୫୦୦ ଟଙ୍କା ପାଇଁ ଭୁଲିଗଲେ ସାମାଜିକ ଦୂରତା

ଯାଜପୁର ଅଫିସ,୧୫ା୪: ଯାଜପୁର ଜିଲାରେ ୨ଜଣ କରୋନା ରୋଗୀ ଚିହ୍ନଟ ହୋଇସାରିଲେଣି। ଜଣେ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ମଙ୍ଗଳବାରଠାରୁ ଆଉ ଜଣେ କରୋନା ରୋଗୀ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି। କରୋନା ଭୂତାଣୁ ଯେପରି ଅଧିକ ସଂକ୍ରମଣ ନ ହେବ ସେଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଇଛି। ତଥାପି ଜିଲାର ପ୍ରାୟ ୨୦ ପ୍ରତିଶତ ଲୋକେ ଏହାକୁ ହାଲୁକାଭାବେ ଗ୍ରହଣ କରୁଥିବା ଦେଖିବାକୁ ମିଳିଛି। ଯାଜପୁରରୋଡ ସହରର ବିଭିନ୍ନ ବ୍ୟାଙ୍କରେ ବୁଧବାର ମଧ୍ୟାହ୍ନରେ ମୁଣ୍ଡଫଟା ଖରା ସତ୍ତ୍ୱେ ମହିଳାମାନେ ଜନଧନ ଆକାଉଣ୍ଟରୁ ୫୦୦ ଟଙ୍କା ଉଠାଇବା ପାଇଁ ଲମ୍ବା ଧାଡି ଲଗାଇଥିଲେ। ମାତ୍ର ଏହି ସମୟରେ ସାମାଜିକ ଦୂରତାକୁ କେହି ମାନୁ ନ ଥିବା ଦେଖାଯାଇଥିଲା। ଫଳରେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଅସହଯୋଗ ଜିଲାବାସୀଙ୍କୁ କାଳ ହୋଇପାରେ ବୋଲି ମତପ୍ରକାଶ ପାଇଛି।
ପ୍ରଥମ ପର୍ଯ୍ୟାୟ ଲକଡାଉନ ସମୟରେ କଟକଣା ପାଳନରେ ଅସହଯୋଗ କରିଥିବା ବ୍ୟକ୍ତିଙ୍କ ବିରୋଧରେ ଧାରା ୧୮୮ (ଲୋକ ସେବକଙ୍କ ଦ୍ୱାରା ଜାରି ଆଦେଶର ଅମାନ୍ୟ), ଧାରା ୨୬୯ (ଜୀବନ ପ୍ରତି ବିପଦପୂର୍ଣ୍ଣ ରୋଗ ସଂକ୍ରମଣ ସମ୍ଭାବନା ସୃଷ୍ଟି କରୁଥିବା ଅବହେଳାତ୍ମକ କାର୍ଯ୍ୟ), ଧାରା ୨୭୦ (ଜୀବନ ପ୍ରତି ବିପଦପୂର୍ଣ୍ଣ ରୋଗ ସଂକ୍ରମଣ ସମ୍ଭାବନାକାରକ କାର୍ଯ୍ୟ) ଓ ଧାରା ୨୭୧ (ନିରୋଧ ନିୟମ ଅମାନ୍ୟ)ରେ ମାମଲା ରୁଜୁ କରିବାକୁ ଜିଲାପାଳ ରଞ୍ଜନ କୁମାର ଦାସ ପୋଲିସକୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ବିଭିନ୍ନ ହାଟ ବଜାରରେ ଲୋକଙ୍କ ଗହଳି ଦେଖିବାକୁ ମିଳିଛି। ଗତ ୨ ତାରିଖରୁ ପ୍ରଧାନମନ୍ତ୍ରୀ ମହିଳାଙ୍କ ଜନଧନ ଆକାଉଣ୍ଟରେ ୫୦୦ ଟଙ୍କା ଲେଖାଏଁ ପ୍ରଦାନ କରିଛନ୍ତି। ଏହି ଟଙ୍କା ଉଠାଇବାକୁ ଏବେ ପ୍ରତ୍ୟେକ ବ୍ୟାଙ୍କରେ ମହିଳାଙ୍କ ଲମ୍ବାଧାଡ଼ି ଦେଖିବାକୁ ମିଳିଛି। ବ୍ୟାଙ୍କ କର୍ତ୍ତୃପକ୍ଷ ସାମାଜିକ ଦୂରତା ରକ୍ଷା କରିବାକୁ କୌଣସି ପଦକ୍ଷେପ ଗ୍ରହଣ କରି ନାହାନ୍ତି। କରୋନା କଟକଣାରେ ବ୍ୟତିକ୍ରମ ହେଲେ ଆଇନ ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ସତର୍କ କରାଇ ଦେଇଛନ୍ତି। ଏହାସତ୍ତ୍ୱେ ଅନେକ କ୍ଷେତ୍ରରେ କିଛି ଲୋକଙ୍କ ଅସାବଧାନତା ଯୋଗୁ ସମସ୍ତ ଜିଲାବାସୀଙ୍କ ପ୍ରତି ବିପଦ ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଏ ସମ୍ପର୍କରେ କଳିଙ୍ଗନଗର ଅତିରିକ୍ତ ଜିଲାପାଳ ସନ୍ତୋଷ ମିଶ୍ରଙ୍କୁ ପଚାରିବାରେ, ଗ୍ରାହକ କିପରି ସାମାଜିକ ଦୂରତା ବଜାୟ ରଖିବେ ସେ ନେଇ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କୁ ସୂଚନା ଦିଆଯିବ। ଏଥିସହ ଲୋକଙ୍କୁ ମଧ୍ୟ ସଚେତନ କରାଯିବ। ତଥାପି ଯଦି ଲୋକ ନ ମାନନ୍ତି ତେବେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?