୫୪ ବର୍ଷରେ କିଙ୍ଗ୍‌ ଖାଁ: ଗୌରୀଙ୍କୁ ନେଇ ପ୍ରେମ କାହାଣୀ ରହିଥିଲା ଚର୍ଚ୍ଚାରେ…

ମୁମ୍ବାଇ,୨।୧୧: କିଙ୍ଗ୍‌ ଖାଁ ଶାହରୁଖ୍‌ ଶନିବାର ୫୪ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୬୫ ନଭେମ୍ବର ୨ରେ ସେ ନୂଆଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ଗୌରୀଙ୍କୁ ନେଇ ତାଙ୍କର ପ୍ରେମ କାହାଣୀ ବେଶ୍‌ ଚର୍ଚ୍ଚାରେ ରହିଥିଲା। ଟିଭି ସିରିଏଲ୍‌ ସର୍କସରେ ଅଭିନୟ କରିବା ପରେ ଶାହରୁଖ ବଲିଉଡ୍‌ରେ ପାଦଥାପିଥିଲେ। ୧୯୮୪ରେ ଦିଲ୍ଲୀର ପଞ୍ଚଶୀଳ କ୍ଲବ୍‌ରେ ୧୯ ବର୍ଷ ବୟସ୍କ ଶାହରୁଖ୍‌ ୧୪ ବର୍ଷ ବୟସ୍କା ଗୌରୀଙ୍କୁ ପ୍ରଥମ ଥର ପାଇଁ ଭେଟିଥିଲେ। ୧୯୮୪ ଅକ୍ଟୋବର ୨୫ରେ ଦୁହିଁଙ୍କ ମଧ୍ୟରେ ସାକ୍ଷାତ୍‌ ସମୟରେ ଉଭୟ ପରସ୍ପରର ଫୋନ୍‌ ନମ୍ବର ନେଇଥିଲେ। ପରେ ଆରମ୍ଭ ହୋଇଥିଲା ପ୍ରେମ କାହାଣୀର ଆରମ୍ଭ। ଦୁଇଜଣଙ୍କ ପ୍ରେମ ସମ୍ପର୍କ ଗୌରୀଙ୍କ ପରିବାର ଲୋକେ ଜାଣିଥିଲେ। ତେବେ ଶାହରୁଖଙ୍କୁ ହିନ୍ଦୁ ଧର୍ମ ଗ୍ରହଣ କରିବାକୁ ଗୌରୀଙ୍କ ପରିବାର ପକ୍ଷରୁ କୁହାଯାଇଥିଲା। ମାତ୍ର ଏହାକୁ ଗୌରୀ ମନା କରିଥିଲେ। ଶାହରୁଖଙ୍କୁ ସେ ନିଜ ଧର୍ମ ପରିବର୍ତ୍ତନ କରିବାକୁ ମନା କରିଥିଲେ। ଏହା ଦ୍ୱାରା ତାଙ୍କର ଭଲ ପାଇବାର ମୂଲ୍ୟ ରହିବ ନାହିଁ ବୋଲି ଗୋରୀ ଚିନ୍ତା କରିଥିଲେ। ୧୯୯୧ ଅଗଷ୍ଟ ୨୬ରେ ଦୁହେଁ କୋର୍ଟରେ ବିବାହ କରିଥିଲେ। ପରେ ୧୯୯୧ ଅକ୍ଟୋବର ୨୫ରେ ହିନ୍ଦୁ ରୀତିରେ ମଧ୍ୟ ବିବାହ କରିଥିଲେ। ସେହିବର୍ଷ ଶାହରୁଖ୍‌ଙ୍କ ପ୍ରଥମ ଫିଲ୍ମ ଦିଲ୍‌ ଆଶାନା ନିର୍ମିତ ହୋଇଥିଲା। ତେବେ ଏହା ବକ୍ସ ଅଫିସ୍‌ରେ ହିଟ୍‌ ହୋଇ ନ ଥିଲା। ପରେ ୧୯୯୨ରେ ଶାହାରୁଖ୍‌ଙ୍କ ଫିଲ୍ମ ଦିଓ୍ବାନା ବଲିଉଡ୍‌ରେ ଚହଳ ପକାଇଥିଲା। ୨୦୧୧ରେ ଶାହରୁଖ୍‌ଙ୍କ ସହିତ ପ୍ରିୟଙ୍କା ଚୋପ୍ରାଙ୍କ ସମ୍ପର୍କ ନେଇ ବଲିଉଡ୍‌ରେ ବେଶ୍‌ ଚର୍ଚ୍ଚା ହୋଇଥିଲେ ମଧ୍ୟ ଶାହରୁଖ୍‌ଙ୍କ ଦାମ୍ପତ୍ୟ ଜୀବନରେ ଝଡ଼ ଆସି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri