Posted inଖେଳ

୫୦ ନିୟୁତ ଛୁଇଁଲା କୋହଲିଙ୍କ ଇନ୍‌ଷ୍ଟା ଫଲୋଅର୍ସ ସଂଖ୍ୟା

ନୂଆଦିଲ୍ଲୀ,୧୮।୨- ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ପ୍ରଶଂସକ ସଂଖ୍ୟା ଖୁବ୍‌ ଅଧିକ। ଏକତା କାହାକୁ ଅଜଣା ନାହିଁ। ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଫଲୋଅର୍ସଙ୍କ ସଂଖ୍ୟା ୫୦ ନିୟୁତ ପହଞ୍ଚତ୍ଛି। ଇନ୍‌ଷ୍ଟାଗ୍ରାମରେ ୫୦ ନିୟୁତ ଫଲୋଅର୍ସ ହାସଲ କରିବାରେ କୋହଲି ଦେଶର ପ୍ରଥମ ସେଲିବ୍ରେଟି। ବର୍ତ୍ତମାନ ପିଢ଼ିର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ବିବେଚିତ ହେଉଥିବା କୋହଲି ଏପର୍ଯ୍ୟନ୍ତ ୯୩୦ ପୋଷ୍ଟ ଶେୟାର କରିଛନ୍ତି। ସେ ମୋଟ ୪୮୦ ଜଣଙ୍କୁ ଫଲୋ କରୁଛନ୍ତି। ୩୧ ବର୍ଷୀୟ ବ୍ୟାଟ୍ସମ୍ୟାନ ଦେଶର ସବୁଠୁ ମୂଲ୍ୟବାନ ବ୍ରାଣ୍ଡ। ସର୍ବାଧିକ ଫଲୋଅର୍ସ ଥିବା ଭାରତୀୟ ସେଲିବ୍ରେଟଙ୍କ ମଧ୍ୟରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି ବଲିଉଡ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା। ପ୍ରିୟଙ୍କାଙ୍କ ଫଲୋଅର୍ସ ସଂଖ୍ୟା ୪୯.୯ ନିୟୁତ। ତାଙ୍କ ପଛକୁ ଅନ୍ୟତମ ଅଭିନେତ୍ରୀ ଦୀପିକା ପାଦୁକୋନ (୪୪.୧ ନିୟୁତ) ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି (୩୪.୫ ନିୟୁତ) ରହିଛନ୍ତି। ତେବେ ୨୦୦ ନିୟୁତ ଫଲୋଅର୍ସଙ୍କ ସହ ଷ୍ଟାର ଫୁଟବଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଶୀର୍ଷରେ ରହିଛନ୍ତି। ୧୭୨ ନିୟୁତ ହଲିଉଡ ଷ୍ଟାର ଡ୍ବେନ ଜନସନ ଟପ୍‌ ୫ରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri