏହି ଓ୍ବାଇଫାଇ ସେବାକୁ ବ୍ୟବହାର କରିପାରିବେ। ଓ୍ବାଇଫାଇ ଅନ୍‌ କରି ମୋବାଇଲ ନମ୍ବର ସହ ସାଇନ ଅପ୍‌ କଲେ ସେବା ଆପେ ଯୋଡି ହୋଇଯିବ। ଅଧଘଣ୍ଟା ପରେ ଆଉ ଅଧଘଣ୍ଟା ସେବା ପାଇବାକୁ ହେଲେ ଗୁଗଲ୍‌ର ଏକ ବିଜ୍ଞାପନ ଭିଡିଓ ଦେଖିବାକୁ ପଡିବ। ଏହାପରେ ଆପେ ଅତିରିକ୍ତ ଅଧଘଣ୍ଟା ଓ୍ବାଇଫାଇ ସେବା ବ୍ୟବହାର କରିବା ପାଇଁ ଅନୁରୋଧ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri