୫,୬୦,୮୯୧ ଛାତ୍ରୀଛାତ୍ର ଦେବେ ମାଟ୍ରିକ୍‌ ପରୀକ୍ଷା

ଭୁବନେଶ୍ୱର, ୪ା୨(ବ୍ୟୁରୋ): ଚଳିତବର୍ଷ ୫, ୬୦, ୮୯୧ ଛାତ୍ରୀଛାତ୍ର ମାଟ୍ରିକ୍‌ ପରୀକ୍ଷା ଦେବେ। ମୋଟ ୨,୮୮୮ କେନ୍ଦ୍ରରେ ପରୀକ୍ଷା ହେବ। ଏଥିପାଇଁ ୩୦୭ ନୋଡାଲ ସେଣ୍ଟର କରାଯାଇଛି। ୨୨ ପୋଲିସ୍‌ ଷ୍ଟେଶନକୁ ନୋଡାଲ ସେଣ୍ଟର କରିବାକୁ ନିଷ୍ପତ୍ତି ନିଆଯାଇଛି। ସମ୍ବେଦନଶୀଳ ୧ ହଜାର କେନ୍ଦ୍ରରେ ସିସିଟିଭି ଲଗାଇବା କାର୍ଯ୍ୟ ଜାରି ରହିଥିବା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି। ନୋଡାଲ ସେଣ୍ଟରଗୁଡ଼ିକରେ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା କରାଯିବା ସହ ପରୀକ୍ଷା ପାଇଁ ତ୍ରିସ୍ତରୀୟ ସ୍କ୍ବାଡ୍‌ ବ୍ୟବସ୍ଥା ନେଇ ବୋର୍ଡ ପକ୍ଷରୁ ଘୋଷଣା କରାଯାଇଛି। ବର୍ତ୍ତମାନ ପ୍ରଶ୍ନପତ୍ର ଛପା ଓ ପ୍ୟାକିଂ କାର୍ଯ୍ୟ ଚାଲିଛି। ଆସନ୍ତା ୮ତାରିଖରେ ଓଏମ୍‌ଆର୍‌ ଉପସ୍ଥାନ ଶିଟ୍‌ ଓ ଆଡମିଟ୍‌ କାର୍ଡ ସ୍କୁଲକୁ ପଠାଯିବ। ତେବେ ଏହାର ପୂର୍ବଦିନ ଅର୍ଥାତ୍‌ ୭ ତାରିଖରେ ୱେବ୍‌ସାଇଟରେ ଆଡମିଟ୍‌ କାର୍ଡ ଉପଲବ୍ଧ ହେବ। ପରୀକ୍ଷା ସୁପରିଚାଳନା ପାଇଁ ବୋର୍ଡ ପକ୍ଷରୁ ପୋଲିସ ଡିଜି, ଆର୍‌ଡିସି, ସମସ୍ତ ଜିଲାପାଳ ତଥା ଏସ୍‌ପିଙ୍କ ସହାୟତା ମଗାଯାଇଛି। ସୂଚନାଯୋଗ୍ୟ, ଆସନ୍ତା ୧୯ ତାରିଖରୁ ମାଟ୍ରିକ୍‌ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ରେ ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri