Posted inଖେଳ

୫ମ ଥର ଡାକଶ୍ରୀ ଟାଇଟଲ ପାଇଁ ଜନ୍ମେଜୟ ଆଶାବାଦୀ

ଭୁବନେଶ୍ୱର, ୩୧।୮(କ୍ରୀଡ଼ା ପ୍ରତିନିଧି)-
ସେପ୍ଟେମ୍ବର ୨୬ରୁ ୨୯ ପର୍ଯ୍ୟନ୍ତ ୩୫ତମ ସର୍ବଭାରତୀୟ ପୋଷ୍ଟାଲ ପ୍ରତିଯୋଗିତା ବ୍ରହ୍ମପୁରରେ ଅନୁଷ୍ଠିତ ହେବ। ଏଥିପାଇଁ ଶୁକ୍ରବାର ବ୍ରହ୍ମପୁରସ୍ଥିତ ହନୁମାନ କ୍ଲବଠାରେ ଭାରୋତ୍ତୋଳନ, ଶକ୍ତିଉତ୍ତୋଳନ ଓ ବଡିବିଲ୍ଡଂ ଟ୍ରାଏଲ ଅନୁଷ୍ଠିତ ହୋଇଛି। ଡାକଶ୍ରୀ ଟାଇଟଲ ପାଇଁ ଟ୍ରାଏଲରେ ଯୋଗ୍ୟ ବିବେଚିତ ହୋଇଥିବା ପ୍ରତିଯୋଗୀମାନେ ହେଲେ ଜନ୍ମେଜୟ ମହାନ୍ତି(୮୫ କେଜି), କେ. ଭାଦି ଶ୍ରୀକାନ୍ତ(୬୦ କେଜି), ସମିର ସାଥୁଆ(୭୦ କେଜି) ଓ ବିଶ୍ୱଜିତ ପ୍ରତିହାରୀ(୮୦ କେଜି)। ବେଣୁଗୋପାଳ ରାଓ, ରାଜେଶ ଆଚାରୀ ଓ ଉମାଶଙ୍କର ବିଚାରକ ଦାୟିତ୍ୱ ତୁଲାଇଥିଲେ। ୨୦୦୪ରେ ଶେଷଥରପାଇଁ ଓଡ଼ିଶା(ପୁରୀ)ରେ ସର୍ବଭାରତୀୟ ପୋଷ୍ଟାଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ୧୫ ବର୍ଷ ପରେ ଓଡ଼ିଶା ପ୍ରତିଯୋଗୀମାନେ ନିଜ ପରିବେଶରେ କଳାକୌଶଳ ଦେଖାଇବା ସୁଯୋଗ ପାଇଛନ୍ତି। ଜନ୍ମେଜୟ ୨୦୧୧ରୁ ୨୦୧୪ ପର୍ଯ୍ୟନ୍ତ ୪ ଥର ଡାକଶ୍ରୀ ଟାଇଟଲ ହାସଲ କରିଛନ୍ତି। ଏଥର ସେ ୫ମ ଥରପାଇଁ ଏହି ଟାଇଟଲ ହାସଲ କରିବାକୁ ଆଶାବାଦୀ ଥିବା ପ୍ରକାଶ କରିଛନ୍ତି। ଭାରୋତ୍ତୋଳନ/ଶକ୍ତିଉତ୍ତୋଳନ ଟ୍ରାଏଲରେ ଯୋଗ୍ୟ ବିବେଚିତ ହୋଇଥିବା ପ୍ରତିଯୋଗୀମାନେ ହେଲେ କାମେଶ୍ୱର ନାୟକ(୮୫ କେଜି), ପ୍ରଦୀପ ସାହୁ(୫୪ କେଜି) ଓ ମଳୟ ରଞ୍ଜନ ପତି(୯୫ କେଜି)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri