୫ଜଣ ଆନ୍ତଃ ଜିଲା ଡକାୟତ ଗିରଫ ଟଙ୍କା, ୬ ମୋବାଇଲ, ୩ ମୋଟରସାଇକେଲ ଜବତ

ଖଡିଆଳ,୩୦।୯(ଡି.ଏନ.ଏ.) ନୂଆପଡା ଜିଲା ଖଡିଆଳ ପୋଲିସ ୫ଜଣ ଆନ୍ତଃଜିଲା ଡକାୟତଙ୍କୁ ଗିରଫ କରିଛି । ଏଥିସହ ସେମାନଙ୍କଠାରୁ ୪୨୧୧ ଟଙ୍କା ସମେତ ୬ଟି ମୋବାଇଲ ଫୋନ ଓ ୩ଟି ମୋଟରସାଇକେଲକୁ ଜବତ କରିଛି। ଗିରଫ ଡକାୟତମାନେ ହେଲେ ଡକାୟତ ଗ୍ରୁପର ମୁଖ୍ୟ ଖଡିଆଳ ନିନାପଡାର ମନୋରଞ୍ଜନ ସରାଫ, ବଲାଙ୍ଗୀର ଜିଲା ତୁରେକେଲା ଅଞ୍ଚଳର ଲୋକନାଥ ଶଗରିଆ ଓ ନିରଞ୍ଜନ ଖୁରା, କୋମନା ଥାନା ଅନ୍ତର୍ଗତ ଚାନ୍ଦୋପଲା ଗାଁର ତ୍ରିଲୋଚନ ଶବର ଓ ବିଘ୍ନରାଜ ଶବର । ଗତ ୨୩ ତାରିଖ ସନ୍ଧ୍ୟା ପ୍ରାୟ ୮ଟାରେ ଖଡିଆଳ ଥାନା ଅନ୍ତର୍ଗତ ଝୋଲପଥର ଗ୍ରାମର କପଡା ବ୍ୟବସାୟୀ କୋଶଳ ମେହେର ଓ ତାଙ୍କ ଦୁଇ ସାଥି ମକରଧ୍ୱଜ ମେହେର ଓ ଦାଶରଥି ତାଣ୍ଡି ଏକ ମୋଟରସାଇକେଲରେ ସାନମହେଶ୍ୱରରୁ ଝୋଲପଥର ଗାଁକୁ ଫେରୁଥିଲେ । ବାଟରେ ଏକ ପାହାଡ ନିକଟରେ ଦୁଇଟି ମୋଟରସାଇକେଲରେ ୬ଜଣ ଅଜଣା ବ୍ୟକ୍ତି ଆସି ବଳପୂର୍ବକ ଅଟକାଇ ଥିଲେ । ପରେ ସେମାନେ ଅତର୍କିତ ଭାବେ ଲାଠିରେ ଆକ୍ରମଣ କରି କୋଶଳ ମେହେରଙ୍କଠାରୁ ୧୩ ହଜାର ଟଙ୍କା ସହ ଗୋଟିଏ ମୋବାଇଲ ଫୋନ ଓ ତାଙ୍କ ସାଥି ଦାଶରଥିଙ୍କଠାରୁ ୨୦୪୦ ଟଙ୍କା ଲୁଟି ନେଇ ଫେରାର ହୋଇଯାଇଥିଲେ। ଡକାୟତଙ୍କ ଆକ୍ରମଣରେ କୋଶଳ ମେହେରଙ୍କ ମୁଣ୍ଡ ଫାଟିଯିବାରୁ ତାଙ୍କ ସାଥି ମକରଧ୍ୱଜ ଖଡିଆଳ ମିଶନ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଏ ନେଇ ଖଡିଆଳ ଥାନାରେ ମକରଧ୍ୱଜ ଲିଖିତ ଅଭିଯୋଗ କରିଥିଲେ। ନୂଆପଡା ଏସପିଙ୍କ ନିର୍ଦ୍ଦେଶକ୍ରମେ ଖଡିଆଳ ଥାନା ଏକ ସ୍ବତନ୍ତ୍ର ପୋଲିସ ଟିମ ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଏହି ଘଟଣାରେ ସମ୍ପୃକ୍ତ ୫ଜଣ ଡକାୟତଙ୍କୁ ଖଡିଆଳ ପୋଲିସ ଗିରଫ କରିଛି । ଖଡିଆଳ ଥାନା ଏସଡିପିଓ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି । ଖଡିଆଳ ଆଇଆଇସି କୌଳାଶ ଚନ୍ଦ୍ର ସେଠୀଙ୍କ ନେତୃତ୍ୱରେ ସବଇନ୍ସପେକ୍ଟର ଜିତୁ ମୋହନ ବେଶ୍ରା ତଦନ୍ତ ଭାର ନେଇ ଗିରଫ କରିଥିବା ଖଡିଆଳ ଏସଡିପିଓ ବିରଞ୍ଚତ୍ନାରାୟଣ ଦେହୁରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା…

ଏମିତି କରି T20ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛି ୱେଷ୍ଟଇଣ୍ଡିଜ; ଭାରତ ରହିଛି ପଛରେ

ନୂଆଦିଲ୍ଲୀ,୧୨।୧୦: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ T20 କ୍ରିକେଟରେ ଇତିହାସ ସୃଷ୍ଟି କରିଛି। ରବିବାର ଭାରତ ବିପକ୍ଷ ତୃତୀୟ T20 ମ୍ୟାଚରେ କାରିବିଆନ ଦଳ ମୋଟ ୧୩ଟି ଛକା…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପୁଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ

କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି।…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?