Posted inଜାତୀୟ

୫ବର୍ଷରେ ୨୦ ହଜାର ଶ୍ରେଣୀଗୃହ ନିର୍ମାଣ କରିଛି ଏଏପି ସରକାର: କେଜରିଓ୍ବାଲ

ନୂଆଦିଲ୍ଲୀ,୯।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ଲାଗି ପଡିଛନ୍ତି ସବୁ ରାଜନୈତୀକ ଦଳ। ଗୁରୁବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ କହିଛନ୍ତି ତାଙ୍କ ସରକାର ଶାସନର ୫ ବର୍ଷ ମଧ୍ୟରେ ଦିଲ୍ଲୀର ସରକାରୀ ସ୍କୁଲରେ ୨୦ ହଜାର ଶ୍ରେଣୀଗୃହ ନିର୍ମାଣ କରାଯାଇଛି। ଏବେ ଭୋଟର ସ୍ଥିର କରନ୍ତୁ ତାଙ୍କୁ କେଉଁ ସରକାର ଆବଶ୍ୟକ। ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରି କେଜରିଓ୍ବାଲ କହିଛନ୍ତି, କେନ୍ଦ୍ରରେ ଭାଜପା ୯ବର୍ଷ ଶାସନ କାଳ ମଧ୍ୟରେ ଦିଲ୍ଲୀରେ ୧୦୯ ଏମ୍‌ସିଡି ସ୍କୁଲ ବନ୍ଦ ହୋଇଛି ହେଲେ ଏଏପି ୨୦ ହଜାର ଶ୍ରେଶୀଗୃହ ନିର୍ମାଣ କରିଛି। ଯାହା ୫ଶହ ନୂଆ ସ୍କୁଲ ଖୋଲିବା ସହ ସମାନ। ସେ ଆହୁରି ମଧ୍ୟ କହିଛନ୍ତି ଏମ୍‌ସିଡି ସ୍କୁଲରେ ୫ ଶ୍ରେଣୀ ପାସ୍‌ କରିଥିବା ପିଲା ସାଧାରଣ ହିନ୍ଦୀ ପଢିପାରୁ ନ ଥିବା ବେଳେ ସରକାରୀ ସ୍କୁଲର ପିଲାଙ୍କ ଜ୍ଞାନ ଯଥେଷ୍ଟ ଭଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ଇରାନର ନିଦ ହଜିଲାଣି: ହର୍ମୁଜକୁ ନେଇ ବଢୁଛି ଚିନ୍ତା, ଏବେ ହେବ କ’ଣ

ନ୍ୟୁୟର୍କ,୧୨ା୪(ଏନ୍‌ଓ୍ବାଇଟି):ଇରାନ୍‌ ଏବେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ନିଜସ୍ବ ସମସ୍ୟା ଯୋଗୁ ସମ୍ପୂର୍ଣ୍ଣ ରୂପେ ଖୋଲିପାରୁ ନାହିଁ। କାରଣ ଆମେରିକା ଓ ଇସ୍ରାଏଲ୍‌ ସହ ଯୁଦ୍ଧବେଳେ ଏହି ସାମୁଦ୍ରିକ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri