୫୪ ଗ୍ରାମ ବ୍ରାଉନସୁଗାର ଜବତ, ୨ ଗିରଫ

ଭୁବନେଶ୍ୱର,୨୧।୨(ବ୍ୟୁରେ)- ରାଜଧାନୀରେ ବ୍ରାଉନସୁଗାର କାରବାରରେ ରୋକ ଲଗାଇବା ନେଇ କମିଶନରେଟ ପୋଲିସର ସ୍ପେଶାଲ ଡ୍ରାଇଭ ଜାରି ରହିଛି। ବୁଧବାର କମିଶନରେଟ ପୋଲିସର ଡ୍ରଗ ଟାକ୍ସ ଫୋର୍ସ (ଡିଟିଏଫ୍‌) ଏବଂ ତମାଣ୍ଡୋ ପୋଲିସ ମିଳିତ ଭାବେ କଳିଙ୍ଗ ନଗରରେ ଚଢ଼ାଉ କରି ବ୍ରାଉନସୁଗାର ବେପାରରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ତମାଣ୍ଡୋସ୍ଥିତ ଟାଙ୍ଗୀ ସାହି ଅଞ୍ଚଳର ଦୀପକ କୁମାର ବଳ ଓରଫ ହାପି ଓ ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳର ଦୀପକ ନାଥ ଓରଫ ଟୁନା। ଏଥିସହ ପୋଲିସ ସେମାନଙ୍କ ନିକଟରୁ ୫୪ ଗ୍ରାମ ବ୍ରାଉନସୁଗାର ସମେତ ୧୨ହଜାର ଟଙ୍କା ଓ ମୋବଇଲ ଜବତ କରିଛି। ଏ ନେଇ ତମାଣ୍ଡୋ ପୋଲିସ ନଂ.୯/୨୦ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ସୂଚନା ମୁତାବକ, ଟୁନା ଓ ହାପି ମିଶିି ରାଜଧାନୀର ବିଭିନ୍ନ ଅଞ୍ଚଳରେ ବ୍ରାଉନସୁଗାର ବେପାର କରୁଥିଲେ। ଟୁନା ବାଲେଶ୍ୱରରୁ ବାଇକ୍‌, କାର୍‌, ବସ୍‌ ଓ ଟ୍ରେନ ସହାୟତାରେ ରାଜଧାନୀରେ ବ୍ରାଉନସୁଗାର ପହଞ୍ଚାଇବା ପରେ ହାପି ଛୋଟ ବେପାରୀମାନଙ୍କୁ ଯୋଗାଉଥିଲା। ୨ଅଭିଯୁକ୍ତ କଳିଙ୍ଗ ବିହାର ଅଞ୍ଚଳରେ ବ୍ରାଉନସୁଗାର ଡିଲ କରିବା ନେଇ ବିଶେଷ ସୂତ୍ରରୁ ତମାଣ୍ଡୋ ପୋଲିସ ଜାଣିପାରିଥିଲା। ଗୁରୁବାର ସକାଳ ସାଢେ ୯ଟା ବେଳକୁ ୨ ଅଭିଯୁକ୍ତ କଳିଙ୍ଗ ବିହାରସ୍ଥିତ ହୋଟେଲ ଆର୍ଯ୍ୟ ପ୍ୟାଲେସ ନିକଟରେ ଡିଲ ପାଇଁ ପହଞ୍ଚିବା ପରେ ଉଭୟ ଟିମ ଚଢାଉ କରି ଧରିିଥିଲେ। କାରବାରରେ ଅନ୍ୟମାନଙ୍କ ସମ୍ପୃକ୍ତି ନେଇ ପଚରାଉଚରା ପରେ ଶୁକ୍ରବାର କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ…

ଇବୋଲା ବିପଦକୁ ଦେଖି ସ୍ଥଗିତ ରହିଲା ଭାରତ-ଆଫ୍ରିକା ସମ୍ମିଳନୀ, ଦିଲ୍ଲୀରେ ଥିଲା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୧।୫: ଆଫ୍ରିକାର କିଛି ଅଂଶରେ ଇବୋଲା ଭାଇରସର ବୃଦ୍ଧି ପାଉଥିବା ପ୍ରକୋପକୁ ଦୃଷ୍ଟିରେ ରଖି, ଭାରତ ଏବଂ ଆଫ୍ରିକୀୟ ସଂଘ ମଧ୍ୟରେ ସ୍ଥିର ହୋଇଥିବା ଶିଖର ସମ୍ମିଳନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri