Posted inଜାତୀୟ

୫୦୦ ଫୁଟ ତଳକୁ ଖସିଲା ବସ୍‌:୨୫ ଯାତ୍ରୀ ମୃତ, ୩୫ ଆହତ

ଶିମ୍‌ଲା,୨୧।୬:ହିମାଚଳ ପ୍ରଦେଶର କୁଲ୍ଲୁ ଜିଲାରେ ଏକ ଘରୋଇ ବସ୍‌ ୫୦୦ ଫୁଟ ତଳକୁ ଖସିପଡ଼ିବାରୁ ଏଥିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୨୫ଜଣଙ୍କ ପ୍ରାଣହାନି ଘଟିଛି। ଅନ୍ୟ ୩୫ ଜଣ ଆହତ ହୋଇ ନିକଟସ୍ଥ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ବସ୍‌ରେ ପାଖାପାଖି ୬୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଥିଲେ। ବଞ୍ଜାରା ସହରରୁ ଗଡ଼ଗୁସାନି ଅଞ୍ଚଳକୁ ଯାଉଥିବା ଏହି ବସ୍‌ଟି ପାର୍ବତ୍ୟାଞ୍ଚଳରେ ଭାରସାମ୍ୟ ହରାଇ ଏକ ଖାତରେ ଖସି ପଡ଼ିଥିଲା। ଏବେ ଉଦ୍ଧାର କାର୍ଯ୍ୟ ଚାଲିଥିବାବେଳେ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। କୁଲ୍ଲୁ ଏସ୍‌ପି ଶାଳିନୀ ଅଗ୍ନିହୋତ୍ରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଆବଶ୍ୟକଠାରୁ ଅଧିକ ଯାତ୍ରୀ ବସ୍‌ରେ ଯାତ୍ରା କରିବା ଓ ବୁଲାଣି ରାସ୍ତାରେ ଡ୍ରାଇଭରଙ୍କ ଅସାବଧାନତା ଯୋଗୁ ଏଭଳି ଦୁର୍ଘଟଣା ହୋଇଥିବା ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

ମାଣତ୍ରୀ ଏସ୍‌ଏସ୍‌ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍‌ଏସ୍‌ଡି) ବାଳିକା ହାଇସ୍କୁଲ…

Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…

ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ…

ବିଜେଡିକୁ ସାଲୁଜାଙ୍କ କଟାକ୍ଷ : ଦିଲ୍ଲୀରୁ ଆସିଲା ଫୋନ୍‌ ଡରିଗଲେ …

ଭୁବନେଶ୍ୱର,୭।୧୦ : ବିଜେଡିର ଆଭିମୁଖ୍ୟକୁ ନେଇ କଟାକ୍ଷ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା। ବିଜେଡିକୁ ‘ଦିଗହରା ପାର୍ଟି’ ବୋଲି ଆକ୍ଷେପ କରିବା ସହ…

ବନ୍ୟପ୍ରାଣୀଙ୍କ ସୁରକ୍ଷା ନେଇ ସଚେତନ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମ ନୋଡାଲ ହାଇସ୍କୁଲ ପରିସରରେ ବନ୍ୟପ୍ରାଣୀ ସପ୍ତାହ ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।…

କୋହଲିଙ୍କୁ କ୍ଷତି, ମାଲାମାଲ ହେଲେ ଗିଲ୍‌: ଆଗକୁ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୭।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦିନିକିଆ ସିରିଜ ଶେଷ ହେବା ପରେ ଆଇସିସି ପକ୍ଷରୁ ନୂଆ ଦିନିକିଆ ରାଙ୍କିଙ୍ଗ ଜାରି କରାଯାଇଛି। ଏହି ରାଙ୍କିଙ୍ଗରେ ଭାରତୀୟ…

ଗାଧୋଇବାକୁ ଯାଇଥିଲେ, ଆଉ ଫେରିଲେନି: ପୋଖରୀରେ ବୁଡ଼ି ୨ ନାବାଳିକା…

କଲ୍ୟାଣସିଂହପୁର, ୭/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପୂଜାରୀଗୁଡ଼ା ପଞ୍ଚାୟତର ବଡ଼ନାୟକଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶାନ୍ତିନଗର ପୋଖରୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?