୫୨ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୭ା୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୨, ୩୪୦ରେ ପହଞ୍ଚିଛି। ପ୍ରାଣ ହରାଇଲେଣି ୧,୭୬୮ ଲୋକ। ବିଭିନ୍ନ ରାଜ୍ୟରେ ସଂକ୍ରମଣ ସ୍ଥିତି କ୍ରମଶଃ ଜଟିଳ ହେବାରେ ଲାଗିଛି। ସବୁଠାରୁ ବଡ଼କଥା ହେଲା ଗତ ୨୪ ଘଣ୍ଟା ମଧ୍ୟରେ ୨,୯୩୪ ନୂଆ ମାମଲା ସାମ୍ନାକୁ ଆସିବା ସହ ୭୫ ଜଣଙ୍କ ମୃତ୍ୟୁ ଘଟିଛି। କ୍ରମବର୍ଦ୍ଧିଷ୍ଣୁ ରୋଗୀସଂଖ୍ୟା ପରିସ୍ଥିତିକୁ ଜଟିଳ କରିପକାଉଛି। ମହାରାଷ୍ଟ୍ରରେ ସଂକ୍ରମିତଙ୍କ ସଂଖ୍ୟା ବୁଧବାର ସୁଦ୍ଧା ୧୬,୭୬୦ରେ ପହଞ୍ଚିଛି। ଅନେକ ସ୍ଥାନରେ ହଟ୍‌ସ୍ପଟ୍‌ ଚିହ୍ନଟ କରାଯାଇଛି। କେବଳ ବୁଧବାର ଏହି ରାଜ୍ୟରେ ୧,୨୩୪ ନୂଆ ମାମଲା ନଜରକୁ ଆସିଛି। ମହାରାଷ୍ଟ୍ରରେ ମୋଟ ୬୫୧ ବ୍ୟକ୍ତି ପ୍ରାଣ ହରାଇଲେଣି। ଗୁଜରାଟ ଦ୍ୱିତୀୟ ରାଜ୍ୟ ଭାବେ ସଂକ୍ରମିତ ତାଲିକାରେ ରହିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୬,୬୨୫ରେ ପହଞ୍ଚିଥିବା ବେଳେ ୩୯୬ ଜଣ ପ୍ରାଣ ହରାଇଲେଣି। ସେହିଭଳି ରାଜଧାନୀ ଦିଲ୍ଲୀରେ ୫,୦୦୪ ବ୍ୟକ୍ତି ଆକ୍ରାନ୍ତ ରହିଥିବା ବେଳେ ୬୫ ଜଣ ପ୍ରାଣ ହରାଇଥିବା ଜଣାପଡ଼ିଛି। ତାମିଲନାଡ଼ୁରେ ୪,୮୨୯ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୩୫କୁ ବଢ଼ିଛି। ମଧ୍ୟପ୍ରଦେଶରେ ୧୭୬ ଜଣଙ୍କ ଜୀବନ ଯାଇଥିବା ବେଳେ ୩,୧୩୭ ବ୍ୟକ୍ତି କରୋନା ଆକ୍ରାନ୍ତ ହୋଇଛନ୍ତି। ଉତ୍ତରପ୍ରଦେଶ ଓ ରାଜସ୍ଥାନରେ ମଧ୍ୟ ସଂକ୍ରମିତଙ୍କ ତାଲିକା ଲମ୍ବି ଲମ୍ବି ଚାଲିଛି। ଏହି ଦୁଇ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ଯଥାକ୍ରମେ ୨,୮୮୦ ଓ ୩,୨୪୦କୁ ବୃଦ୍ଧିପାଇଛି। ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ସଂଖ୍ୟା ଏଠାରେ ଯଥାକ୍ରମେ ୫୬ ଓ ୯୦।
ଅନ୍ୟ ରାଜ୍ୟଗୁଡ଼ିକ ମଧ୍ୟରେ ଆନ୍ଧ୍ରପ୍ରଦେଶରେ ୧,୭୭୭ ଭୂତାଣୁ ଆକ୍ରାନ୍ତ ରହିଥିବା ବେଳେ ୩୬ ଜଣ ଜୀବନ ହରାଇଛନ୍ତି। ସେହିଭଳି ପଶ୍ଚିମବଙ୍ଗରେ ୧,୪୫୬ ଆକ୍ରାନ୍ତ ରହଥିବା ବେଳେ ୧୪୪ ବ୍ୟକ୍ତି ମୃତ୍ୟୁମୁଖରେ ପଡ଼ିଛନ୍ତି। ପଞ୍ଜାବରେ ୨୭, ତେଲଙ୍ଗାନାରେ ୨୯, କର୍ନାଟକରେ ୨୯ ଜୀବନ ଯାଇଛି। ଯଦିଓ ପ୍ରାୟ ୧୫ ହଜାର ସଂକ୍ରମିତ ସୁସ୍ଥହୋଇ ଘରକୁ ଫେରିଛନ୍ତି, ତଥାପି ଉଗ୍ର ସଂକ୍ରମଣ ସ୍ଥିତି ଏବେ ଭାରତ ଲାଗି ବିପଦ ଆଣିଦେଇଛି। ପ୍ରବାସୀଙ୍କ ପ୍ରତ୍ୟାବର୍ତ୍ତନ ଦୁର୍ଦ୍ଦଶା ବଢ଼ାଇବାର ଆଶଙ୍କା କରାଯାଉଛି। ଏହି ମହାମାରୀରୁ ବର୍ତ୍ତିବା ଲାଗି କେବଳ ସାମାଜିକ ଦୂରତ୍ୱ ରକ୍ଷା ଉପରେ ଗୁରୁତ୍ୱ ଦିଆଯାଉଛି। ଯଦି ଏହାକୁ ଅଣଦେଖା କରାଯାଏ, ତେବେ ପାଶ୍ଚାତ୍ୟ ଦେଶ ଭଳି ପରିଣାମ ଭୋଗକରିବା ହିଁ ସାର ହେବ।


Enter your email to get our daily news in your inbox.

All Right Reserved By Dharitri.Com

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri