Posted inଜାତୀୟ

୫୦ ଅଣ୍ଡା ଖାଇବାକୁ ଲାଗିଥିଲା ସର୍ତ୍ତ: ୪୨ଖାଇବା ପରେ ମୃତ୍ୟୁ

ଜୋନପୁର,୪।୧୧: ବେଳେବେଳେ ଥଟ୍ଟାରେ ଲାଗିଥିବା ସର୍ତ୍ତ ମୃତ୍ୟୁର କାରଣ ହୋଇଥାଏ। ଅଣ୍ଡା ଓ ମଦରେ ସର୍ତ୍ତ ଲଗାଇ ଜଣେ ବ୍ୟକ୍ତି ମୃତ୍ୟୁମୁଖକୁ ଠେଲି ହୋଇଯାଇଥିବା ଜଣାପଡ଼ିଛି। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ଜୋନପୁରରେ। ସୂଚନାଯୋଗ୍ୟ, ଶାହଗଞ୍ଜ କୋତଓ୍ବାଲି ଅଞ୍ଚଳର ଅର୍ଗପୁର ଗଁାର ସୁଭାଷ ଯାଦବ(୪୨) ଶନିବାର ବିବିଗଞ୍ଜ ବଜାରରେ ଜଣେ ବନ୍ଧୁଙ୍କ ସହ ସର୍ତ୍ତ ଲଗାଇଥିଲେ। ୧ ବୋତଲ ମଦ ଓ ୫୦ଟି ଅଣ୍ଡା ଯିଏ ଖାଇ ସର୍ତ୍ତ ଜିତିବ ତାକୁ ୨ହଜାର ଟଙ୍କା ଦିଆଯିବ। ତେବେ ସୁଭାଷ ଏହି ସର୍ତ୍ତକୁ ମାନି ନେବା ସହ ୪୧ ଟି ଅଣ୍ଡା ସମ୍ପୂର୍ଣ୍ଣ ଖାଇ ଦେଇଥିଲେ। ଯେତେବେଳେ ୪୨ଟି ଅଣ୍ଡା ଖାଇବାକୁ ଆରମ୍ଭ କଲେ ସେହି ସମୟରେ ସେ ଅଚେତ ହୋଇପଡ଼ିଥିଲେ। ସେଠାରେ ଉପସ୍ଥିତ ଥିବା ଲୋକେ ତାଙ୍କୁ ସଙ୍ଗେ ସଙ୍ଗେ ସ୍ଥାନୀୟ ହସ୍ପିଟାଲକୁ ନେଇଥିଲେ। ହେଲେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଲକ୍ଷ୍ନୌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧିନ ଅବସ୍ଥାରେ ସୋମବାର ତାଙ୍କର ମୃତ୍ୟୁ ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri