୫୦ ଫୁଟ ଉପରୁ ଖସି ଶ୍ରମିକ ମୃତ

ପରଜଙ୍ଗ, ୧୪।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ କୁଲେଇସ୍ଥିତ ଜିଏମ୍‌ ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀରେ ଗୁରୁବାର ଦୁର୍ଘଟଣା ଘଟି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗୋପୀନାଥ ମଣ୍ଡଳ। ତାଙ୍କ ଘର ପଶ୍ଚିମବଙ୍ଗ ରାଜ୍ୟ ଦକ୍ଷିଣ ଚବିଶ ପ୍ରଗଣା ଅଧୀନ ରାଇତଲା ଗ୍ରାମରେ। ସେ ଏକ ଠିକାସଂସ୍ଥା ଅଧୀନରେ କାର୍ଯ୍ୟ କରୁଥିଲେ। ମଧ୍ୟାହ୍ନରେ ସିସିଏମ୍‌ ସାଇଡିଂ ଏରିଆର ୫୦ଫୁଟ ଉପରେ ଚଢ଼ି ଆଜବେଷ୍ଟସ୍‌ ଖୋଲୁଥିବାବେଳେ ଗୋପୀନାଥ ଖସିପଡ଼ିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ବିନା ସୁରକ୍ଷା ଉପକରଣରେ କାମ କରୁଥିବାରୁ ଏପରି ଦୁର୍ଘଟଣା ଘଟିଥିବା କେତେଜଣ ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି।
ଅନ୍ୟପଟେ କମ୍ପାନୀ କର୍ତ୍ତୃପକ୍ଷ ଦୁର୍ଘଟଣା ସମ୍ପର୍କରେ ପୋଲିସକୁ ଅବଗତ କରାଇ ନ ଥିଲେ। ଏପରି କି ମୃତଦେହକୁ ପଲିଥିନରେ ବାନ୍ଧି ଧଳା କପଡ଼ା ଢାଙ୍କି ଏକ ଗାଡ଼ି (ନଂ. ଡବ୍ଲ୍ୟୁବି ୦୨ ଏଜି ୪୯୩୧)ରେ ପ୍ଲାଣ୍ଟରୁ କାମାକ୍ଷାନଗର ଆଡ଼କୁ ଧରି ପଳାଉଥିଲେ। ସୂଚନା ପାଇ ପୋଲିସ ରାସ୍ତାରେ ଗାଡ଼ି ଅଟକାଇ ମୃତଦେହ ଜବତ କରିଥିଲା। ଏହାପରେ ମୃତ ଶରୀରକୁ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ଗୋପୀନାଥଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ପୋଲିସ ନିଜ ଆଡୁ ଏକ ମାମଲା (ନଂ.୩୦/୨୦) ରୁଜୁ କରି ତଦନ୍ତ ଆରମ୍ଭ କରିଛି। କମ୍ପାନୀର କେତେଜଣ କର୍ମଚାରୀଙ୍କୁ ଅଟକ ରଖି ପଚରାଉଚୁରା କରାଯାଉଛି। ଥାନାଧିକାରୀ ସନ୍ତୋଷ କୁମାର ପ୍ରଧାନଙ୍କ ନେତୃତ୍ୱରେ ଦଦରାଘାଟି ଫାଣ୍ଡି ଅଧିକାରୀ ସମରଜିତ୍‌ ନାୟକ, ସରାଙ୍ଗ ଫାଣ୍ଡି ଅଧିକାରୀ ଦାମୋଦର ସାହୁ ସଦଳବଳ ପ୍ଲାଣ୍ଟରେ ତଦନ୍ତ କରିଛନ୍ତି। ଶୁକ୍ରବାର ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ତଦନ୍ତ କରିବା ପରେ ମୃତଦେହ ବ୍ୟବଚ୍ଛେଦ ହେବ ବୋଲି ଥାନାଧିକାରୀ ସୂଚନା ଦେଇଛନ୍ତି। ଅନ୍ୟପଟେ ଦୁର୍ଘଟଣା ସମ୍ପର୍କରେ କମ୍ପାନୀ ଅଧିକାରୀଙ୍କ ମତାମତ ମିଳିପାରିନାହିଁ। ତେବେ କମ୍ପାନୀର ପଦସ୍ଥ ଅଧିକାରୀଙ୍କ କହିବା ଅନୁଯାୟୀ ଅଧସ୍ତନ କର୍ମଚାରୀମାନେ ଶ୍ରମିକଙ୍କ ମୃତଦେହ ତାଙ୍କ ଗଁାକୁ ନେଉଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri