୫୨୦ ଜାତୀୟ ରାଜପଥ ଟ୍ରାଫିକ୍‌ ଜାମ୍‌ରେ ଫସିଲା ଆମ୍ବୁଲାନ୍ସ, ଯନ୍ତ୍ରଣାରେ ଛଟପଟ ହେଲେ ଗର୍ଭବତୀ

ଯୋଡ଼ା,୧।୧୦ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ସହର ଦେଇ ଯାଇଥିବା ୫୨୦ ନଂ ଜାତୀୟ ରାଜପଥର ଲହଣ୍ଡାଠାରେ ମଙ୍ଗଳବାର ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଉକ୍ତ ରାସ୍ତାରେ ପ୍ରବଳ ଟ୍ରାଫିକ୍‌ ଜାମ ହୋଇଥିବାରୁ ଏକ ଆମ୍ବୁଲାନ୍ସ ଫସିଯାଇଥିଲା। ଫଳରେ ସେଥିରେ ଥିବା ଗର୍ଭବତୀ ମହିଳା ଯନ୍ତ୍ରଣାରେ ଛଟପଟ ହେଉଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ବଡବିଲ ଅଞ୍ଚଳର ଜଣେ ଗର୍ଭବତୀ ମହିଳା ଓ ତାଙ୍କ ମା’ ୧୦୮ ଆମ୍ବୁଲାନ୍ସ ଯୋଗେ ବାସୁଦେବପୁର ଡାକ୍ତରଖାନାକୁ ଯାଉଥିଲେ। ଦିନ ପ୍ରାୟ ୨ଟା ସମୟରେ ଲହଣ୍ଡାଠାରେ ପ୍ରବଳ ଟ୍ରାଫିକ ଜାମ୍‌ ରେ ଆମ୍ବୁଲାନ୍ସଟି ଫସିଯାଇଥିଲା। ଦୀର୍ଘ ପ୍ରାୟ ୧ ଘଣ୍ଟା ଧରି ସେଠାରେ ଅଟକି ରହିବା ପରେ ସ୍ଥାନୀୟ ଲୋକେ ଉକ୍ତ ଆମ୍ବୁଲାନ୍ସଟିକୁ ଟ୍ରାଫିକ ଜାମରୁ ବାହାର କରିବାକୁ ଚେଷ୍ଟା କରିଥିଲେ। ହେଲେ ଡାକ୍ତରଖାନା ଅଭିମୁଖେ ଯିବା ପାଇଁ ଅନ୍ୟ କୌଣସି ରାସ୍ତା ନ ଥିଲା। ଗର୍ଭବତୀ ମହିଳାଙ୍କ ମା’ ଏଣେ ତେଣେ ଫୋନ କରୁଥିବା ଦେଖିବାକୁ ମିଳିଥିଲା। ଅପରପକ୍ଷେ ଆମ୍ବୁଲାନ୍ସ ଭିତରେ ଗର୍ଭବତୀ ମହିଳା ଜଣଙ୍କ ଯନ୍ତ୍ରଣାରେ ଛଟପଟ ହୋଇ ଚିକତ୍ାର କରୁଥିବା ସ୍ଥାନୀୟ ଲୋକେ ଦେଖି ଟ୍ରାଫିକ ଜାମ୍‌କୁ ହଟାଇବାକୁ ଉଦ୍ୟମ କରିଥିଲେ ହେଁ ବିଫଳ ହୋଇଥିଲେ। ତେବେ ରାସ୍ତାର ଦୁଇ ପାର୍ଶ୍ୱରେ ଲମ୍ବା ଲାଇନରେ ଟ୍ରକ୍‌, ଡମ୍ପର, ଛୋଟ ବଡ ଯାନବାହାନ ଧୀରେ ଧୀରେ ଚାଲୁଥିବାର ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା। ତେବେ ଆମ୍ବୁଲାନ୍ସଟି ଅପରାହ୍ନ ସାଢେ ୩ ଟା ପର୍ଯ୍ୟନ୍ତ ଡାକ୍ତରଖାନାରେ ପହଞ୍ଚି ନ ଥିବା ବାସୁଦେବପୁର ଡାକ୍ତରଖାନାର ଡାକ୍ତର ଫକୀର ମୋହନ ନାଏକଙ୍କଠାରୁ ସୂଚନା ମିଳିଥିଲା।
ପ୍ରକାଶଯୋଗ୍ୟ, ଉକ୍ତ ରାସ୍ତାରେ ପୂର୍ବରୁ ଅନେକ ସମୟରେ ଏହି ଟ୍ରାଫିକ ଜାମ୍‌ ହେତୁ ଆମ୍ବୁଲାନ୍ସ, ସ୍କୁଲ ବସ୍‌ , ଯାତ୍ରୀବାହୀ ବସ୍‌, କମାଣ୍ଡର ଅଟୋ, ବିଭିନ୍ନ ଜରୁରୀକାଳୀନ ସେବା ଯୋଗାଉଥିବା ଗାଡିଗୁଡିକ ଫସି ରହୁଥିବାରୁ ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ଏହାର ସମାଧାନ ପାଇଁ ବୈଠକ ପରେ ବୈଠକ କରାଯାଉଥିଲେ ହେଁ କିଛି ଦିନରେ ଟ୍ରାଫିକ ସମସ୍ୟାରେ ସୁଧାର ଆସିବା ପରେ ପୁଣି ଥରେ ପୂର୍ବଭଳି ସମସ୍ୟା ଦେଖିବାକୁ ମିଳୁଛି ା ଏହାର ସ୍ଥାୟୀ ସମାଧାନ ପାଇଁ ପ୍ରଶାସନ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri