୫୦୦ ଟଙ୍କା ପାଇଁ ଭୁଲିଗଲେ ସାମାଜିକ ଦୂରତା

ଯାଜପୁର ଅଫିସ,୧୫ା୪: ଯାଜପୁର ଜିଲାରେ ୨ଜଣ କରୋନା ରୋଗୀ ଚିହ୍ନଟ ହୋଇସାରିଲେଣି। ଜଣେ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ମଙ୍ଗଳବାରଠାରୁ ଆଉ ଜଣେ କରୋନା ରୋଗୀ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି। କରୋନା ଭୂତାଣୁ ଯେପରି ଅଧିକ ସଂକ୍ରମଣ ନ ହେବ ସେଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଇଛି। ତଥାପି ଜିଲାର ପ୍ରାୟ ୨୦ ପ୍ରତିଶତ ଲୋକେ ଏହାକୁ ହାଲୁକାଭାବେ ଗ୍ରହଣ କରୁଥିବା ଦେଖିବାକୁ ମିଳିଛି। ଯାଜପୁରରୋଡ ସହରର ବିଭିନ୍ନ ବ୍ୟାଙ୍କରେ ବୁଧବାର ମଧ୍ୟାହ୍ନରେ ମୁଣ୍ଡଫଟା ଖରା ସତ୍ତ୍ୱେ ମହିଳାମାନେ ଜନଧନ ଆକାଉଣ୍ଟରୁ ୫୦୦ ଟଙ୍କା ଉଠାଇବା ପାଇଁ ଲମ୍ବା ଧାଡି ଲଗାଇଥିଲେ। ମାତ୍ର ଏହି ସମୟରେ ସାମାଜିକ ଦୂରତାକୁ କେହି ମାନୁ ନ ଥିବା ଦେଖାଯାଇଥିଲା। ଫଳରେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଅସହଯୋଗ ଜିଲାବାସୀଙ୍କୁ କାଳ ହୋଇପାରେ ବୋଲି ମତପ୍ରକାଶ ପାଇଛି।
ପ୍ରଥମ ପର୍ଯ୍ୟାୟ ଲକଡାଉନ ସମୟରେ କଟକଣା ପାଳନରେ ଅସହଯୋଗ କରିଥିବା ବ୍ୟକ୍ତିଙ୍କ ବିରୋଧରେ ଧାରା ୧୮୮ (ଲୋକ ସେବକଙ୍କ ଦ୍ୱାରା ଜାରି ଆଦେଶର ଅମାନ୍ୟ), ଧାରା ୨୬୯ (ଜୀବନ ପ୍ରତି ବିପଦପୂର୍ଣ୍ଣ ରୋଗ ସଂକ୍ରମଣ ସମ୍ଭାବନା ସୃଷ୍ଟି କରୁଥିବା ଅବହେଳାତ୍ମକ କାର୍ଯ୍ୟ), ଧାରା ୨୭୦ (ଜୀବନ ପ୍ରତି ବିପଦପୂର୍ଣ୍ଣ ରୋଗ ସଂକ୍ରମଣ ସମ୍ଭାବନାକାରକ କାର୍ଯ୍ୟ) ଓ ଧାରା ୨୭୧ (ନିରୋଧ ନିୟମ ଅମାନ୍ୟ)ରେ ମାମଲା ରୁଜୁ କରିବାକୁ ଜିଲାପାଳ ରଞ୍ଜନ କୁମାର ଦାସ ପୋଲିସକୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ବିଭିନ୍ନ ହାଟ ବଜାରରେ ଲୋକଙ୍କ ଗହଳି ଦେଖିବାକୁ ମିଳିଛି। ଗତ ୨ ତାରିଖରୁ ପ୍ରଧାନମନ୍ତ୍ରୀ ମହିଳାଙ୍କ ଜନଧନ ଆକାଉଣ୍ଟରେ ୫୦୦ ଟଙ୍କା ଲେଖାଏଁ ପ୍ରଦାନ କରିଛନ୍ତି। ଏହି ଟଙ୍କା ଉଠାଇବାକୁ ଏବେ ପ୍ରତ୍ୟେକ ବ୍ୟାଙ୍କରେ ମହିଳାଙ୍କ ଲମ୍ବାଧାଡ଼ି ଦେଖିବାକୁ ମିଳିଛି। ବ୍ୟାଙ୍କ କର୍ତ୍ତୃପକ୍ଷ ସାମାଜିକ ଦୂରତା ରକ୍ଷା କରିବାକୁ କୌଣସି ପଦକ୍ଷେପ ଗ୍ରହଣ କରି ନାହାନ୍ତି। କରୋନା କଟକଣାରେ ବ୍ୟତିକ୍ରମ ହେଲେ ଆଇନ ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ସତର୍କ କରାଇ ଦେଇଛନ୍ତି। ଏହାସତ୍ତ୍ୱେ ଅନେକ କ୍ଷେତ୍ରରେ କିଛି ଲୋକଙ୍କ ଅସାବଧାନତା ଯୋଗୁ ସମସ୍ତ ଜିଲାବାସୀଙ୍କ ପ୍ରତି ବିପଦ ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଏ ସମ୍ପର୍କରେ କଳିଙ୍ଗନଗର ଅତିରିକ୍ତ ଜିଲାପାଳ ସନ୍ତୋଷ ମିଶ୍ରଙ୍କୁ ପଚାରିବାରେ, ଗ୍ରାହକ କିପରି ସାମାଜିକ ଦୂରତା ବଜାୟ ରଖିବେ ସେ ନେଇ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କୁ ସୂଚନା ଦିଆଯିବ। ଏଥିସହ ଲୋକଙ୍କୁ ମଧ୍ୟ ସଚେତନ କରାଯିବ। ତଥାପି ଯଦି ଲୋକ ନ ମାନନ୍ତି ତେବେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri