୫ହଜାରରୁ ଊର୍ଦ୍ଧ୍ୱ ଏଟିଏମ୍‌ ଉଠାଣରେ ଲାଗିପାରେ ଚାର୍ଜ

ମୁମ୍ବାଇ,୧୯।୬: ଏଟିଏମ୍‌ରୁ ଏକାଥରକେ ୫ହଜାର ଟଙ୍କାରୁ ଉର୍ଦ୍ଧ୍ୱ ଉଠାଣ ଉପରେ ଗ୍ରାହକଙ୍କୁ ଚାର୍ଜ ଲାଗିପାରେ। ଏହି ପ୍ରସଙ୍ଗ ଉପରେ ବର୍ତ୍ତମାନ ରିଜର୍ଭ ବ୍ୟାଙ୍କ ବିଚାରବିମର୍ଷ କରୁଛି। ଆର୍‌ଟିଆଇରେ ମଗାଯାଇଥିବା ସୂଚନାରୁ ଏଭଳି ତଥ୍ୟ ସାମ୍ନାକୁ ଆସିଛି। ଡିଜିଟାଲ ନେଣଦେଣକୁ ଉତ୍ସାହିତ କରିବା ଏବଂ ନଗଦ କାରବାରକୁ କମ୍‌ କରିବା ଲାଗି କେନ୍ଦ୍ରୀୟ ବ୍ୟାଙ୍କ ଏଭଳି ଏକ ଦିଗ ଉପରେ ଧ୍ୟାନ ରଖିଛି। ଇଣ୍ଡିଆନ୍‌ ବ୍ୟାଙ୍କ ଆସୋସିଏଶନର ଚିଫ ଏକଜିକ୍ୟୁଟିଭ୍‌ ଭି.ଜି. କନ୍ନନଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି କେନ୍ଦ୍ରୀୟ ବ୍ୟାଙ୍କକୁ ଏ ସମ୍ପର୍କରେ ଏକ ରିପୋର୍ଟ ପ୍ରଦାନ କରିଛି। ଅକ୍ଟୋବର ୨୨ରେ କେନ୍ଦ୍ରୀୟ ବ୍ୟାଙ୍କ ଏହି ରିପୋର୍ଟ ଲାଭ କରିଥିଲା। ଏହି ରିପୋର୍ଟକୁ ବର୍ତ୍ତମାନ ସାର୍ବଜନୀନ କରାଯାଇ ନାହିଁ। ଆର୍‌ଟିଆଇ କର୍ମୀ ଶ୍ରୀକାନ୍ତ ଏଲ୍‌ଙ୍କ ଏହି ସଂକ୍ରାନ୍ତୀୟ ଆବେଦନକୁ ଆର୍‌ବିଆଇର ପବ୍ଲିକ ଇନଫରମେଶନ ଅଫିସର ପୂର୍ବରୁ ଖାରଜ କରି ଦେଇଥିଲେ। ରିଜର୍ଭ ବ୍ୟାଙ୍କର ରେସପନ୍ସ ବିରୋଧରେ ଶ୍ରୀକାନ୍ତ ପୁଣି ଥରେ ଆବେଦନ କରିବା ପରେ ଏହି ତଥ୍ୟ ତାଙ୍କୁ ମିଳିଥିଲା। ସେ ଏହି ରିପୋର୍ଟକୁ ଲୋକଲୋଚନକୁ ଆଣିଛନ୍ତି। ବର୍ତ୍ତମାନ ଏଟିଏମ୍‌ ପରିଚାଳନା ଖର୍ଚ୍ଚ ବହୁଳ ଭାବେ ବଢିଛି। ୨୦୦୮ ଏବଂ ୨୦୧୨ ମଧ୍ୟରେ ଏହି ଖର୍ଚ୍ଚର ସମୀକ୍ଷା କରାଯାଇ ନାହିଁ। ଏଭଳି ବିଭିନ୍ନ ପ୍ରସଙ୍ଗ ଉକ୍ତ ରିପୋର୍ଟରେ ସାମିଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri