୫୦ ସରକାରୀ ଡିଗ୍ରୀ କଲେଜରେ ନାହାନ୍ତି ନିୟମିତ ଅଧ୍ୟକ୍ଷ

ଭୁବନେଶ୍ୱର, ୪ା୩(ବ୍ୟୁରୋ): ଓଡ଼ିଶାରେ ଉଚ୍ଚଶିକ୍ଷାକୁ ବିଶ୍ୱସ୍ତରୀୟ କରିବା ପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ଆପଣାଯାଉଛି। କିନ୍ତୁ ବାସ୍ତବଚିତ୍ର କିଛି ଅଲଗା ରହୁଛି। ରାଜ୍ୟ ସରକାରଙ୍କ ଦ୍ୱାରା ନିୟନ୍ତ୍ରିତ ଅଧିକାଂଶ କଲେଜରେ ନିୟମିତ ଅଧ୍ୟକ୍ଷ ନାହାନ୍ତି। ଏହା କଲେଜଗୁଡ଼ିକର ପ୍ରଶାସନିକ ପରିଚାଳନା ଓ ଶିକ୍ଷାଦାନ କ୍ଷେତ୍ରରେ ପ୍ରମୁଖ ସମସ୍ୟା ସୃଷ୍ଟି କରୁଛି। ସରକାରୀ ତଥ୍ୟ ଅନୁସାରେ, ଉଚ୍ଚଶିକ୍ଷା ବିଭାଗ ଅଧୀନରେ ୫୨ଟି ସରକାରୀ ଡିଗ୍ରୀ କଲେଜ ରହିଛି। ଏଥିମଧ୍ୟରୁ ୫୦ କଲେଜରେ ନିୟମିତ ଅଧ୍ୟକ୍ଷ ନାହାନ୍ତି। ଫଳରେ ଭାରପ୍ରାପ୍ତ ଅଧ୍ୟକ୍ଷଙ୍କ ଦ୍ୱାରା ଏହି କଲେଜଗୁଡ଼ିକ ପରିଚାଳିତ ହେଉଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଘଟଣା ହେଉଛି ରାଜ୍ୟରେ ଥିବା କୌଣସି ବି ପୂର୍ଣ୍ଣ ଅନୁଦାନପ୍ରାପ୍ତ ବେସରକାରୀ କଲେଜ ପାଇଁ ସ୍ଥାୟୀ ଅଧ୍ୟକ୍ଷ ପଦବୀ ଏଯାବତ୍‌ ମଞ୍ଜୁର କରାଯାଇନାହିଁ।
ରାଜ୍ୟରେ ୩୫ଟି ସ୍ବୟଂଶାସିତ କଲେଜ ରହିଛି। ସେଥିରୁ ୧୮ଟି ସରକାରୀ କଲେଜ ରହିଛି। ଏହି ସରକାରୀ ସ୍ବୟଂଶାସିତ କଲେଜଗୁଡ଼ିକ ମଧ୍ୟରୁ କେତେକକୁ ବିଶ୍ୱବିଦ୍ୟାଳୟର ମାନ୍ୟତା ଦିଆଯାଇଥିଲେ ମଧ୍ୟ ତାହା ସାଧାରଣ କଲେଜ ଭଳି ପରିଚାଳିତ ହେଉଛି। ନିୟମିତ ଅଧ୍ୟକ୍ଷ ନ ଥିବା, ପର୍ଯ୍ୟାପ୍ତ ସଂଖ୍ୟକ ଶିକ୍ଷକ ଓ ଅଣଶିକ୍ଷକ ପଦବୀ ବର୍ଷ ବର୍ଷ ଧରି ଖାଲି ପଡ଼ିବା ଏବଂ ବହୁ କ୍ଷେତ୍ରରେ ଭିତ୍ତିଭୂମିର ଅଭାବ ଯୋଗୁ କେତେକ କଲେଜର ସ୍ବୟଂଶାସିତ ମର୍ଯ୍ୟାଦା ମଧ୍ୟ କ୍ଷୁଣ୍ଣ ହୋଇଛି। ସେହିପରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ଯୁକ୍ତ୨ କଲେଜଗୁଡ଼ିକ ପାଇଁ ମଧ୍ୟ ସରକାର ନିୟମିତ ଅଧ୍ୟକ୍ଷ ପଦବୀ ସୃଷ୍ଟି କରିନାହାନ୍ତି। ରାଜ୍ୟର ଉଭୟ ସରକାରୀ ଓ ଅନୁଦାନପ୍ରାପ୍ତ ଯୁକ୍ତ୨ ଶିକ୍ଷାନୁଷ୍ଠାନଗୁଡ଼ିକ ମଧ୍ୟ ଭାରପ୍ରାପ୍ତ ଅଧ୍ୟକ୍ଷଙ୍କ ଦ୍ୱାରା ଚାଲିଛି।
ଅନ୍ୟପକ୍ଷରେ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ଅଧ୍ୟକ୍ଷ, ଶିକ୍ଷକ ଓ ଅଣଶିକ୍ଷକ ପଦବୀ ବହୁ ସଂଖ୍ୟାରେ ଖାଲିପଡିଥିବା ନେଇ ସ୍ବୀକାର କରିଛନ୍ତି। ପ୍ରଚଳିତ ସରକାରୀ ନିୟମ ଅନୁଯାୟୀ ଯୋଗ୍ୟ ପ୍ରାର୍ଥୀ ତାଲିକା ପ୍ରସ୍ତୁତ ଲାଗି ସରକାରଙ୍କ ପକ୍ଷରୁ ଲୋକସେବା ଆୟୋଗ ଓ ସିଲେକ୍ସନ୍‌ ବୋର୍ଡକୁ ଅନୁରୋଧ କରାଯାଇଛି। ସେଠାରୁ ଯୋଗ୍ୟ ପ୍ରାର୍ଥୀଙ୍କ ତାଲିକା ମିଳିବା ପରେ ଏହି ପଦବୀ ପୂରଣ ହେବ ବୋଲି ବିଭାଗ ପକ୍ଷରୁ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ: ସମୁଦ୍ର ପଥ ଦେଇ ମହାକାଳପଡ଼ା ବ୍ଲକ୍‌କୁ…

ମହାକାଳପଡ଼ା,୩୦ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): ପଶ୍ଚିମବଙ୍ଗର ନୂତନ ସରକାର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ଫଳରେ ଦୀର୍ଘ…

ବିରଳ ଅସ୍ତ୍ରୋପଚାର: ୭ ମାସ ଶିଶୁ ଗିଳିଥିଲା କ୍ଲଚର, ତଣ୍ଟିରୁ ବାହାରକଲେ…

କୋରାପୁଟ,୩୦ା୫(ଅମିତାଭ ବେହେରା):କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଜଣେ ୭ ମାସର ଶିଶୁଙ୍କ ଅସ୍ତ୍ରୋପଚାର କରାଯାଇ ତାଙ୍କ ତଣ୍ଟିରୁ ଏକ ମୁଣ୍ଡ କ୍ଲିପ୍‌…

ବରଗଡ଼ରେ ଆରମ୍ଭ ହେଲା SIR କାର୍ଯ୍ୟକ୍ରମ, ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟରେ…

ବରଗଡ଼,୩୦ା୫(ପ୍ରେମାନନ୍ଦ ଖମାରୀ): ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଓଡ଼ିଶାର ସମସ୍ତ ଯୋଗ୍ୟ ଭୋଟରଙ୍କ ନାମକୁ ଭୋଟର ତାଲିକାରେ ସାମିଲ କରିବା ଏବଂ ଅଯୋଗ୍ୟ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ…

କାଳବୈଶାଖୀରେ ଚଉମୁହାଣି ଫେରିଘାଟ ଦିଗହରା: ଚାଳକଙ୍କ ସାହସିକତା ଯୋଗୁ ଯାତ୍ରୀ…

ମହାକାଳପଡ଼ା,୩୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବରକନ୍ଧା ପଞ୍ଚାୟତ ସଂଲଗ୍ନ ମହାନଦୀ ଅପର ପାର୍ଶ୍ୱରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ଝଡ଼ ପଶ୍ଚିମ ଉତ୍ତର…

ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକୁ ଜିଲା ପ୍ରଶାସନର ଗୁରୁତ୍ୱ, ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ବିତ କରିବା ନେଇ ବିଡିଓଙ୍କୁ…

ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): ମଧ୍ୟପ୍ରାଚୀ ଯୁଦ୍ଧ ପାଇଁ ଦେଶରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀର ଘୋର ଅଭାବ ଦେଖାଯାଇଛି। ଏହି ସଙ୍କଟ ଆଗକୁ…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

ଆଜି ସାରା ରାଜ୍ୟରେ ବର୍ଷିବ: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୩୦ା୫(ବନ୍ଦନା ସେଠୀ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍‌ ରହିଛି। ଆସନ୍ତା ୬ଦିନ ଅର୍ଥାତ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି…

ଭିଡ଼ ନିୟନ୍ତ୍ରଣ ପାଇଁ ବିଭିନ୍ନ ଟ୍ରେନ୍‌ରେ ଅସ୍ଥାୟୀ ଭାବେ କୋଚ୍‌ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର, ୩୦।୫ (ବନ୍ଦନା ସେଠୀ): ଯାତ୍ରୀମାନଙ୍କୁ ଆରାମଦାୟକ ଭ୍ରମଣ ସୁବିଧା ଯୋଗାଇଦେବା ଏବଂ ବଢୁଥିବା ଯାତ୍ରୀ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରେଳପଥ ପକ୍ଷରୁ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri