୫ଶହ ଟଙ୍କା ଲାଞ୍ଚ ନେଇ କୁଡ଼େଇ ଆର୍‌ଆଇ ଗିରଫ

ସୋର, ୧୨।୨(ଡି.ଏନ.ଏ.)- ମୃତ ପ୍ରମାଣପତ୍ର ପାଇଁ ୫ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ସୋର ତହସିଲ ଅଧୀନ କୁଡ଼େଇ ଆର୍‌ଆଇ ରାକେଶ କୁମାର ପ୍ରଧାନ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ସୋର ଥାନା ଢ଼ିଙ୍କିଆପଦା ଗ୍ରାମର ହେମନ୍ତ କୁମାର ପଣ୍ଡାଙ୍କ ବାପା ହରିହର ୨୦୧୯ ଅକ୍ଟୋବର ୧୭ରେ ଚେନ୍ନାଇରେ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ। ବାପାଙ୍କ ମୃତ୍ୟୁ ପ୍ରମାଣପତ୍ର ପାଇବା ପାଇଁ ହେମନ୍ତ କୁଡ଼େଇ ଆର୍‌ଆଇଙ୍କ ପାଖକୁ ଯାଇଥିଲେ। ଆର୍‌ଆଇ ପ୍ରଧାନ ଏଥିପାଇଁ ଦୁଇହଜାର ଟଙ୍କା ଦାବି କରିଥିଲେ। ବାରମ୍ବାର ନିରାଶ ହେବା ପରେ ହେମନ୍ତ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ପୂର୍ବ ପ୍ରସ୍ତୁତିନୁସାରେ ହେମନ୍ତ ଆର୍‌ଆଇଙ୍କୁ ତାଙ୍କ କାର୍‌ ମଧ୍ୟରେ ୫ଶହ ଟଙ୍କା ଦେଇଥିଲେ। ସେଠାରେ ଉପସ୍ଥିତ ଭିଜିଲାନ୍ସ କର୍ମଚାରୀମାନେ ଆରଆଇ ପ୍ରଧାନଙ୍କଠାରୁ ୫ଶହ ଟଙ୍କା ଜବତ କରିବା ସହିତ ଅଧିକ ତଦନ୍ତ ପାଇଁ କାର୍‌ ସହିତ ତାଙ୍କୁ ବାଲେଶ୍ୱରକୁ ନେଇଯାଇଛନ୍ତି। ବାଲେଶ୍ୱର ଭିଜିଲାନ୍ସ ବିଭାଗର ଡିଏସ୍‌ପି ସନ୍ତୋଷ କୁମାର ସାମନ୍ତରାୟଙ୍କ ନେତୃତ୍ୱରେ ଏକ ଟିମ୍‌ ଚଢ଼ାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

ବିକାଶ ଇନଷ୍ଟିଟ୍ୟୁଟ୍ ଅଫ୍ ଆଇଟି ଆଣ୍ଡ ମ୍ୟାନେଜମେଣ୍ଟ: ବିବିଏରେ ଗୁନଗୁନ, ବିସିଏରେ ସଲୋନୀ ଟପ୍ପର…

ଭବାନୀପାଟଣା,୩୦।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଇନଷ୍ଟିଟ୍ୟୁଟ୍ ଅଫ୍ ଆଇଟି ଆଣ୍ଡ ମ୍ୟାନେଜମେଣ୍ଟ ପୁଣିଥରେ ଉତ୍କୃଷ୍ଟ ଶିକ୍ଷାଗତ ସଫଳତା ହାସଲ କରିଛି। ମା’ ମାଣିକେଶ୍ୱରୀ…

ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ଅଭାବନୀୟ ଘଟଣା: କେଭିନ୍ ଭିତରେ ଛାତରୁ ଖସିଲା ସିଲିଂ, ମହିଳା ରୋଗୀ

ପାରଳାଖେମୁଣ୍ଡି, ୩୦।୫ (ଗିରିଧାରୀ ପରିଛା): ଗଜପତି  ଜିଲା  ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ମେଡିକାଲକୁ ଚିକିତ୍ସା…

ଦାରିଙ୍ଗବାଡିରେ ଭୋଟ ପରିଚୟପତ୍ରର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟ ଆରମ୍ଭ: ବିଭିନ୍ନ ବୁଥ୍ ବୁଲି ସମୀକ୍ଷା କଲେ ବିଡ଼ିଓ

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ଠାରୁ ଭୋଟ ପରିଚୟ ପତ୍ରର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଆରମ୍ଭ…

ବାଇକ୍ ଦୁର୍ଘଟଣାରେ ଯୁବକ ରକ୍ତ ଜୁଡ଼ୁବୁଡ଼ୁ: ମିଳିଲାନି ଆମ୍ବୁଲାନ୍ସ, ମୋବାଇଲ ଟର୍ଚ୍ଚ ଆଲୁଅରେ ହେଲା ଷ୍ଟିଚ୍!

ଥୁଆମୂଳ ରାମପୁର, ୩୦।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା ସ୍ଥିତ ହେଲୋ ପଏଣ୍ଟ (ନାଏକପଡ଼ା) ଛକ ନିକଟରେ ଶନିବାର ମଧ୍ୟାହ୍ନ ପ୍ରାୟ…

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା…

କେନ୍ଦ୍ରାପଡା କଲେଜର ଯୁକ୍ତ–୩ ଫଳ ପ୍ରକାଶିତ: ଅର୍ଚ୍ଚିତା, ଲକ୍ଷ୍ମୀପ୍ରିୟା ,ଶାନ୍ତନୁ ବିଭାଗୀୟ ଟପ୍ପର

କେନ୍ଦ୍ରାପଡା, ୩୦।୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁକ୍ତ–୩ ପରୀକ୍ଷାର ଫଳ ଶନିବାର ପ୍ରକାଶ ପାଇଛି। ଏଥର ଛାତ୍ରମାନଙ୍କ ତୁଳନାରେ ଛାତ୍ରୀମାନେ ଉତ୍କୃଷ୍ଟ ଫଳାଫଳ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri