୫୨ ଲକ୍ଷ ଟଙ୍କା ଦାନ କଲେ ରାଇନା

ନୂଆଦିଲ୍ଲୀ, ୨୯।୩(ପି.ଟି.)- କରୋନା ଭାଇରସକୁ ରୋକିବା ଲାଗି ଦେଶରେ ଆରମ୍ଭ ହୋଇଥିବା ଲଢ଼େଇ ପାଇଁ ଭାରତୀୟ କ୍ରିକେଟର ସୁରେଶ ରାଇନା ୫୨ ଲକ୍ଷ ଟଙ୍କା ଦାନ କରିଛନ୍ତି। ଏଭଳି ସ୍ବାସ୍ଥ୍ୟ ସଙ୍କଟ ସମୟରେ ଅନ୍ୟମାନେ ମଧ୍ୟ ସହାୟତାର ହାତ ବଢ଼ାଇବା ଉଚିତ ବୋଲି ସେ କହିଛନ୍ତି। ଭାରତୀୟ କ୍ରିକେଟରଙ୍କ ମଧ୍ୟରେ ରାଇନାଙ୍କ ଅବଦାନ ସର୍ବାଧିକ। “କରୋନାରୁ ମୁକ୍ତି ପାଇଁ ଆମେ ସମସ୍ତେ ସହଯୋଗ କରିବା ଆବଶ୍ୟକ। କରୋନା ବିପକ୍ଷରେ ଲଢ଼େଇ ପାଇଁ ମୁଁ ୫୨ ଲକ୍ଷ ଟଙ୍କା ଦାନ କରୁଛି। ଏଥିରୁ ୩୧ ଲକ୍ଷ ପ୍ରଧାନମନ୍ତ୍ରୀଙ୍କ ପାଣ୍ଠିକୁ ଏବଂ ୨୧ ଲକ୍ଷ ଟଙ୍କା ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିପର୍ଯ୍ୟୟ ରିଲିଫ ପାଣ୍ଠିକୁ ଯିବ। ଆପଣମାନେ ମଧ୍ୟ ନିଜ କର୍ତ୍ତବ୍ୟ ସମ୍ପାଦନ କରନ୍ତୁ” ବୋଲି ରାଇନା ଶନିବାର ଟୁଇଟ କରିଛନ୍ତି। ୩୩ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ ରାଇନା ୨୦୦୫ରୁ ୨୦୧୮ ମଧ୍ୟରେ ଭାରତ ପାଇଁ ୧୮ ଟେଷ୍ଟ, ୨୨୬ ଦିନିକିଆ ଓ ୭୮ଟି ଟି୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି। ଇଣ୍ଡିଆନ ସୁପରଲିଗ୍‌ରେ ସେ ଚେନ୍ନାଇ ସୁପରକିଙ୍ଗ୍ସ ପକ୍ଷରୁ ପ୍ରତିନିଧିତ୍ୱ କରୁଛନ୍ତି। କ୍ରିକେଟ ଆଇକନ ସଚିନ ତେନ୍ଦୁଲକର ଶୁକ୍ରବାର ଏଥିପାଇଁ ୫୦ ଲକ୍ଷ ଟଙ୍କା ଦାନ କରିଥିଲେ। ଭାଇରସ ସଂକ୍ରମଣରେ ଭାରତରେ ୨୧ଜଣ ଏବଂ ବିଶ୍ୱରେ ୨୮,୦୦୦ରୁ ଊର୍ଦ୍ଧ୍ୱ ମୃତ୍ୟୁବରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri