Posted inଜାତୀୟ

୫ଜି ରେସ୍‌ରୁ ବାଦ୍‌ ପଡ଼ିପାରେ ଚାଇନାର ଏହି କମ୍ପାନୀ

ନୂଆଦିଲ୍ଲୀ,୩୦।୬: ଗତ କିଛି ଦିନରୁ ଭାରତ ଓ ଚାଇନା ମଧ୍ୟରେ ସୀମା ବିବାଦ ଦେଖାଦେଇଛି। ଲଦାଖ ଘାଟିରେ ଜାରି ରହିଥିବା ଉତ୍ତେଜନା ପରେ ଦୁଇ ଦେଶର ସମ୍ପର୍କ ମଧ୍ୟରେ ଫାଟ ସୃଷ୍ଟି ହୋଇଛି। ବ୍ୟବସାୟିକ କୁଟନୀତି ଜରିଆରେ ଭାରତ ସରକାର ଚାଇନାକୁ କଡ଼ା ଜବାବ ଦେଇଛନ୍ତି। ସୋମବାର ଦେଶରେ ୫୯ଚାଇନା ଆପ୍‌ ଉପରେ ପ୍ରତିବନ୍ଧକ ଲଗାଇବା ପରେ ମୋଦି ସରକାର ପୁଣି ଥରେ ଚାଇନାକୁ ଝଟ୍‌କା ଦେବାକୁ ଯାଉଥିବା ଜଣାପଡ଼ିଛି। ଭାରତରେ ୫ଜି ସେବା ପାଇଁ ଚାଇନାର ହାଓ୍ବାଇ କମ୍ପାନୀ ହେଉଛି ମୁଖ୍ୟ ଦାବିଦାର। ବର୍ତ୍ତମାନ ଭାରତ ୫ଜି ନିଲାମୀକୁ ଗୋଟିଏ ବର୍ଷ ପାଇଁ ସ୍ଥଗିତ ରଖିଥିବା ଜଣାପଡ଼ିଛି। ଗତବର୍ଷ ହାଓ୍ବାଇକୁ ୫ଜି ଟ୍ରାୟଲରେ ଭାଗ ନେବାକୁ ଅନୁମତି ଦିଆଯାଇଥିଲା। ହେଲେ ଏବେ ମୋଦି ସରକାର ୫ଜି ନିଲାମରେ ଏହି କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇପାରନ୍ତି ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ହାଓ୍ବାଇ ଉତ୍ପାଦନ ଉପରେ ପୂର୍ବରୁ ଆମେରିକା ମେ ୨୦୨୧ ପର୍ଯ୍ୟନ୍ତ ପ୍ରତିବନ୍ଧକ ଲଗାଇସାରିଛି। ଏବେ ଆମେରିକା ଅନ୍ୟଦେଶମାନଙ୍କ ଉପରେ ଏହି କମ୍ପାନୀକୁ ନିଜ ଦେଶରୁ ବାହାର କରିବା ପାଇଁ ଚାପ ପକାଉଥିବା ସୂଚନା ରହିଛି। ସୋମବାର ମୋଦି ସରକାରଙ୍କ ବରିଷ୍ଠ ମନ୍ତ୍ରୀଙ୍କ ବସିଥିବା ବୈଠକରେ ୫ଜିକୁ ନେଇ ଆଲୋଚନା ହୋଇଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ଏହି ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ, ବର୍ହିବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଓ ବାଣିଜ୍ୟ ମନ୍ତ୍ରୀ ପୀୟୁଷ ଗୋୟଲ ସାମିଲ ହୋଇଥିଲେ। ସୁଚନା ମୁତାବକ ସିଙ୍ଗାପୁରରେ ୫ଜି ରେସ୍‌ରେ ହାଓ୍ବାଇକୁ ବାଦ୍‌ ଦିଆଯାଇଛି। ସେଠାରେ ହାଓ୍ବାଇ ବଦଳରେ ନୋକିଆ ଓ ଏରିକ୍ସନ୍‌କୁ ସୁଯୋଗ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେଜିରୁ ପିଜି ନାମଲେଖା ଦ୍ୱନ୍ଦ୍ୱ ଦୂର ପାଇଁ ଆସିବ ଏସ୍‌ଓପି: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୧୧।୭: ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନା କାର୍ଯ୍ୟକାରୀ ହେବା ପରେ ନାମଲେଖା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିବା…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ବୁଦାରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ : ହତ୍ୟା ସନ୍ଦେହ

ବିନିକା,୧୦।୭: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଇଁଲାସାରି ଗାଁ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

ମ୍ୟାଚ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଚେତାଇଲେ ଇଂଲଣ୍ଡ ଖେଳାଳି, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୧୧।୭: ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ହରାଇ ସାରିଛି, କିନ୍ତୁ ଆଜି ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…

ମେଲ୍‌ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍‌ବୋର୍ନର ଏକ ହୋଟେଲରେ ଜଣେ ଅତି…

ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?

ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍‌ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri