୫ଜିଲାକୁ ୟେଲୋ ଓ୍ବାର୍ନିଂ:ଆଜି ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୫-୧୦(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ଗୁରୁବାର ଭୁବନେଶ୍ୱର ସମେତ କଟକ, ବାଲେଶ୍ୱର, ପୁରୀ, ଗଞ୍ଜାମ, ବାରିପଦା ଆଦି ଜିଲାରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି। ଶୁକ୍ରବାର ମଧ୍ୟ ଦିନତମାମ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର ଏବଂ କେନ୍ଦ୍ରାପଡ଼ା ଆଦି ୫ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ଏହି ଜିଲାଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ।
ଦକ୍ଷିଣ ଓଡ଼ିଶା ସହ ଦକ୍ଷିଣ-ଉପକୂଳ ଓଡ଼ିଶା ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲାରେ ଶୁକ୍ରବାର ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଏଥିସହ ୨୦ ଜିଲାକୁ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ତନ୍ମଧ୍ୟରେ ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ପୁରୀ, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, ନୟାଗଡ଼ ଆଦି ଜିଲା ରହିଛି। ଗୁରୁବାର ଢେଙ୍କାନାଳ, କେନ୍ଦୁଝର, କଟକ, ଖୋର୍ଦ୍ଧା ଓ ପୁରୀ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ଏହି ଜିଲାଗୁଡ଼ିକରେ ପ୍ରବଳ ବର୍ଷା ମଧ୍ୟ ହୋଇଛି। ବାଲେଶ୍ୱରରେ ସର୍ବାଧିକ ୮୩ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଭୁବନେଶ୍ୱରରେ ୭୮.୪ ମିମି ବର୍ଷା ରେକର୍ଡ ହୋଇଛି। ସେହିଭଳି କଟକରେ ୭୬, ପୁରୀରେ ୬୧, ଚାନ୍ଦବାଲିରେ ୪୯, ଗୋପାଳପୁରରେ ୪୮, ବାରିପଦାରେ ୩୮, ଦାରିଙ୍ଗବାଡ଼ିରେ ୩୫, ପାରାଦୀପରେ ୨୬ ଏବଂ ଅନୁଗୋଳରେ ୨୩ ମିମି ବର୍ଷା ରେକର୍ଡ ହୋଇଛି। ମାତ୍ରାଧିକ ବର୍ଷା ଯୋଗୁ ଭୁବନେଶ୍ୱର, କଟକ, ବ୍ରହ୍ମପୁର, ପୁରୀ ଭଳି ସହରରେ ଏକପ୍ରକାର କୃତ୍ରିମ ବନ୍ୟା ସୃଷ୍ଟି ହୋଇଛି। ଲଗାଣ ବର୍ଷା ଯୋଗୁ ଗୁରୁବାର ଗଞ୍ଜାମ, ଗଜପତି ,ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା ଓ ଭଦ୍ରକ ଜିଲାର ସମସ୍ତ ସ୍କୁଲ ଛୁଟି ଘୋଷଣା ହୋଇଥିବାବେଳେ ଶୁକ୍ରବାର ଗଞ୍ଜାମ, ଖୋର୍ଦ୍ଧା, ଭଦ୍ରକ, କେନ୍ଦୁଝର, ଯାଜପୁର, ପୁରୀ, ଢେଙ୍କାନାଳ, ବାଲେଶ୍ୱର, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଜିଲାର ସମସ୍ତ ସ୍କୁଲ୍‌ ଏବଂ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଜିଲା ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଛି। ଅନ୍ୟପକ୍ଷରେ ପ୍ରବଳ ବର୍ଷା ଯୋଗୁ ଗମନାଗମନ ବାଧାପ୍ରାପ୍ତ ହୋଇଥିବାବେଳେ ରେଳସେବା ମଧ୍ୟ ପ୍ରଭାବିତ ହୋଇଛି। ଆନ୍ଧ୍ରପ୍ରଦେଶର ବିଜୟନଗରମ ଓ ପଲାସାରେ ପ୍ରବଳ ବର୍ଷା ଯୋଗୁଁ ପୂର୍ବତଟ ରେଳପଥରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି। ତେବେ ଆସନ୍ତା ୨୬ ତାରିଖ ପରେ ବର୍ଷାର ପରିମାଣ ହ୍ରାସ ପାଇବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିରେ କାଳ ସାଜିଲା ବଜ୍ରପାତ, ନାବାଳକଙ୍କ ଜୀବନ ଗଲା,୨ ଗୁରୁତର ହୋଇ…

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଯୁବକ…

ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…

ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି…

ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ

କଳାହାଣ୍ଡି,୧୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମର ଜଣେ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଗୋଲକ ଗଉଡ଼(୧୮)। ରବିବାର…

ଭାରସାମ୍ୟ ହରାଇ ଟ୍ୟାଙ୍କର୍‌ ଦୁର୍ଘଟଣା: ଗାଡି ଭିତରେ ଚାପି ହୋଇଗଲେ

ଲାଞ୍ଜିଗଡ,୧୫।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣା ଓ ରାୟଗଡ଼ାକୁ ସଂଯୋଗ କରୁଥିବା ୬ନମ୍ବର ରାଜ୍ୟ ରାଜପଥ ଢ଼େପଗୁଡାଠାରେ ଏକ ଆଲୁମିନା ପାଉଡର ବୋଝେଇ ବଲକର ରବିବାର…

ମଦ ଦୋକାନକୁ ତୀବ୍ର ବିରୋଧ: ହଜାରରୁ ଅଧିକ ଲୋକଙ୍କ ଜନଆନ୍ଦୋଳନ

ତିହିଡ଼ି,୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀ ହରିହଂସ କୀର୍ତ୍ତନ ମଣ୍ଡପ ପରିସରରେ ଆଜି ହଜାରରୁ ଅଧିକ ମହିଳା ଓ ପୁରୁଷ ଏକତ୍ରିତ…

ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ଲୁଟି ନେଲେ ଟଙ୍କା ସହ ଲକ୍ଷାଧିକ ସୁନା ଅଳଙ୍କାର

ନୀଳଗିରି, ୧୫/୦୬,(ପ୍ରଶାନ୍ତ କୁମାର ବିଶ୍ବାଳ):କଳାକନା ବୁଲାଇଲେ ଦୁର୍ବୃତ୍ତ। ରବିବାର ରାତି ପ୍ରାୟ ୮ଟା ୩୦ ରୁ ୯ ଟା ୩୦ ମିନିଟ ସମୟରେ ଚୋରି ହୋଇଥିବାର ଅନୁମାନ।…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ନିର୍ମାଣାଧିନ ପୋଲ ତଳକୁ ଖସି ୨ ମୃତ

ନୀଳଗିରି,୧୫।୬,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ବରହମପୁର ଥାନା ଶେରଗଡ଼ ନୀଳଗିରି ଝରଣଘାଟି ରାସ୍ତା ୧୯ ନମ୍ବର ରାଜ୍ୟ ରାଜପଥର ତେଲିପାଳ ନିକଟରେ ପହିଲି ରଜ ରବିବାର…

ଆଦାୟ ହେଉଛି ରାଜସ୍ବ, ହେଉନି ପଙ୍କୋଦ୍ଧାର, ଶୁଖିଲା ପଡ଼ିଛି ପୋଖରୀ

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ଅମରପାଲି ଗ୍ରାମରେ ଥିବା ପୋଖରୀଗୁଡ଼ିକର ଦୁରବସ୍ଥାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଗ୍ରାମରେ ମୋଟ୍‌ ୭ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri